ସୂଚନାନୁସାରେ, ଶୁକ୍ରବାର ସକାଳେ ସୁରକ୍ଷାକର୍ମୀ ଓ ନକ୍ସଲଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିଲା । ପୋଲିସ ପକ୍ଷରୁ କମ୍ବିଂ ଅପରେସନ ବେଳେ ନକ୍ସଲମାନେ ସୁରକ୍ଷାକର୍ମୀଙ୍କ ଉପରକୁ ପ୍ରଥମେ ଆକ୍ରମଣ କରିଥିଲା। ଏହାର ପାଲଟା ଜବାବରେ ସୁରକ୍ଷାବଳ ପକ୍ଷରୁ ମଧ୍ୟ ଆଖିବୁଜ ଗୁଳି ଚାଳନା ହୋଇଥିଲା । ବହୁ ସମୟ ଧରି ଗୁଳି ବିନିମୟ ଜାରି ରହିଥିଲା । ଏଥିରେ ୪ ନକ୍ସଲ ନିହତ ହୋଇଥିବା ସୂଚନା ମିଳିଛି।
ସୁରକ୍ଷାକର୍ମୀଙ୍କ ଗୁଳିରେ ୪ ନକ୍ସଲ ନିହତ, ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ
ଅର୍ଗସ ବ୍ୟୁରୋ: ବିହାରର ପଶ୍ଚିମ ଚମ୍ପାରନର ବାଗହା ଅଞ୍ଚଳରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୪ ଜଣ ନକ୍ସଲ ନିହତ ହୋଇଛନ୍ତି । ସ୍ଥାନୀୟ ଅଞ୍ଚଳରେ କିଛି ନକ୍ସଲ ଲୁଚି ରହିଥିବା ସୂଚନା ମିଳିବା ପରେ ସୀମା ସଶସ୍ତ୍ର ବଳ ଓ ସ୍ପେଶାଲ ଟାକ୍ସ ଫୋର୍ସ(ଏସଟିଏଫ) ପକ୍ଷରୁ ମିଳିତ ଅପରେସନ ଆରମ୍ଭ ହୋଇଥିଲା। ପୋଲିସ ଏବଂ ନକ୍ସଲ ମଧ୍ୟରେ ଗୁଳି ବିନିମୟରେ ଚାଲିଥିଲା। ଏଥିରେ ୪ ଜଣ ନକ୍ସଲ ନିହତ ହୋଇଛନ୍ତି । ସେମାନଙ୍କ ନିକଟରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବିସ୍ଫୋରକ ଜବତ ହୋଇଛି।
ମୋଦି ସରକାର ଆସିବା ପରେ ରାଜ୍ୟରେ ଗୃହ କମିଟିକୁ ରେଳ ଅନୁଦାନ ଦାବୀ ପାଇଁ ଦିଲ୍ଲୀ ଯିବାକୁ ପଡ଼ୁନାହିଁ

ଅର୍ଗସ ବ୍ୟୁରୋ : ମୋଦି ସରକାର ଆସିବା ପରେ ଓଡ଼ିଶା ବିଧାନସଭାରୁ ଗୃହ କମିଟିକୁ ରେଳ ଅନୁଦାନ ବଢ଼ାଇବା ଦାବୀ ପାଇଁ ଆଉ ଦିଲ୍ଲୀ ଯିବାକୁ ପଡ଼ୁନାହିଁ ବୋଲି ଗୁରୁବାର ଖୋର୍ଦ୍ଧା ରୋଡ୍ ରେଳ ଷ୍ଟେସନ ଠାରେ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ସହ ବିଭିନ୍ନ ରେଳ ପ୍ରକଳ୍ପର ଉଦଘାଟନ କରିବା ଅବସରରେ କହିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ର
Download Argus News App
