ମେଷ-
ଅଶ୍ୱନୀ- ସ୍ୱାସ୍ଥ୍ୟ ଉପରେ ନଜର ରଖିବାକୁ ହେବ। ପ୍ରେମ ଏବଂ ପରିବାରର ବିକାଶରେ ଆଗ୍ରହ ହରାଇବାର ସମ୍ଭାବନା ରହିିଛି । ବ୍ୟବସାୟରେ ଅନେକ ବାଧାବିଘ୍ନ ର ସମ୍ମୁଖୀନ ହେବା ପରେ ସଫଳତା ପାଇବେ ।
ଦ୍ୱିଜା- ରାଜନୈତିକ କ୍ଷେତ୍ରରେ ବିବାଦିୟ ପରିସ୍ଥିତି ଦେଖାଦେଇ ପାରେ । ଆର୍ଥିକ ଦୃଷ୍ଟିରୁ, ଅଧିକ ଖର୍ଚ୍ଚର ସମ୍ମୁଖୀନ ହୋଇପାରନ୍ତି ।
କୃତିକା- କର୍ମ କ୍ଷେତ୍ରରେ ଅବାଞ୍ଛିତ ଉତ୍ତେଜନା ଏବଂ ଚିନ୍ତାର ସମ୍ମୁଖୀନ ହୋଇପାରନ୍ତି ।
ଛାତ୍ର ଛାତ୍ରୀ ମାନେ ନିଜ କ୍ୟାରିୟର କୁ ନେଇ ଚିନ୍ତିତ ରହିବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର- ଅଶ୍ୱସ୍ଥ ବୃକ୍ଷ ମୂଳେ ଗୁଡ ଥୋଇ ପ୍ରଣାମ କରନ୍ତୁ
ବୃଷ-
କୃତିକା- ଯେଉଁ କାମରେ ହାତ ଦେଲେ ମଧ୍ୟ ନିଶ୍ଚିତ ସଫଳତା ପାଇବେ । ପାରିବାରିକ ଅଶାନ୍ତି ଓ ଅର୍ଥାଭାବର ସାମ୍ନା କରିବାକୁ ପଡିପାରେ।
ରୋହିଣୀ- ଭାଗୀଦାରି ବ୍ୟବସାୟରେ ସମସ୍ୟା ଦେଖାଦେଇପାରେ । ଅଯଥା ଅର୍ଥ ବ୍ୟୟ ମାନସିକ ସ୍ଥିତି ବିଗାଡ଼ି ଦେଇପାରେ।
ମୃଗଶିରା- ପରିବାରରେ ସମ୍ପତି ଜନିତ ବିବାଦ ସୃଷ୍ଟି ହୋଇପାରେ । ନୂତନ ବନ୍ଧୁ କରିବାରେ ସମର୍ଥ ହେବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର- ମାଛକୁ ମଇଦା ଖାଇବାକୁ ଦିଅନ୍ତୁ
ମିଥୁନ-
ମୃଗଶିରା- କର୍ମକ୍ଷେତ୍ରରୁ ଯଥେଷ୍ଟ ସମ୍ମାନ ଓ ସଦିଚ୍ଛା ପାଇବେ। ବ୍ୟାପାର ଓ କାମ-କାର୍ଯ୍ୟର ସ୍ଥିତି ବହୁତ ସନ୍ତୋଷ ଜନକ ରହିବ ।
ଆଦ୍ରା- ବନ୍ଧୁମାନେ ସାମୟିକ ସୁଯୋଗକୁ ନିଜର ସ୍ବାର୍ଥ ସାଧନରେ ଲଗାଇପାରନ୍ତି । ଭାଇ ଭଉଣୀଙ୍କ ସହ ସମ୍ପର୍କ ତିକ୍ତ ହୋଇପାରେ। ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ ।
ପୁନର୍ବସୁ- ଅର୍ଥ ସମ୍ବନ୍ଧୀୟ କଥା, ଚୁକ୍ତିପତ୍ର, ଜମିଜମା କାରବାର ସକାଶେ ଦିନଟି ବହୁତ ଭଲ। ଆନୁଷ୍ଠାନିକ କାମରେ କେତେକ ବ୍ୟତିକ୍ରମ ଯୋଗୁ ମାନସିକ ଆଘାତ ପାଇବେ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର- ଶ୍ରୀ ରାମଙ୍କର ରକ୍ଷା ସ୍ତୋତ୍ର ପାଠ କରନ୍ତୁ
କର୍କଟ-
ପୁନର୍ବସୁ- ପାରିବାରିକ ସମସ୍ୟା ସମାଧାନ ପରିପ୍ରେକ୍ଷୀରେ ପ୍ରତିଷ୍ଠିତ ବ୍ୟକ୍ତିଙ୍କ ସାହାଯ୍ୟ ଲାଭ କରିବେ। ବିବାହିତ ଜୀବନରେ ସମ୍ଭବତ ଉତ୍ତେଜନାର ବୃଦ୍ଧି ପାଇବ
ପୁଷ୍ୟା- ରାଜନୈତିକ କିମ୍ବା ପ୍ରଶାସନିକ ସ୍ତରରେ ପରିସ୍ଥିତି ସେତେଟା ଭଲ ରହି ନ ପାରେ। ସହକର୍ମୀଙ୍କ ସହ ସମ୍ପର୍କ ଯୋଡିବାର କୌଶଳ କିଛି ମାତ୍ରାରେ ସାହାଯ୍ୟ କରିବ।
ଅଶ୍ଳେଷା- ସମସ୍ୟାର ସରଳ ସମାଧାନ ସଙ୍ଗକୁ ସତ୍ସଙ୍ଗ ଓ ଭ୍ରମଣ ସୁଯୋଗ ପାଇବେ । ସରକାରୀ କ୍ଷେତ୍ରରୁ ବିପୁଳ ପରିମାଣର ଟଙ୍କା ପାଇପାରିବେ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର- ଶିବଙ୍କ ସହସ୍ର ନାମ ପାଠ କରନ୍ତୁ
ସିଂହ-
ମଘା- ଦୀର୍ଘ ଦିନ ପରେ ଶରୀର ସୁସ୍ଥ ହେବାରୁ ମାନସିକ ଅସ୍ଥିରତା ଦୂରେଇଯିବ । ପରିବାରରେ ଭୁଲ୍ ବୁଝାମଣା ବିସ୍ଫୋରକ ପରିସ୍ଥିତି ସୃଷ୍ଟି କରିପାରେ ।
ପୂ- ଫାଲ୍ଗୁନୀ- ବିଦେଶୀ ଯୋଗାଯୋଗ ମାଧ୍ୟମରେ ବ୍ୟବସାୟରେ ଯଥେଷ୍ଟ ଲାଭ ହେବ । ରାଜନୈତିକ କ୍ଷେତ୍ରରେ ଲୋକସମ୍ପର୍କ ବୃଦ୍ଧି ହେବ।
ଉ- ଫାଲ୍ଗୁନୀ- ଯାତ୍ରାରେ ଜିନଷ ପତ୍ର ହଜିବାର ସମ୍ଭାବନା ରହିଛି । ଜମିଜମା ସମ୍ବନ୍ଧୀୟ କଥାବାର୍ତ୍ତା ପ୍ରଭୃତିରେ ଉନ୍ନତମାନର ସୁଫଳ ମିଳିବ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର- କୁଳ ଦେବତାଙ୍କ ପୂଜା କରନ୍ତୁ
କନ୍ୟା-
ଉ- ଫାଲ୍ଗୁନୀ- କର୍ମକ୍ଷେତ୍ରରେ ମଧ୍ୟ ଭୁଲ୍ ବୁଝାମଣା ଯୋଗୁ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି । କୌଣସି ଉନ୍ନତିମୂଳକ କାମ ସକାଶେ ମୋଟା ଅଙ୍କର ଅର୍ଥର ଆବଶ୍ୟକତା ପଡିପାରେ।
ହସ୍ତା-ଭାତୃବର୍ଗ ଦ୍ୱାରା ପଡୋଶୀଙ୍କ ସହ ଉପୁଜିଥିବା ସମସ୍ୟା ସମସ୍ୟା ସମଧାନ କରିବେ। ସାମାଜିକ କ୍ଷେତ୍ରରେ ଉନ୍ନତି ପରିଲକ୍ଷିତ ହେବ।
ଚିତ୍ରା-ପରିବହନ, ବ୍ୟବସାୟ ଓ ବାଣିଜ୍ୟରେ ଆଶା ଅନୁଯାୟୀ ସଫଳତା ମିଳିବ । ଆନୁଷ୍ଠାନିକ କ୍ଷେତ୍ର କିମ୍ବା ଧର୍ମକାର୍ୟ୍ୟରେ ବ୍ୟସ୍ତ ରହିବେ । ସମ୍ପତ୍ତି କ୍ରୟ ଆପଣଙ୍କ ପାଇଁ ଲାଭଦାୟକ ହେବ
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର- ସର୍ବକାର୍ୟ୍ୟ ସିଦ୍ଧି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ତୁଳା-
ଚିତ୍ରା- ନୂତନ କର୍ମାରମ୍ଭ ପ୍ରତିପ୍ରଦ ରହିବା ସାଙ୍ଗକୁ ଅର୍ଥନୈତିକ ଦୃଷ୍ଟିକୋଣରୁ ବହୁତ ଉନ୍ନତି କରିବେ । କଳ କାରଖାନା, ଜଳଜାତ ଦ୍ରବ୍ୟ ତୈଳ କିମ୍ବା ବିଦ୍ୟୁତ ବ୍ୟବସାୟରୁ ଲାଭବାନ ହେବେ।
ସ୍ୱାତୀ- ପରିବାରରେ କେତେକ ବ୍ୟତିକ୍ରମ ରହିଥିଲେ ମଧ୍ୟ ବିଶେଷ କିଛି ଗୋଳମାଳିଆ ପରିସ୍ଥିତି ଦେଖା ଦେବ ନାହିଁ । ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ ।
ବିଶାଖା- ଆନୁଷଙ୍ଗିକ ସାହାଯ୍ୟ ସହଯୋଗ ଅଭାବରୁ କୌଣସି କାମ କରିବା ସକାଶେ ମନ ଚାହୁଁଥିଲେ ମଧ୍ୟ ତାହା କରି ପାରିବେ ନାହିଁ । ଜଣେ ବନ୍ଧୁଙ୍କଠାରୁ ଅର୍ଥ ସାହାଯ୍ୟ ପାଇ ଖୁସି ହେବେ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର- ପାଣିରେ କିଛି ଫିଟିକିରି ପକାଇ ଘରକୁ ପୋଛନ୍ତୁ
ବିଛା-
ବିଶାଖା- ଛୋଟ ଛୋଟ କଥାକୁ ନେଇ ପାରିବାରିକ କ୍ଷେତ୍ରରେ କେହି ଜଣେ ବିନା କାରଣରେ କିଛି ଅଭିଯୋଗ ଆଣିପାରନ୍ତି। ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ।
ଅନୁରାଧା- ବନ୍ଧୁଙ୍କ ନିକଟରୁ ଯାହା ଓ ଯେତିକି ପାଉଛନ୍ତି ତାହାକୁ ଆଦରର ସହିତ ଗ୍ରହଣ କରିବା ଭଲ ହେବ। ନିଜ ସମ୍ପର୍କୀୟମାନଙ୍କ ସହଯୋଗରୁ ଉପକୃତ ହେବେ ଓ କାର୍ୟ୍ୟସିଦ୍ଧି ଅବଶ୍ୟ ଘଟିବ।
ଜ୍ୟୋଷ୍ଠା- ଜମିଜମା ବିବାଦ କିମ୍ବା କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ। ପରିବହନ, ବ୍ୟବସାୟ ଓ ସଙ୍ଗଠନ କ୍ଷେତ୍ରରେ କେତେକ ପ୍ରତିବନ୍ଧକ ଦେଖାଦେଇପାରେ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର- ଶ୍ରୀ ହନୁମାନ ଚଲିସା ପାଠ କରନ୍ତୁ
ଧନୁ-
ମୂଳା- ପାରିବାରିକ ସ୍ଥିତିରେ ଆଂଶିକ ଉନ୍ନତି ଦେଖାଦେବ। ସ୍ଥଗିତ କାମକୁ ପୂରା ଦମରେ କରିବା ପାଇଁ ନିଷ୍ପତ୍ତି ନେବେ। ଆଗରୁ ଭୋଗୁଥିବା ସ୍ୱାସ୍ଥ୍ୟଗତ ସମସ୍ୟାରୁ ମୁକ୍ତି ପାଇବେ
ପୂ, ଷାଢା- ଅଫିସ୍ରେ ଆଲୋଚନା ପରିସରରେ ବୁଝାମଣା ନେଇ ତିକ୍ତତା ଦେଖାଦେଇପାରେ। କର୍ମକ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତି ବିଶେଷ ସହାୟତା କରିପାରନ୍ତି।
ଉ, ଷାଢା- ଆନୁଷ୍ଠାନିକ କାମରେ ଦୃଢ଼ ପଦକ୍ଷେପ ନେଇ କୃତକାର୍ୟ୍ୟ ହେବେ। ଅନ୍ୟମନସ୍କ ହେତୁକ କୌଣସି ଭୁଲ୍ କାମ କରି ଅନୁତପ୍ତ ହେବାର ସମ୍ଭାବନା ରହିଛି।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର- ନାଲି ରଙ୍ଗର ପୋଷାକ ବ୍ୟବହାର କରନ୍ତୁ
ମକର
ଉ, ଷାଢା- ପାରିବାରିକ ସମସ୍ୟାକୁ ସମାଧାନ କରିବା ସକାଶେ ଚେଷ୍ଟିତ ହେବେ । ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ । ବ୍ୟବସାୟରେ ଆୟ ବ୍ୟୟ ସମାନ ରହିବ
ଶ୍ରବଣା- ଚାକିରୀରେ ସାମାନ୍ୟ ଅବହେଳା କରିବେ । ପିଲାମାନେ ପରିଶ୍ରମ କରି ମଧ୍ୟ ବିଫଳ ହେବେ । ବକେୟା ଅର୍ଥ ଆଦାୟ କରିବାରେ ବିଭିନ୍ନ ପ୍ରକାର କୌଶଳ ଅବଲମ୍ବନ କରିବାକୁ ପଡ଼ିପାରେ
ଧନିଷ୍ଠା- ବିବାଦୀୟ ଘଟଣାରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସମାଧାନ ହୋଇଯିବ । ରାଜନୀତିରେ ପଦବୀ ପ୍ରାପ୍ତ ହୋଇପାରେ
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର- ଭଗବାନ ବିଷ୍ଣୁଙ୍କ ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ
କୁମ୍ଭ
ଧନିଷ୍ଠା- ପରିବାର କ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ । କୌଣସି ନୂତନ କାର୍ୟ୍ୟରେ ହାତ ଦେବାକୁ ସ୍ଥିର କରିବେ
ଶତଭିଷା- ପ୍ରିୟ ବ୍ୟକ୍ତିଙ୍କ ପାଇଁ ସଠିକ୍ ମାର୍ଗରେ ବହୁତ କିଛି କରିବାକୁ ଚାହିଁବେ । ମହିଳା ମାନେ କର୍ମ ବ୍ୟସ୍ତରେ ରହି ଅଶାନ୍ତି ଭୋଗ କରିବେ
ପୂ, ଭାଦ୍ରପଦ- ସାମାଜିକ ମାନସମ୍ମାନ ବୃଦ୍ଧି ପାଇବା ପାଇଁ ବ୍ୟକ୍ତିତ୍ୱର ବିକାଶ ଘଟିବ । ଶିକ୍ଷାରେ ଏକାଗ୍ରତା ବୃଦ୍ଧି କରିବାକୁ ଚେଷ୍ଟା କରିବେ
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର- ପକ୍ଷୀଙ୍କୁ କିଛି ଦାନା ଖାଇବାକୁ ଦିଅନ୍ତୁ
ମୀନ
ପୂ, ଭାଦ୍ରପଦ- ଅଫିସ୍ରେ ସହଯୋଗ ଭିତ୍ତିରେ କାମ କଲେ ଉପକାର ପାଇବେ । ଅଭାବ ଦୂରୀକରଣ କ୍ଷେତ୍ରରେ ବନ୍ଧୁମାନଙ୍କ ସହଯୋଗରେ ଆର୍ଥିକ ସ୍ଥିତିରେ ସୁଧାର ଆସିପାରେ
ଉ, ଭାଦ୍ରପଦ- ପିଲାମାନଙ୍କ ଶୃଙ୍ଖଳା ଓ ଶିକ୍ଷା ବିଷୟ ନେଇ ଚିନ୍ତା ପ୍ରକଟ କରିବେ । ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇବେ। ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ
ରେବତୀ- ଆର୍ଥିକ କ୍ଷେତ୍ରରେ ଆୟ, ବ୍ୟୟ ସମନତା ରକ୍ଷା କରିବେ । ବିଦ୍ୟାର୍ଥୀ ମାନେ ପଢାରେ ଶିକ୍ଷକଙ୍କ ସହାୟତା ପାଇବେ
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର- କଦଳି ଗଛ ମୂଳେ ଜଳ ଢାଳନ୍ତୁ କରନ୍ତୁ।
ଅଧିକ ପଢ଼ନ୍ତୁ ରାଶିଫଳ ଖବର: