ଅଧିକ ପଢ଼ନ୍ତୁ ରାଶିଫଳ ଖବର
ଅର୍ଗସ ବ୍ୟୁରୋ: ଚିନ୍ତା କରୁଛନ୍ତି କି ଆଜିର ଦିନ ଆପଣଙ୍କର କେମିତି କଟିବ। ତେବେ ନଜର ପକାନ୍ତୁ ରାଶିଫଳ ଉପରେ।
ମେଷ-
ଅଶ୍ୱନୀ- କୈାଣସି କାର୍ଯ୍ୟର ସମାଧାନ ହୋଇଯିବ । ମାଙ୍ଗଳିକ କାର୍ଯ୍ୟରେ ମନ ଯୋଗଦେବେ । ସୁସ୍ଥ ଅନୁଭବ କରିବେ
ଦ୍ୱିଜା- ପରିବାରରେ ଚିନ୍ତା ବଢିପାରେ । ଚାକିରି କ୍ଷେତ୍ରରେ ପ୍ରାଧାନ୍ୟ ହ୍ରାସ ପାଇବେ । ମୋହରେ ପଡି ଅପଦସ୍ତ ହେବେ
କୃତିକା- ଶିକ୍ଷା କ୍ଷେତ୍ରରେ ଅଭିଜ୍ଞତା ବଢିବ । ସମ୍ପତି-ବାଡିକୁ ନେଇ ଅନେକ ପରିସ୍ଥିତି ଦେଖା ଦେଇପାରେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ହନୁମାନଙ୍କର ଆରାଧନା କରନ୍ତୁ
ବୃଷ-
କୃତିକା- ସ୍ୱାସ୍ଥ୍ୟ ସମସ୍ୟାରେ ବହୁ ପରିମାଣରେ ହ୍ରାସ ପାଇବ । ସନ୍ତାନ ପକ୍ଷକୁ ନେଇ ଚିନ୍ତିତ ରହିବେ । ପରିବାରରେ ଅଶାନ୍ତି ଦେଖାଦେବ ।
ରୋହିଣୀ- ସନ୍ତାନଙ୍କ ଭାଗ୍ୟରେ ଏବଂ ଆର୍ଥିକ ସ୍ଥିତି ଉନ୍ନତି ଦେଖାଦେବ । ସାମାଜିକ କାର୍ଯ୍ୟରେ ସଫଳତା ପାଇବେ । ରାଜନୀତିରେ କୌଣସି ନୂତନ ବନ୍ଧୁଙ୍କ ସହିତ ଭେଟ ହେବ ।
ମୃଗଶିରା- କଚେରି ମାମଲାରେ କ୍ଷେତ୍ରରେ ଆଶାଜନକ ଫଳ ପାଇବେ । ମହିଳା ମାନେ କାର୍ଯ୍ୟ ବ୍ୟସ୍ତ ରହିବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ମା କମଳାଙ୍କର ପୂଜାର୍ଚ୍ଚନା କରନ୍ତୁ
ମିଥୁନ-
ମୃଗଶିରା- କୈାଣସି କାର୍ଯ୍ୟରେ ସଫଳତା ହାସଲ କରିବେ । ମୂଲ୍ୟବାନ୍ ଦ୍ରବ୍ୟ କ୍ରୟ କରିପାରନ୍ତି । ବନ୍ଧୁ ମେଳରେ ଆନନ୍ଦ ଅନୁଭବ କରିବେ ।
ଆଦ୍ରା- ପ୍ରେମିକା,ପ୍ରେମିକ ମାନଙ୍କର ପୁର୍ବ ସ୍ମୃତି ଜାଗ୍ରତ ହୋଇପାରେ । ସାମାଜିକ କାର୍ଯ୍ୟରେ ଯୋଗ ଦେବେ । ଶିକ୍ଷାର୍ଥୀ ମାନେ ପଢାରେ ଅନ୍ୟସମସ୍କ ରହିବେ ।
ପୁନର୍ବସୁ- ଆପଣଙ୍କର କ୍ରୀଡା କାର୍ଯ୍ୟକଳାପକୁ ପୁନଃ ଆରମ୍ଭ କରିବା ପାଇଁ ଚେଷ୍ଟା କରିବେ । ଆପଣ ବାଧାବିଘ୍ନର ସମ୍ମୁଖୀନ ହୋଇପାରନ୍ତି
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ବିଷ୍ଣୁଙ୍କର ସହସ୍ର ନାମ ପାଠ କରନ୍ତୁ
କର୍କଟ-
ପୁନର୍ବସୁ- ମଧୁର କଥାରେ ପରକୁ ଆପଣାର କରିପାରନ୍ତି । ଥଣ୍ଡାଜନିତ ଅସୁସ୍ଥତା ଅନୁଭବ କରିବେ।
ପୁଷ୍ୟା- ସରକାରୀ ଓ ବେସରକାରୀ ସ୍ତରରେ ସମ୍ମାନିତ ହେବ । ବିଦ୍ୟାର୍ଥୀ ମାନେ ବିଦ୍ୟାପ୍ରେମୀ ହୋଇପାରନ୍ତି ।
ଅଶ୍ଳେଷା- ମହିଳା ମାନେ ଭ୍ରମଣର ସୁଯୋଗ ପାଇବେ । ଅନେକ ଦିନରୁ ଧାର୍ୟ୍ୟ କରିଥିବା ଲକ୍ଷ ପୂରଣ କରିବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଚନ୍ଦ୍ରଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ସିଂହ-
ମଘା- ଆତ୍ମୀୟଙ୍କ ଦୁର୍ବବ୍ୟବହାର ଭୋଗିବେ । ନିତ୍ୟ କର୍ମରେ ବ୍ୟତିକ୍ରମ ଘଟିପାରେ । ପରିବେଶ ଆନନ୍ଦ ଦାୟକ ରହିବ
ପୂ- ଫାଲ୍ଗୁନୀ- ବ୍ୟବସାୟକୁ ବଢାଇବା ପାଇଁ ମନକୁ ନୂଆ ନୂଆ ବିଚାର ଆସିବ । ଚାକିରୀରେ କର୍ମତତ୍ପର ରହି ସମସ୍ତଙ୍କର ପ୍ରିୟ ପାତ୍ର ହୋଇପାରିବେ
ଉ- ଫାଲ୍ଗୁନୀ- ରାଜନୀତିରେ ଦୁଃଶାହସିକ ପଦକ୍ଷପ ଗ୍ରହଣ କରିବେ । ଶିକ୍ଷାର୍ଥୀ ମାନଙ୍କର ଶିକ୍ଷାରେ ଦକ୍ଷତା ଓ ଅଭିଜ୍ଞତା ବଢିବ
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ସୂର୍ୟ୍ୟକୁ ଜଳଦାନ କରି ଦିନ ଆରମ୍ଭ କରନ୍ତୁ
କନ୍ୟା-
ଉ- ଫାଲ୍ଗୁନୀ- ପାରିବାରିକ କ୍ଷେତ୍ର ଶୃଙ୍ଖଳିତ ରହିବା ସଙ୍ଗକୁ ଅର୍ଥଲାଭ ହୋଇପାରେ । କର୍ମକ୍ଷେତ୍ରରେ ବନ୍ଧୁଙ୍କ ପ୍ରତିଶ୍ରୁତି ପାଇ ଆସ୍ୱସ୍ତି ଅନୁଭବ କରିବେ
ହସ୍ତା- ରାଜନିତିରେ ପଦମର୍ଯ୍ୟଦା ବୃଦ୍ଧି ପାଇବ । ବନ୍ଧୁଙ୍କ ନିକଟରୁ ଆଶା କରୁଥିବା ଶୁଭ ଖବର ଶୁଣି ଖୁସି ହେବେ ।
ଚିତ୍ରା- ଜମିଜମା ବିବାଦ ଜଟିଳ ହୋଇପାରେ । ଛୋଟବଡ ବିବାଦକୁ ଛାଡିଦେଲେ ସବୁ ଦୃଷ୍ଟିରୁ ଆପଣଙ୍କ ପାଇଁ ଅନୁକୂଳ ରହିବ
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର- ଗରିବ ଲୋକଙ୍କୁ ସାହାର୍ଯ୍ୟ କରନ୍ତୁ
ତୁଳା-
ଚିତ୍ରା- ଆକସ୍ମିକ ଦୁର୍ଘଟଣା ଘଟିପାରେ , ତେଣୁ ସାବଧାନ ରୁହନ୍ତୁ । ମନକୁ ସ୍ଥିର କରି ନୂଆ ବ୍ୟବସାୟ ଆରମ୍ଭ କରିବେ
ସ୍ୱାତୀ- ରାଜନୀତିରେ ସମର୍ଥନ ହ୍ରାସ ପାଇପାରିବେ । ଛାତ୍ରଛାତ୍ରୀ ମାନେ ପଢାରେ ଅବେହଳା କରି ଦୁଃଖ ପ୍ରକାଶ କରିବେ ।
ବିଶାଖା- ଯାନ,ବାହନ କରିବାରେ ଆଗ୍ରହ ବଢିବ । ମହିଳା ମାନେ କୈାଣସି କଥାରେ ମନରେ ବ୍ୟାକୁଳତା ଅନୁଭବ କରିବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – କମଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ବିଛା-
ବିଶାଖା- ସ୍ୱାସ୍ଥ୍ୟ ପୂର୍ବ ଅପେକ୍ଷା ଭଲ ରହିବ । ବ୍ୟବସାୟରେ ନୂଆ ଗୋଷ୍ଠୀ ସହିତ ଯୋଡି ହେବା ପାଇଁ ଚେଷ୍ଟା କରିବେ ।
ଅନୁରାଧା- ରାଜନିତିରେ ମିଥ୍ୟା ଗୁଜବ ମନକୁ ଅତଙ୍କିତ କରିବା ସହ ଅସି୍ଥରତା ସୃଷ୍ଟି କରିବ । ବିଦ୍ୟାର୍ଥୀ ମାନେ ବିଦେଶ ଯାଇପାରନ୍ତି ।
ଜ୍ୟୋଷ୍ଠା- ଆକସ୍ମିକ ଭାବରେ ମୋଟା ଅଙ୍କର ଅର୍ଥ ଆବଶ୍ୟକ ହୋଇପାରେ । ସତର୍କରେ ପଦକ୍ଷପ ନନେଲେ ଲକ୍ଷ ସାଧନରେ ବିଳମ୍ବ ଘଟିବ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ମା ଚର୍ଚ୍ଚିକାଙ୍କ ପୂଜା ପାଠ କରନ୍ତୁ
ଧନୁ-
ମୂଳା- ଭଲ ଶାରୀରିକ ଏବଂ ମାନସିକ ସ୍ୱାସ୍ଥ୍ୟ ବଜାୟ ରଖିବେ । ବ୍ୟକ୍ତିଗତ ଏବଂ ବୃତ୍ତିଗତ ଜୀବନରେ ଅଧିକ ନିରାପଦ ଅନୁଭବ କରିବେ
ପୂ, ଷାଢା- ଲକ୍ଷ୍ୟ ହାସଲ କରିବାକୁ ଅଧିକ ପରିଶ୍ରମ କରିବାକୁ ପଡିପାରେ । ଛାତ୍ରମାନେ ଅଧିକ ପରିଶ୍ରମ କରି ସେମାନଙ୍କର ଆତ୍ମବିଶ୍ୱାସ ବଢିବ
ଉ, ଷାଢା- ଆପଣ ଅଭିଜ୍ଞତା ଅର୍ଜନ କରିବେ ଯାହା ଫଳପ୍ରଦ ଏବଂ ମୂଲ୍ୟବାନ ପ୍ରମାଣିତ ହେବ । ପ୍ରତ୍ୟେକ ବାଧାବିଘ୍ନକୁ ଦୂର କରିବାରେ ସକ୍ଷମ ହେବେ
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ ରାମଙ୍କ ସ୍ତୋତ୍ର ପାଠ କରନ୍ତୁ
ମକର
ଉ , ଷାଢା - ଶାରିରୀକ ସମସ୍ୟାରୁ ମୁକ୍ତି ପାଇବେ । ଜୀବନରେ ଉନ୍ନତି ପାଇଁ ନୂଆ ସୁଯୋଗ ପାଇବେ । ପରିବାରରେ ଲାଗି ରହିଥିବା ଅଶାନ୍ତି ଦୂର ହେବ ।
ଶ୍ରବଣା – ମାର୍କେଟିଂ ବିକ୍ରୟ ଯୋଗାଯୋଗରେ ସଫଳତା ପାଇବେ । ସମାଜରେ ପ୍ରତିଷ୍ଠା ବୃଦ୍ଧି ହୋଇପାରେ । ବିରୋଧି ମାନେ ଆପଣଙ୍କ ପାଖକୁ ଆସିବା ପାଇଁ ଭୟ କରିବେ ।
ଧନିଷ୍ଠା – ମାଙ୍ଗଳିକ କାର୍ୟ୍ୟ କରିବା ପାଇଁ ବିଚାର କରିବେ । ନୂଆ କଳାକୈାଶଳ ଶିଖିବାକୁ ସୁଯୋଗ ମିଳିବ । ଆଧ୍ୟାତ୍ମିକ ଭାବନାରେ ସମୟ ବିତିବ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ପିମ୍ପୁଡି ଗାତ ଖାଦ୍ୟ ପକାନ୍ତୁ
କୁମ୍ଭ
ଧନିଷ୍ଠା- ଶରୀରରେ ଆଘାତ ପାଇ ପାରନ୍ତି । ଗୃହ କାର୍ଯ୍ୟରେ ଆଗ୍ରହ ବଢିବ । ବ୍ୟବସାୟରେ ଅଭିବୃଦ୍ଧି ଘଟିପାରେ ।
ଶତଭିଷା- କର୍ମକ୍ଷେତ୍ରରେ ଯେଉଁଭଳି ପରିସ୍ଥିତି ଆସିଲେ ମଧ୍ୟ ଆପଣ ସମ୍ଭାଳି ନେବେ । ରାଜନୀତିରେ ଭଲ ସୁଯୋଗର ଉପଯୋଗ କରିବେ
ପୂ, ଭାଦ୍ରପଦ- ଶିକ୍ଷାକ୍ଷେତ୍ରରେ ବିଶୃଖଂଳା ଉପୁଜିପାରେ । ମହିଳା ମାନଙ୍କୁ ଅଧିକ ପରିଶ୍ରମ କରିବାକୁ ପଡିପାରେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ଶନିଙ୍କର ଗାୟତ୍ରୀ ପାଠ କରନ୍ତୁ
ମୀନ
ପୂ , ଭାଦ୍ରପଦ - ସ୍ୱାସ୍ଥ୍ୟ କ୍ଷେତ୍ରରେ ଉନ୍ନତି ହେବ । ଦାମ୍ପତି ଜୀବନ ପ୍ରେମପୂର୍ବକ ବିତିବ । ଅଫିସରେ କର୍ମଚାରୀଙ୍କ ଉପରେ ବିରକ୍ତ ରୁହନ୍ତୁ ନାହିଁ ।
ଉ , ଭଦ୍ରପଦ - ଶିକ୍ଷାର୍ଥୀ ମାନେ ଅଧ୍ୟୟନ ଦିଗରେ ମନ ବଳାଇବେ । ଦୂରଯାତ୍ରା, ବାଣିଜ୍ୟ,ବ୍ୟବସାୟ କାରବାର କ୍ଷେତ୍ରରେ ଉନ୍ନତି ଆସିବ ।
ରେବତୀ – ଆକସ୍କିକ ବିପଦ ଦେଖାଦେଇ ପାରେ । ସତର୍କତା ଅବଲମ୍ବନ ନକଲେ ପୈତୃକ ସମ୍ପତି ହସ୍ତାନ୍ତର ହୋଇପାରେ
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର- ବୃହସ୍ପତିଙ୍କର ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ
ଅଧିକ ପଢ଼ନ୍ତୁ ରାଶିଫଳ ଖବର
ଭୁବନେଶ୍ୱର: ଗରିବ ଓଡ଼ିଆଙ୍କୁ ଲୁଟ୍ କରି ଛିଡ଼ା କରାଗଲା ଟଙ୍କା ପାହାଡ଼। 5 ଦିନ ପରେ ବି ସରୁନି ଗଣା। ମଦ ଟଙ୍କା 500 କୋଟି ପାର ହେବାର ଆକଳନ। କେବଳ ଟଙ୍କା ଆଦାୟ ପାଇଁ ମଦ ନୀତିରେ ଦେଶୀ ମଦକୁ ପ୍ରୋତ୍ସାହନ। ବିଜେପିର ଅଭିଯୋଗ, ବିଜେଡି ଫଣ୍ଡିଂରେ ମଦ ବ୍ୟବସାୟୀଙ୍କ ବଡ଼ ଭୂମିକା। କେନ୍ଦ୍ର ଶିକ୍ଷାମନ୍ତ୍ରୀ କହିଲେ, ଯେଉଁମାନେ ଉତ୍ତରଦାୟୀ, ସେମାନେ ମୁହଁରେ ତୁଣ୍ଡି ନ ବାନ୍ଧି ଉତ୍ତର ଦେବାକୁ ବାଧ୍ୟ।
ଓଡ଼ିଶାର ସବୁଠୁ ବଡ଼ ଆଇଟି ରେଡରେ ଜବତ ଟଙ୍କାର ପାହାଡ଼କୁ ଗଣି ଗଣି ହାଲିଆ ହାଲିଆ ହେଲେଣି କର୍ମଚାରୀ। କିନ୍ତୁ ସରୁନି ହିସାବ। 30ଟି ମେସିନରେ ଟଙ୍କା ଗଣା ଚାଲିଛି। ବ୍ୟାକଅପ୍ ପାଇଁ ୧୦ ମେସିନ ସହ ରୋବୋଟିକ ମେସିନ ବି କାମରେ ଲାଗିଛି । ଗଣାସରିବା ୩ଟା ମେସିନରେ ବଣ୍ଡଲିଂ କରାଯାଉଛି। ବଲାଙ୍ଗିରରୁ ଜବତ ୧୭୬ ବସ୍ତା ମଧ୍ୟରୁ ୧୪୦ ବସ୍ତାର ଗଣତି ସରିଲାଣି । ଜବତ ଟଙ୍କାର ପରିମାଣ 500 କୋଟିରୁ ଅଧିକ ହେବ ବୋଲି ଆକଳନ କରାଯାଉଛି।
ଗରିବ ଓଡ଼ିଶାବାସୀଙ୍କୁ ଲୁଟି ଛିଡ଼ା କରାଯାଇଛି ଏ ଟଙ୍କାର ପାହାଡ଼। କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି ଯେତେ ପ୍ରଭାବଶାଳୀ ହେଲେ ବି କେଳେଙ୍କାରୀରେ ସମ୍ପୃକ୍ତ କାହାରିକୁ ଛାଡ଼ିବେନି ମୋଦି ସରକାର। ଅଭିଯୁକ୍ତ କଂଗ୍ରେସ ସାଂସଦଙ୍କ ପରିବାର ଲଗାତାର ଓଡ଼ିଶାରେ କରିଆସୁଥିଲା ବ୍ୟବସାୟ। ଯେଉଁମାନେ ଉତ୍ତରଦାୟୀ, ସେମାନେ ମୁହଁରେ ତୁଣ୍ଡି ନ ବାନ୍ଧି ଉତ୍ତର ଦେବାକୁ ବାଧ୍ୟ। ଏତେ ଟଙ୍କା, ଯାହାକୁ ନେଇ ସାରା ଦେଶରେ ଚର୍ଚ୍ଚା। ଓଡ଼ିଶା ଭଳି ରାଜ୍ୟରେ ମଦରୁ ଏତେ ଟଙ୍କା ଆଦାୟ ହେବା ଆଶ୍ଚର୍ଯ୍ୟର କଥା। କିନ୍ତୁ ପ୍ରଶ୍ନ ଉଠୁଛି ଏତେ ଟଙ୍କା ଆଦାୟ ହେଲା ନା ଆଦାୟ କରାଗଲା।
ସବୁଠାରୁ ବଡ଼ ଆଙ୍ଗୁଳି ଉଠୁଛି ଓଡ଼ିଶାର ଶାସନ କଳ ଓ ଶାସକ ଦଳ ଉପରେ। ଆଉ ପ୍ରଶ୍ନ ଘେରକୁ ଆସିଛି ରାଜ୍ୟ ସରକାରଙ୍କ ମଦ ନୀତି। ଅଭିଯୋଗ ହେଉଛି ଉଦ୍ଦେଶ୍ୟ ମୂଳକ ଭାବେ ଦେଶୀମଦକୁ ପ୍ରୋତ୍ସାହନ ଦେବା ପାଇଁ ପ୍ରସ୍ତୁତ କରାଯାଇଛି ମଦ ନୀତି । ମନଇଚ୍ଛା ଟଙ୍କା ଆଦାୟ ପାଇଁ ଏଥିରେ ବ୍ୟବସ୍ଥା କରାଯାଇଛି। 25 ବର୍ଷ ହେଲା ରାଜ୍ୟରେ ହୋଇନାହିଁ ମଦ ଲାଇସେନ୍ସ ପାଇଁ ଚେଣ୍ଡର। ବାରମ୍ବାର ମୁଷ୍ଟିମେୟ ଲୋକଙ୍କର ମଦ ବ୍ୟବସାୟ ଲାଇସେନ୍ସ ରିନ୍ୟୁ କରାଯାଉଛି । ଆଉ ଏହି ବ୍ୟବସାୟୀ ମାନେ ହିଁ ଶାସକ ବିଜେଡିର ଦଳୀୟ ଫଣ୍ଡିଂର ଆଗରେ।
ମଦ ସାମ୍ରାଜ୍ୟର ଗୁମର ଖୋଲୁଛି ତା ସହ ସାମ୍ନାକୁ ଆସୁଛି ମଦ ବ୍ୟବସାୟୀଙ୍କ ସହ ବିଜେଡି ନେତା ଓ ମନ୍ତ୍ରୀଙ୍କ ଲିଙ୍କର ପ୍ରମାଣ। ରାଜ୍ୟ ପୋଲିସ, ଅବକାରୀ ବିଭାଗରୁ ନେଇ ଭିଜିଲାନ୍ସ ଏତେ ତଦନ୍ତକାରୀ ସଂସ୍ଥା କାହିଁକି ଚୁପ୍ ଥିଲେ ତାହା ସବୁଠାରୁ ବଡ଼ ପ୍ରଶ୍ନ।
ଅଧିକ ପଢନ୍ତୁ ଓଡ଼ିଶା ଖବର
ଭୁବନେଶ୍ୱର: ରାଜ୍ୟରେ ଏକ ଦୁର୍ନୀତିଗ୍ରସ୍ତ ଓ ଭ୍ରଷ୍ଟାଚାରୀ ଶାସନ ବ୍ୟବସ୍ଥା ଯୋଗୁଁ ସମଗ୍ର ଭାରତବର୍ଷରେ ମହିଳା ନିର୍ଯ୍ୟାତନା ଓ ଅପରାଧିକ ମାମଲାରେ ଓଡ଼ିଶା ଆଜି ନିନ୍ଦିତ । ମହିଳା ମାନଙ୍କ ଉପରେ ଅତ୍ୟାଚାର ନେଇ ପ୍ରକାଶିତ ଏନସିଆରବି ରିପୋର୍ଟ ଓଡ଼ିଶାର ମୁଣ୍ଡକୁ ତଳକୁ କରିଦେଇଛି ବୋଲି ରବିବାର ଭୁବନେଶ୍ୱରରେ ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ରାଜ୍ୟ ବିଜେପି ମହିଳା ମୋର୍ଚ୍ଚା ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକରେ ଯୋଗଦେଇ କହିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।
ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି ଯେ ଓଡ଼ିଶାରେ ସ୍ଥାଣୁ, ଅପାରଗ, ଦୁର୍ନୀତିଗ୍ରସ୍ତ ଓ ଭ୍ରଷ୍ଟାଚାରୀ ଶାସନ ବ୍ୟବସ୍ଥା ଚାଲିଛି । ଏ ସରକାରରେ ତାଙ୍କ ଦଳର ଅନେକ ମନ୍ତ୍ରୀ, ବିଧାୟକ ଓ ନେତାମାନଙ୍କ ନାଁରେ କେଳେଙ୍କାରୀର ଅଭିଯୋଗ ଆସିଛି । ତାଙ୍କ ଦଳୀୟ ମହିଳାମାନେ ଦଳୀୟ ନେତୃତ୍ୱ ବିରୋଧରେ ସଙ୍ଗୀନ ଅଭିଯୋଗ ଆଣିଛନ୍ତି । ସଦ୍ୟତମ ଏନସିଆରବି ରିପୋର୍ଟ ଅନୁସାରେ ଦେଶରେ ମହିଳା ଅପରାଧରେ ଓଡ଼ିଶା ଆଗରେ ରହିଛି । ସ୍ଥାନୀୟ ସରକାର ପଦଚ୍ୟୁତ ହେଲେ ହିଁ ମମତା ମେହେର, ପରୀକୁ ସଠିକ୍ ନ୍ୟାୟ ମିଳିପାରିବ । ସେହିପରି ସ୍ୱାସ୍ଥ୍ୟ କ୍ଷେତ୍ରରେ ଓଡ଼ିଶାର ନବଜାତ ଶିଶୁ ଓ ମହିଳାମାନେ ସବୁଠୁ ଖରାପ ସ୍ଥିତିରେ ଅଛନ୍ତି । ଏହା ବିରୋଧରେ ସାରା ରାଜ୍ୟରେ ବ୍ୟାପକ ଆନ୍ଦୋଳନ କରିବା ପାଇଁ ରାଜ୍ୟ ମହିଳା ମୋର୍ଚ୍ଚା ସଂକଳ୍ପ କରିଛି ।
ଦେଶର ଲୋକପ୍ରିୟ ପ୍ରଧାନମନ୍ତ୍ରୀଙ୍କ ନେତୃତ୍ୱାଧୀନ ସରକାର ସବୁବେଳେ ନାରୀ ସଶକ୍ତିକରଣକୁ ପ୍ରାଧାନ୍ୟ ଦେଇ ଆସିଛନ୍ତି । ମହିଳାଙ୍କୁ ସାମାଜିକ ଓ ରାଜନୈତିକ ସ୍ତରରେ ଯଥୋଚିତ ସମ୍ମାନ ଦେବା ସହ ସେମାନଙ୍କୁ ସ୍ୱାବଲମ୍ବୀ ଓ ଆତ୍ମନିର୍ଭର କରିବା ପାଇଁ ବିଗତ ସାଢେ ୯ ବର୍ଷ ଧରି ଅନେକ କଲ୍ୟାଣକାରୀ ପଦକ୍ଷେପ ନିଆଯାଇଛି । ମହିଳା ସଶକ୍ତିକରଣ ଆଜି ମୋଦିଙ୍କ ଗ୍ୟାରେଣ୍ଟି ହୋଇଛି । ‘ନାରୀ ଶକ୍ତି ବନ୍ଦନ ଅଧିନିୟମ’ ଅଣାଯାଇଛି ।
ଆଜି ଓଡ଼ିଶାରେ ୧ କୋଟିରୁ ଉର୍ଦ୍ଧ୍ୱ ମହିଳା ହିତାଧିକାରୀଙ୍କ ଜନଧନ ଆକାଉଣ୍ଟ ଖୋଲାଯାଇଛି । ସ୍ୱଚ୍ଛ ଭାରତ ଅଭିଯାନ ମାଧ୍ୟମରେ ରାଜ୍ୟରେ ୭୭ ଲକ୍ଷ ଶୌଚାଳୟ ନିର୍ମାଣ ହୋଇଛି । ପିଏମ ଆବାସରେ ୩୨ ଲକ୍ଷ ଘର ଦିଆଯାଇଛି । ଉଜ୍ଜ୍ୱଳା ଯୋଜନାରେ ୫୩ ଲକ୍ଷ ମହିଳା ହିତାଧିକାରୀଙ୍କୁ ମାଗଣା ଗ୍ୟାସ ଦିଆଯାଇଛି । ୫୬ ଲକ୍ଷ ପରିବାରକୁ ଜଳ ଜୀବନ ମିଶନରେ ପାଇପ ଯୋଗେ ସ୍ୱଚ୍ଛ ପାନୀୟ ଜଳ ପହଞ୍ଚାଯାଉଛି । ସେହିପରି ମୁଦ୍ରା ଲୋନ, ଏସଏଚଜି ସମୂହଙ୍କୁ ବ୍ୟାଙ୍କ୍ ମାଧ୍ୟମରେ କମ ସୁଧରେ ଋଣ ଉପଲବ୍ଧ କରାଯାଇଛି । ଗରିବ କଲ୍ୟାଣ ଅନ୍ନ ଯୋଜନାରେ ମାଗଣାରେ ୨୦୨୯ ପର୍ଯ୍ୟନ୍ତ ୩.୨୫ କୋଟି ହିତାଧିକାରୀଙ୍କୁ ପ୍ରତି ମାସକୁ ଚାଉଳ ଉପଲବ୍ଧ କରାଯାଉଛି । ବିଶ୍ୱକର୍ମା ଯୋଜନା ସହ ୨ କୋଟି ଲକ୍ଷପତି ଦିଦି ଏବଂ ନମୋ ଡ୍ରୋନ ଦିଦି ବନାଇବା ପାଇଁ ଯୋଜନା କରିଛନ୍ତି, ଯାହାର ଭାଗ ଓଡ଼ିଶା ପାଇବ ।
ରାଜ୍ୟରେ ମୋଦିଜୀଙ୍କ ହାତମୁଠାକୁ ମଜଭୂତ୍ କରିବାକୁ ହେଲେ ବୁଥ ସ୍ତରରେ ମହିଳା ସଂଗଠନକୁ ଅଧିକ ସୁଦୃଢ଼ କରିବା ସହ ଘରେ ଘରେ ମୋଦି ସରକାରଙ୍କ କଲ୍ୟାଣକାରୀ ଯୋଜନାକୁ ପହଞ୍ଚାଇବାର ଗୁରୁ ଦାୟିତ୍ୱ ମହିଳା ମୋର୍ଚ୍ଚାକୁ ନେବା ପାଇଁ ହେବ । ପ୍ରଧାନମନ୍ତ୍ରୀଙ୍କ ପରିକଳ୍ପିତ ବିକଶିତ ଓଡ଼ିଶା ଏବଂ ବିକଶିତ ଭାରତର ଲକ୍ଷ୍ୟକୁ ପୂରଣ କରିବା ପାଇଁ ହେଲେ ମହିଳାଙ୍କୁ ନେତୃତ୍ୱ ନେବା ପାଇଁ ପଡିବ । ମହିଳା ମାନଙ୍କ ନେତୃତ୍ୱ ହିଁ ଓଡ଼ିଶାରେ ରାଜନୈତିକ ପରିବର୍ତ୍ତନ ଆଣିବ ବୋଲି ଶ୍ରୀ ପ୍ରଧାନ ମତପ୍ରକାଶ କରିଛନ୍ତି ।
ଗରିବଙ୍କ ପଇସାକୁ ଲୁଟୁଥିବା ଲୋକମାନେ ଜେଲ୍ ଯିବେ- ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର: ଯେଉଁମାନେ ଗରିବଙ୍କ ଟଙ୍କାକୁ ଲୁଟୁଛନ୍ତି, ସେମାନଙ୍କୁ ଜେଲ ପଠାଯିବ । ମୋଦି କାହାକୁ ଛାଡିବେ ନାହିଁ ବୋଲି ରାଜ୍ୟରେ ଶହ ଶହ କୋଟି ଟଙ୍କା ଜବତ ହେବା ଘଟଣାରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।
ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି ଯେ ଆଜି ଓଡ଼ିଶାରେ ୮୦ ପ୍ରତିଶତ ଲୋକ ମୋଦିଜୀଙ୍କୁ ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଦେଖିବାକୁ ଚାହୁଁଛନ୍ତି । ମୋଦିଙ୍କ ଶାସନ ବ୍ୟବସ୍ଥାକୁ ଲୋକମାନେ ପସନ୍ଦ କରୁଛନ୍ତି । ଓଡ଼ିଶା ସମେତ ଦେଶର ଜନସାଧାରଣ ମୋଦିଙ୍କ ଗ୍ୟାରେଣ୍ଟି ଉପରେ ଭରସା କରୁଛନ୍ତି । ଯେଉଁମାନେ ଜବତ ହୋଇଥିବା ଅର୍ଥ କାରବାରରେ ସଂଶ୍ଲିଷ୍ଟ ଅଛନ୍ତି, ସେମାନେ ଯେତେ ପ୍ରଭାବଶାଳୀ ହେଲେ ମଧ୍ୟ ମୋଦି ସରକାର କାହାକୁ ବି ଛାଡିବେନାହିଁ । ଗରିବ ଓଡିଶାବାସୀଙ୍କ ଟଙ୍କାକୁ ଯିଏ ଲୁଟିଛି ତାକୁ ଜେଲ ପଠାଯିବ ।
'ଏ ଟଙ୍କା ଆଗାମୀ ନିର୍ବାଚନ ପାଇଁ ଗଚ୍ଛିତ ରଖାଯାଇଥିଲା'
ଏହି ଘଟଣାରେ ଯେଉଁ କଂଗ୍ରେସ ସାଂସଦଙ୍କ ନାଁ ଆସୁଛି, ତାଙ୍କ ପରିବାର ଲଗାତାର ଭାବେ ଓଡିଶାରେ ବ୍ୟବସାୟ କରି ଆସୁଥିଲା । ଯେଉଁମାନେ ଉତ୍ତରଦାୟୀ, ସେମାନେ ଚୁପ୍ ରହି ଉତ୍ତର ଦେବାକୁ ବାଧ୍ୟ ହେବେ । ଏହା ଲୋକଙ୍କ ଅପେକ୍ଷା ରହିଛି ବୋଲି ଶ୍ରୀ ପ୍ରଧାନ କହିଛନ୍ତି ।