ମେଷ
ଅଶ୍ୱନୀ – ବ୍ୟବସାୟୀ ମାନେ ନଗଦ କାରବାର ରେ ଅଧିକ ଲାଭପ୍ରଦ ହେବେ । ଧର୍ମ ର୍କାର୍ୟ୍ୟପ୍ରତି ମନବଳାଇ ବହୁତ ଶାନ୍ତି ଲାଭ କରିବେ । ପାରିବାରିକ ଜୀବନ ସୁଖ ମୟ ହେବ ।
ଦ୍ୱିଜା - ପରୀକ୍ଷା , ପ୍ରତିଯୋଗିତାରେ ଆଶା ମୁତାବକ ଫଳ ପାଇବେ । ପ୍ରତ୍ୟେକ କ୍ଷେତ୍ରରେ ଜଗିରଖି ଚଳିବା ଭଲ ହେବ। ଛାତ୍ର ଛାତୀମାନେ ପଢାରେ ମନ ଦେବେ ।
କୃତିକା - ରାଜନୈତିକ ସ୍ଥିତି ମଜଭୁତ ରହିବା ସାଙ୍ଗକୁ ସାମାଜିକ ପ୍ରତିଷ୍ଠା ବଢ଼ିବ । ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତୀ ହୋଇପାରନ୍ତି ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ମା ଦତାତ୍ରେୟଙ୍କ ମନ୍ତ୍ର ପାଠ କରନ୍ତୁ
ବୃଷ
କୃତିକା - ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ । କଳା ସାହତ୍ୟ କିମ୍ବା ଆନୁଷ୍ଠାନକ କାମଗୁଡକରେ ସମସ୍ୟା ସମାଧାନ ହୋଇଯିବ ।
ରୋହିଣୀ - ପରିବାରର ସଦସ୍ୟଙ୍କ ସହିତ ସୌହାଦ୍ୟ ପୂର୍ଣ୍ଣ ସମ୍ପର୍କ ରହିବ । ବହୁତ ଦିନରୁ ଭଲ ସମ୍ପର୍କ ନଥିବା ଭ୍ରାତୃ ସମ୍ପର୍କରେ ଉନ୍ନତି ଘଟିବ । ପିତା ମାତାଙ୍କ ସ୍ୟାସ୍ଥ ପ୍ରତି ଧ୍ୟାନ ଦିଅନ୍ତୁ ।
ମୃଗଶିରା - ଯେତେ ଭଲ କାମ କଲେ ମଧ୍ୟ ଖଳ ଲୋକମାନଙ୍କ ଦ୍ୱାରା ସମାଲୋଚିତ ହେବେ । ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଜୟଯୁକ୍ତ ହୋଇ କର୍ମ ନିଯୁକ୍ତିରେ ସଫଳ ହେବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମହାଲକ୍ଷ୍ମୀଙ୍କର ଆରଧନା କରନ୍ତୁ
ମିଥୁନ
ମୃଗଶିରା – ବନ୍ଧୁଙ୍କ ସହଯାଗରେ କେତେକ ସମସ୍ୟାର ସମାଧାନ ହେବ । ଧନ ଆଦାନ ପ୍ରଦାନରେ ମନମୁତାବକ ଲାଭବାନ୍ ହେବାର ସମ୍ଭାବନା ଅଛି ।
ଆଦ୍ରା - ପାରିବାରିକ କ୍ଷେତ୍ରରେ ଅର୍ଥ ସମ୍ପର୍କକୁ କେନ୍ଦ୍ରକରି ବିବାଦ ବଢ଼ିପାରେ । ପରୀକ୍ଷାର୍ଥୀ ମାନେ କଠିନ ପରିଶ୍ରମ କରି ସଫଳତା ହାସଲ କରିବେ ।
ପୁନର୍ବସୁ - ସବୁକଥାକୁ ଭଲରୂପେ ବିଚାରକରି ଆଗକୁ ବଢ଼ିବା ଉଚିତ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ଦତାତ୍ରେୟଙ୍କ ମନ୍ତ୍ର ପାଠ କରନ୍ତୁ
କର୍କଟ
ପୁନର୍ବସୁ - ସ୍ୱାସ୍ଥ୍ୟ ଭଲ ରହବା ସହ ଅର୍ଥଲାଭ ହେବ । ଲକ୍ଷ୍ୟ ପୂରଣ ହେବାରେ ସାମାନ୍ୟ ଅସୁବିଧା ଦେଖାଦେଇପାରେ ।
ପୁଷ୍ୟା – ସହକର୍ମୀ ମାନଙ୍କ ଦ୍ୱାରା ଲାଭ ବାନ୍ ହେବା ସହ କର୍ମକ୍ଷେତ୍ରରେ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମସନ ପାଇବେ । ରାଜନୀତି କ୍ଷେତ୍ରରେ ଉଚ୍ଚ ପଦବୀକୁ ଉତୀର୍ଣ୍ଣ ହେବେ ।
ଅଶ୍ଲେଷା - କର୍ମକ୍ଷେତ୍ରରେ ସହମତିରେ କାମ କଲେ ଅପେକ୍ଷାକୃତ ସଫଳତା ପାଇପାରନ୍ତି । ପରିବାରରେ ସମସ୍ତଙ୍କ ସ୍ୟାସ୍ଥ ପ୍ରତି ଧ୍ୟାନ ରଖନ୍ତୁ ନଚେତ୍ ହଇରାଣ ହେବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଶିବଙ୍କ ସହସ୍ର ନାମ ପାଠ କରନ୍ତୁ
ସିଂହ
ମଘା – ବ୍ୟବସାୟ ପାଇଁ ଦୂରଯାତ୍ରାର ସୁଯୋଗ ପାଇ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତି ହେବ । ପାଖ ପଡ଼ୋଶୀମାନେ ସହଯୋଗର ହାତ ବଢ଼ାଇପାରନ୍ତି।
ପୂ- ଫାଲ୍ଗୁନୀ – ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ବୃଦ୍ଧି ପାଇବ । ବହୁ ଲୋକଙ୍କ ର ପ୍ରଶଂସା ପାଇବା ଫଳରେ ଉତ୍ସାହିତ ହେବେ । ଦୂର ଯାତ୍ରାର ସୁଯୋଗ ପାଇ ସଫଲତା ମିଳିବ ।
ଉ-ଫାଲ୍ଗୁନୀ - ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । କାମ ହାସଲ ସକାଶେ ଅନ୍ୟ ଉପରେ ନିର୍ଭର କରିପାରନ୍ତି । ବନ୍ଧୁଙ୍କ ସାହାଯ୍ୟରେ ଅଟକିଥିବା ଜମିବାଡି କାମ ସଫଳ ହେବ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ବିଷ୍ଣୁଙ୍କ ଉପାସନା କରନ୍ତୁ
କନ୍ୟା
ଉ-ଫାଲ୍ଗୁନୀ - କର୍ମ କ୍ଷେତ୍ରରେ ଶ୍ରମ ସାର୍ଥକ ହେବାସହ ନୂତନ କାର୍ୟ୍ୟାଆରମ୍ଭ କରିବେ ।
ବନ୍ଧୁ ମିତ୍ରଙ୍କ ଠାରୁ ଉପହାର ପ୍ରାପ୍ତି ହେବ ।
ହସ୍ତା – ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ ଓ ସୁଖ ସମୃଦ୍ଧି ବୃଦ୍ଧି ହେବ । ଶିକ୍ଷାର୍ଥୀମାନେ ଭଲ ନମ୍ବରରେ ପରୀକ୍ଷାରେ ଉତୀର୍ଣ୍ଣ ହେବେ ।
ଚିତ୍ରା - ଜମିର ମାଲିକନାକୁ ନେଇ ବିବାଦୀୟ ସ୍ଥିତି ଉପୁଜିପାରେ । ପରିବାରରେ ଛୋଟ ପିଲାମାନଙ୍କ ସ୍ୟାସ୍ଥ ପ୍ରତି ଧ୍ୟାନ ଦିଅନ୍ତୁ । ମଉଜ ମସ୍ତିରେ ସମୟ କଟିପାରେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ତୁଳସୀ ଚଉରା ମୂଳେ ଜଳ ଅର୍ପଣ କରନ୍ତୁ
ତୁଳା
ଚିତ୍ରା - ଅନ୍ୟମାନଙ୍କୁ ସାହାର୍ଯ୍ୟ କରିବେ, ତେଣୁ ଲୋକମାନେ ଆପଣଙ୍କୁ ସମ୍ମାନ ଦେବେ । ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ ।
ସ୍ୱାତୀ - କର୍ମକ୍ଷେତ୍ରରେ ବ୍ୟବସ୍ତତା ହେତୁ ପରିବାରରେ ଅଶାନ୍ତି ଉପୁଜବ । ଦାମ୍ପତ୍ୟ ଜୀବନରେ ଛୋଟ ଛୋଟ କଥାକୁ ନେଇ କଳହ ସୃଷ୍ଟି ହୋଇପାରେ ।
ବିଶାଖା - ବ୍ୟବସାୟ, ବାଣିଜ୍ୟ ଓ କଳା ସାହିତ୍ୟରେ ସମସ୍ୟା ସମାଧାନ ହୋଇଯିବ । ନୂତନ ଯାନବାହନ କିଣିବା ପାଇଁ ଚିନ୍ତା କରିବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶୁକ୍ରଙ୍କର ମନ୍ତ୍ର ପାଠ କରନ୍ତୁ
ବିଛା
ବିଶାଖା - କୌଣସି ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗି ବନି । ଦୂର ଯାତ୍ରା ସମୟରେ ଲକ୍ଷ୍ୟ ପୂରଣ ହେବ । ବ୍ୟବସାୟ କ୍ଷେତ୍ରରେ ସାମାନ୍ୟ ଲାଭବାନ୍ ହେବେ ।
ଅନୁରାଧା– କାର୍ଯ୍ୟ ବ୍ୟସ୍ତତା ଯୋଗୁ କେତେକ କାମ ଠିକ୍ ସମୟରେ କରିପାରିବେ ନାହିଁ। ଆର୍ଥିକ ପରିସ୍ଥିତି ଠିକ୍ ନ ଥିଲେ ମଧ୍ୟ ପିଲାଙ୍କ ପଢାରେ କିଛି ଅସୁବିଧା ହେବ ନାହିଁ ।
ଜ୍ୟୋଷ୍ଠା - ସହକର୍ମୀମାନଙ୍କୁ ଉତ୍ତମ ପରାମର୍ଶ ଦେଇ ପ୍ରଶଂସିତ ହେବେ। ରାଜନୈତିକ ସ୍ଥିତି ସଂଘର୍ଷମୟ ରହିବ। ଧର୍ମ କାର୍ଯ୍ୟ ପ୍ରତି ମନବଳାଇ ବହୁତ ଶାନ୍ତି ପାଇବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର- ପାଣିରେ ଲୁଣ ମିଶାଇ ଘରକୁ ପୋଛନ୍ତୁ
ଧନୁ
ମୂଳା - ଲେଖାପଢା, କଳା, ସାହିତ୍ୟ କ୍ଷେତ୍ର ଭଲ ରହିବ । ନୂତନ ବନ୍ଧୁ ସମ୍ପର୍କ ସୃଷ୍ଟିହେବାର ସମ୍ଭାବନା ରହିଛି । ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର ।
ପୂ, ଷାଢା - ପାରିବାରିକ ସମସ୍ୟା ଥିଲେ ମଧ୍ୟ କାମଗୁଡ଼ିକୁ ସଫଳତାର ସହ ସମ୍ପନ୍ନ କରିବେ। ବ୍ୟବସାୟରେ କ୍ରମଶଃ ସମସ୍ୟା ବଢ଼ି ବଢ଼ି ବଡ଼ ଆକାର ଧାରଣ କରିବାର ସମ୍ଭାବନା ରହିଛି।
ଉ, ଷାଢା - ସଚେତନତା ଅଭାବରୁ ପୁରାତନ ରୋଗର ପୀଡ଼ା ବୃଦ୍ଧି ପାଇପାରେ । ପ୍ରଶାସନିକ ସ୍ତରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡିପାରେ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ମା ତାରାଙ୍କ ମନ୍ତ୍ର ପାଠ କରନ୍ତୁ
ମକର
ଉ, ଷାଢା - ଶୁଣା କଥାକୁ ବିଶ୍ୱାସ କଲେ ବହୁ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ଆଇନ ଅଦାଲତରେ ସ୍ଥଗିତ କାମ ସମ୍ପୂର୍ଣ୍ଣ ହୋଇପାରିବ ।
ଶ୍ରବଣା - ବ୍ୟବସାୟ ଓ ପରିବହନରେ ସଫଳତା ମିଳିବ । ବିଦେଶ ଯାତ୍ରା ପାଇଁ ମନ ବଳାଇ ପାରନ୍ତି କିନ୍ତୁ ତାହା ସଫଳ ହେବାର ସମ୍ଭାବନା କମ୍ ।
ଧନିଷ୍ଠା – ଆର୍ଥୀକ ଦିଗରୁ ଉନ୍ନତି ହେବା ସହ ଋଣ ପରିଶୋଧ କରିବାର ସୁଯୋଗ ପାଇବେ । ଯାନବାହାନ କୁ ନେଇ ଭାଇ ଭାଇ ମଧ୍ୟରେ ମତାନ୍ତର ଦେଖା ଦେଇପାରେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – କଳା ରଙ୍ଗର କୁକୁରକୁ ଖାଇବାକୁ ଦିଅନ୍ତୁ
କୁମ୍ଭ
ଧନିଷ୍ଠା – ସ୍ୱାସ୍ଥ୍ୟ ରେ ଉନ୍ନତି ଘଟିବ । କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ । ଯାନବାହନ ଚଳାଇବା ସମୟରେ ସତର୍କତା ଅବଲମ୍ବନ କରନ୍ତୁ ।
ଶତଭିଷା - ପଡ଼ୋଶୀଙ୍କ ସହାୟତାରେ ବନ୍ଧୁଙ୍କ ସହ ମନୋମାଳିନ୍ୟ ଦୂର ହେବ। ଅଚାନକ ଧନ ପ୍ରାପ୍ତି ହେବା ଫଳରେ ଜାଗା, ଜମି ଓ ଯାନବାହନ କ୍ରୟ କରିବା ପାଇଁ ମନ କରିବେ ।
ପୂ, ଭାଦ୍ରପଦ – ବିଦ୍ୟାର୍ଥୀ ମାନେ ପରୀକ୍ଷାରେ ସଫଳତା ପ୍ରାପ୍ତ କରିବେ । ଦାମ୍ପତ୍ୟ ଜୀବନରେ ତିକ୍ତତା ଦେଖାଦେଇପାରେ । ରାଜନୀତି କ୍ଷେତ୍ରରେ ଶୁଭ ଫଳ ମିଳିବ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ନୀଳ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ
ମୀନ
ପୂ, ଭାଦ୍ରପଦ - କର୍ମକ୍ଷେତ୍ରରେ ବିଭିନ୍ନ ଦିଗରୁ ଲାଭବାନ ହେବେ । ଅଟକି ଥିବା ସମସ୍ୟାର ସମାଧାନ ପାଇଁ ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ ।
ଉ, ଭାଦ୍ରପଦ - ସବୁ ଜାଗାରେ ଅଯଥା ଆବଶ୍ୟକତାଠାରୁ ଅଧିକ ଖର୍ଚ୍ଚ କରିବେ । ଆଜି ଦିନଟି ପିତା ମାତାଙ୍କ ସହ ବିତାଇ ବହୁତ ଖୁସି ହେବେ ।
ରେବତୀ - ଯାନବାହନରେ ଭ୍ରମଣବେଳେ ଆପଣଙ୍କ ଜିନିଷ ଚୋରି ହୋଇପାରେ । କୋର୍ଟରେ ନିସ୍ପତି ଆପଣଙ୍କ ଲାଗି ଫଳପ୍ରଦ ହେବ । ବନ୍ଧୁ ବର୍ଗଙ୍କ ସହାନଭୂତି ଲାଭ କରି କାମ ହାସଲ କରିବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ବୃହସ୍ପତିଙ୍କର ବିଜ ମନ୍ତ୍ର ପାଠ କରନ୍ତୁ
ଅଧିକ ପଢ଼ନ୍ତୁ ରାଶିଫଳ ଖବର: