୧୨.ମଙ୍ଗଳବାର
ମେଷ
ଅଶ୍ୱନୀ – ନୂଆ ପ୍ରକଳ୍ପ ଲାଗି ଆପଣଙ୍କ ମନରେ ବିଚାର ଆସିବ । ବ୍ୟବସାୟରେ ଆଶା କରାଯାଉଥିବା ଫଳ ବହୁତ ଡେରିରେ ପାଇବେ
ଦ୍ୱିଜା – ପରିବାରକୁ ଏକଜୁଟ ରଖିବା ପାଇଁ ସଫଳ ହେବେ । ନୂତନ ପ୍ରେମ ସମ୍ପର୍କରେ ଆବଦ୍ଧ ହୋଇପାରନ୍ତି । ଶିକ୍ଷା କ୍ଷେତ୍ରରେ ସରକାରୀ ପ୍ରୋତ୍ସାହନ ମିଳିପାରେ
କୃତିକା – ସମାଜରେ ଆପଣଙ୍କର ଲୋକ ପ୍ରିୟତା ବଢିବ । ଗୁପ୍ତଶତ୍ରୁ ମାନେ ଆପଣଙ୍କ ବିରୁଦ୍ଧରେ ସକ୍ରିୟହୋଇ ପାରନ୍ତି । ଅନାବଶ୍ୟକ ଟଙ୍କା ଖର୍ଚ୍ଚ କରିବାକୁ ଆପଣ ଟିକେ ଚିନ୍ତିତ ହେବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ମହାଦେବଙ୍କ ପୂଜା କରନ୍ତୁ
ବୃଷ
କୃତିକା - ଆକସ୍ମିକ ଭାବେ ନିକଟ ସମ୍ପର୍କୀୟ ମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ । ଆଜିର କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନିଧ୍ୟରୁ ଉପକୃତ ହୋଇପାରନ୍ତି ।
ରୋହିଣୀ –ବୟସ୍କ ବ୍ୟକ୍ତିଙ୍କ ସମର୍ଥନ ପାଇ ବ୍ୟବସାୟରେ ହରେଇଥିବା ଟଙ୍କା ଫେରି ପାଇପାରନ୍ତି । ଜୀବନସାଥୀଙ୍କ ସହିତ ସମୟ ବିତାଇବାକୁ ଭଲ ସୁଯୋଗ ପାଇବେ ।
ମୃଗଶିରା – ବିବାଦୀୟ ପରିସ୍ଥିତିକୁ ମନବୁଝାଣିଆ କଥା କହି ପରିବେଶକୁ ସ୍ୱାଭାବିକ କରିପାରନ୍ତି । କୈାଣସି କାରଣରୁ ମନ ଭଲ ରହିବ ନାହିଁ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା କମଳାଙ୍କର ପୂଜାର୍ଚ୍ଚନା କରନ୍ତୁ
ମିଥୁନ
ମୃଗଶିରା - ପରିବହନ ଓ ଖାଦ୍ୟ ପଦାର୍ଥକୁ ନେଇ ବ୍ୟବସାୟରେ ନିଜ ଆଶାନୁରୂପକ ବ୍ୟବସାୟ କରିବେ । ଚାକିରି ଖୋଜୁଥିବା ଲୋକଙ୍କୁ ନିଯୁକ୍ତି ମିଳିବ ।
ଆଦ୍ରା - ସମସ୍ତ ପରିବାର ସଦର୍ସ ଏକାଠି ମିଶି ଦୂର ସ୍ଥାନକୁ ଭ୍ରମଣରେ ଯାଇ ପାରନ୍ତି । ନକାରତ୍ମକ ଭାବନା ମସ୍ତିଷ୍କକୁ ଆସିବାକୁ ଦିଅନ୍ତୁ ନାହିଁ । ସମ୍ମାନିତ ଲୋକଙ୍କ ସହ ମିଶିବେ ।
ପୁନର୍ବସୁ - ଅଦାଲତରେ ସଫଳତା ହାସଲ କରି ଆନନ୍ଦ ଅନୁଭବ କରିବେ । ଟଙ୍କା ରୋଜଗାର କରିବା ଆରମ୍ଭ କରିବା ସହିତ ଅନାବଶ୍ୟକ ଟଙ୍କା ଖର୍ଚ୍ଚ କରିବାରୁ ନିବୃତ୍ତ ରହିବେ
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
କର୍କଟ-
ପୁନର୍ବସୁ- ପରିବାରରେ କାହାର ସ୍ବାସ୍ଥ୍ୟ ସମସ୍ୟା ଯୋଗୁ ବ୍ୟସ୍ତ ହେବେ । ପର କଥାରେ ମନ ଦେଇ ନିଜ କାମକୁ ଅବହେଳା କରିପାରନ୍ତି
ପୁଷ୍ୟା- ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ । ଆନୁଷ୍ଠାନିକ କ୍ଷେତ୍ରରେ ପ୍ରଶଂସା ପାଇ ମନୋବଳ ବୃଦ୍ଧି ପାଇବ
ଅଶ୍ଳେଷା- ପଡ଼ୋଶୀମାନଙ୍କୁ କାମରେ ଲଗାଇ କୌଶଳରେ କାର୍ୟ୍ୟ ହାସଲ କରିନେବେ । ମହିଳା ମାନେ ଅଧିକ କାର୍ୟ୍ୟକରି ପ୍ରଂଶସିତ ହେବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – କୈାଣସି ଅସହାୟ ବ୍ୟକ୍ତିଙ୍କୁ ସାହାର୍ୟ୍ୟ କରନ୍ତୁ
ସିଂହ
ମଘା – ବ୍ୟବସାୟ-ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ । କର୍ମକ୍ଷେତ୍ରରେ କର୍ମଚାରୀ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜି ପାରେ ।
ପୂ , ଫାଲଗୁନୀ - ଜୀବନ ସାଥିଙ୍କ ସହିତ ସମ୍ବନ୍ଧ ମଧୁର ରହିବ । ରାଜନିତିରେ କାମ ଗୁଡିକୁ ସମ୍ପନ୍ନ କରିବେ । ଛାତ୍ରଛାତ୍ରି ପଢାରେ ଆଗେଇବା ପାଇଁ ଚେଷ୍ଟା କରିବେ ।
ଉ ,ଫାଲଗୁନୀ – ଋଣ ଓ ପରୋକ୍ଷ ଶତ୍ରୁତା ଯୋଗୁ ବ୍ୟସ୍ତ ରହିପାରନ୍ତି । ସମ୍ପତିକୁ ନେଇ ଦୀର୍ଘଦିନର ଚିନ୍ତା ଦୂର ହେବ । ନାରୀମାନେ ଈର୍ଷାପରାୟଣ ରହିବେ
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଓଁ ହ୍ରୀଂ ହ୍ରୀଂ ରାଂ ରାମାୟ ନମଃ ଜପ କରନ୍ତୁ
କନ୍ୟା
ଉ , ଫାଲଗୁନୀ – ଆତ୍ମୀୟଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ । ଚାକିରୀ କ୍ଷେତ୍ରରେ ଭଲ ବେତନ ପାଇବେ । ପରିବାରରେ ଅନୁକୂଳ ପରିସ୍ଥିତି ବଜାୟ ରହିବ ।
ହସ୍ତା – ଆପଣଙ୍କ କାର୍ୟ୍ୟକଳାପରେ ଅସନ୍ତୁଷ୍ଟ ହୋଇ ସମ୍ପର୍କୀୟ ପଛରେ ସମାଲୋଚନା କରିପାରନ୍ତି । ଛାତ୍ରଛାତ୍ରୀ ମାନେ ପରିଶ୍ରମୀ ହେବେ । ସାହିତ୍ୟ, ସଙ୍ଗିତ ଓ ସୃଜନାଶୀଳତା ବୃଦ୍ଧି ପାଇବ
ଚିତ୍ରା – ନାନା ଭାବନା ଓ ଦ୍ୱିଧାଭାବ ଭିତରେ ଗତି କରି ପାରନ୍ତି । କଚେରି ମାମଲା କାରଣରୁ ଉଦ୍ବେଗ ବୃଦ୍ଧି ପାଇବ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ତ୍ରିପୁରା ସୁନ୍ଦରୀଙ୍କର ପୂଜା, ପାଠ କରନ୍ତୁ
ତୁଳା -
ଚିତ୍ରା – ପରିବାର ଭିତରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ । ଅଧିକାଂଶ ସମୟ ମନ ଅସ୍ଥିର ରହିବା କାରଣରୁ କାମ ଗୁଡିକ ସମ୍ପୂର୍ଣ୍ଣ ହେବା କଷ୍ଟକର ହୋଇପାରେ
ସ୍ୱାତୀ – ଶତୃ ମାନେ ହଠାତ୍ ମିତ୍ରତା ସାଜିବା ପାଇଁ ଚେଷ୍ଟିତ ହେବେ । ସଭାସମିତିରେ ଉନ୍ନତ ମାନର ଆଲୋଚନା କରିବେ । ବହୁ ମୂଲ୍ୟବାନ୍ ଦ୍ରବ୍ୟ କ୍ରୟ କରିପାରନ୍ତି
ବିଶାଖା – ମହିଳା ମାନେ ଧୈର୍ୟ୍ୟ ଧରି କାମ କରିଲେ କାର୍ୟ୍ୟରେ ବିଜୟଲାଭ କରିବେ । ସାମ୍ବାଦିକତା କ୍ଷେତ୍ରରେ ପ୍ରଂଶସା ସାଉଟିବେ । ବିଦ୍ୟାର୍ଥୀ ମାନେ ପଢାରେ ଏକାଗ୍ରତା ରକ୍ଷା କରିବେ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଧଳା ବା ନୀଳ ରଙ୍ଗର ପୋଷାକ ପରିଧାନ କରନ୍ତୁ
ବିଛା
ବିଶାଖା – ଆଗରୁ ଭୋଗୁଥିବା ଶାରିରୀକ ସମସ୍ୟାର ଉନ୍ନତି ହେବ । ବ୍ୟବସାୟରେ ତିଷ୍ଟି ରହିଲେ ମଧ୍ୟ ଆଶାନୁରୂପକ ଲାଭ ନାହିଁ । ପାରିବାରିକ ଜୀବନରେ ଖର୍ଚ୍ଚର ପରିମାଣ ବଢିବ ।
ଅନୁରାଧା – କର୍ମକ୍ଷେତ୍ରରେ ଯେଉଁ କାର୍ୟ୍ୟ ହାତକୁ ନେବେ ସେଥିରେ ବିଫଳ ହେବେ । ପ୍ରତ୍ୟେକ କ୍ଷେତ୍ରରେ ଧୈର୍ୟ୍ୟହରା ନ ହୋଇ କାର୍ୟ୍ୟ କଲେ ଉପକୃତ ହେବେ
ଜ୍ୟେଷ୍ଠା – ସାମାଜିକ ସ୍ତରରେ ଗଠନମୂଳକ କାର୍ୟ୍ୟରୁ ପ୍ରଶଂସିତ ହେବେ । କୋର୍ଟରେ ଶୁଭ ଫଳ ପାଇବେ । ନୂତନ ବନ୍ଧୁ ସୃଷ୍ଟି ହୋଇ ପାରିବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ଅସହାୟ ରୋଗି ମାନଙ୍କୁ ସାହାର୍ଯ୍ୟ କରନ୍ତୁ
ଧନୁ
ମୂଳା – କୈାଣସି କାମ ସଂପୂର୍ଣ୍ଣ ହେବା ଯୋଗୁଁ ମନ ଖୁସି ରହିବ । ନୂତନ ପୋଷାକ ଅଳଙ୍କାର ନିଜପାଇଁ କିଣି ପାରନ୍ତି । ପାରିବାରିକ ଜୀବନ ଭୃତ୍ୟଲାଭ ଯୋଗ ରହିଛି
ପୂ , ଷାଢା – ସରକାରି ସହୟତା ପାଇବେ ବା ଉଚ୍ଚପଦସ୍ଥ ଅଧିକାରୀଙ୍କ ଅନୁକମ୍ପା ହାସଲ କରିବେ । ରାଜନୀତି ଦୃଢ ହେବା ସହିତ ମୂଖ୍ୟ ଭୂମିକା ନିର୍ବାହ କରିବେ
ଉ , ଷାଢା – ଆର୍ଥିକ ଲାଭ ସହ ସମ୍ପତି ବୃଦ୍ଧି ହେବ । ମହିଳା ମାନେ ପୂଜା, ପାଠରେ ମନ ଲଗାଇବେ । ଛାତ୍ରଛାତ୍ରୀ ମାନେ ନିଜ ଚେଷ୍ଟାରେ ବିଦ୍ୟା କ୍ଷେତ୍ରରେ ସଫଳତା ପାଇବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶନି ଦେବଙ୍କ ପୂଜା ପୂଜା କରନ୍ତୁ
ମକର
ଉ , ଷାଢା - ଶାରୀରିକ ଅସୁସ୍ଥତା ଓ ଧନ ବ୍ୟୟର ସୂଚନା ମିଳିବ । ପିଲାମାନେ ମଧ୍ୟ୍ୟମ ଧରଣର ଫଳ ପାଇବେ । କାମରେ ଭଲ ପ୍ରଦର୍ଶନ ପାଇଁ କିଛି ନୂଆ କରିବେ
ଶ୍ରବଣା – ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ । ରାଜନୀତିରେ ସତର୍କ ରହି କାର୍ୟ୍ୟ କରନ୍ତୁ । ଚାକିରୀରେ ଅଧିକ ପରିଶ୍ରମ କରିବାକୁ ପଡିବ ।
ଧନିଷ୍ଠା – କଳା, ସାହିତ୍ୟ ଓ ସଙ୍ଗୀତ କ୍ଷେତ୍ରରେ ସଫଳତା ଅର୍ଜନ କରିବେ । ଭୂ- ସମ୍ପତିରେ ଭାବିଚିନ୍ତି ପଇସା ନିବେଶ କରନ୍ତୁ
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମା ଶାରଳାଙ୍କ ଆରଧନା କରନ୍ତୁ
କୁମ୍ଭ-
ଧନିଷ୍ଠା –ସ୍ୱାସ୍ଥ୍ୟରେ ଅବୋନ୍ନତି ଦେଖା ଦେଇପାରେ । ବ୍ୟବସାୟରେ ସ୍ଥାୟୀ ରହିବା ପାଇଁ ଚେଷ୍ଟା କରିବେ । ସଂଗଠନ କ୍ଷେତ୍ରରେ ନିଜକୁ ସାମିଲ କରିବା ସହିତ ନିଜର ଦକ୍ଷତା ପ୍ରତିପାଦିତ କରିବେ ।
ଶତଭିଷା –କମ୍ ପରିଶ୍ରମ କରି ନିଜର ଉଦେଶ୍ୟ ହାସଲ କରିନେବେ । ରାଜନିତିରେ ବିଶିଷ୍ଟ ବ୍ୟକ୍ତିଙ୍କ ସହିତ ହାତ ମୁଶାଇବେ । ଛାତ୍ରଛାତ୍ରି ଗୁରୁଜନଙ୍କ ଠାରୁ ଭଲ ପରାମର୍ଶ ପାଇବେ ।
ପୂ , ଭାଦ୍ରପଦ – ଅଫିସ୍ରେ ଆପଣଙ୍କୁ ସାବଧାନ୍ ରହିବାକୁ ପଡିବ । ଜମିକୁ ନେଇ ବହୁ ଦିନରୁ ଲାଗି ରହିଥିବା ସମସ୍ୟା ସମାଧାନ ହୋଇଯିବ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ନାଲି ପୋଷାକ ବ୍ୟବହାର କରନ୍ତୁ
ମୀନ
ପୂ , ଭାଦ୍ରପଦ - ସମସ୍ତ ପ୍ରକାରର ସୁବିଧାଥିଲେ ମଧ୍ୟ ବହୁ କଷ୍ଟରେ କାର୍ୟ୍ୟସିଦ୍ଧି ଘଟିବ । ସମସ୍ୟା ଭାରକ୍ରାନ୍ତ ହୋଇ ମନଟା ଭଲ ଲାଗିବ ନାହିଁ
ଉ , ଭଦ୍ରପଦ - ସାମାଜିକ ସ୍ତରରେ ଜନମଙ୍ଗଳ କାମରେ ନିଜକୁ ନିୟୋଜିତ କରିପାରନ୍ତି । ରାଜନିତିରେ ସଭାସମିତିରେ ଆଗ୍ରହୀ ହୋଇପାରନ୍ତି । ବିଦ୍ୟାର୍ଥୀ ମାନେ ପଢାରେ ସାହାର୍ୟ୍ୟ ପାଇବେ
ରେବତୀ – ମାଲିମକଦ୍ଦମାରେ ବିଜୟ ପ୍ରାପ୍ତିର ଆଶା କରିବେ । ମହିଳା ମାନଙ୍କର ସମସ୍ୟା ସୁଧାରିବା କ୍ଷେତ୍ରରେ ସହଯୋଗ ଅଭାବ ରହିବ ନାହିଁ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ବୃହସ୍ପତିଙ୍କର ପୂଜାର୍ଚ୍ଚନା କରନ୍ତୁ
ଅଧିକ ପଢ଼ନ୍ତୁ ରାଶିଫଳ ଖବର: