ଅର୍ଗସ ବ୍ୟୁରୋ:ଲେବାନନ ଓ ସିରିଆରେ ହଜାର ହଜାର ପେଜର୍ ବ୍ଳାଷ୍ଟ ଫଳରେ ୭ଜଣଙ୍କ ମୃତ୍ୟୁ ହୋଇଛି,୨୭୫୦ ଆହତ ହୋଇଛନ୍ତି, ମୃତ୍ୟୁ ସଂଖ୍ୟା ବଢ଼ିବାର ଆଶଙ୍କା କରାଯାଉଛି ।ହେଜବୁଲ୍ଲା ସଂଗଠନର ସଦସମ୍ୟମାନଙ୍କ ଯୋଗାଯୋଗ ପାଇଁ ବ୍ୟବହାର କରୁଥିବା ଶତାଧିକ ପେଜର ଏକାଥରେ ବିସ୍ଫୋରଣ ହୋଇଛି। ହେଜବୁଲ୍ଲାର ନିଜସ୍ୱ ଟେଲିକମ୍ୟୁନିକେସନ ବ୍ୟବସ୍ଥା ହେଉଛି ପେଜର। ସଂଗଠନ ପକ୍ଷରୁ ସଦସ୍ୟମାନଙ୍କୁ ମୋବାଇଲ ଫୋନ ବଦଳରେ ପେଜର ଦ୍ୱାରା କଥାବାର୍ତ୍ତା ହେବାକୁ କୁହାଯାଏ।
ଏବେ ପେଜରଗୁଡ଼ିକୁ ଟାର୍ଗେଟ କରାଯାଇଛି। ଲେବାନନରେ ଘଟିଛି ଭୟଙ୍କର ଘଟଣା। ଆମେରିକା ଓ ୟୁରୋପୀୟ ଦେଶ ଦ୍ୱାରା ଆତଙ୍କବାଦୀ ସଂଗଠନର ମାନ୍ୟତା ପାଇଥିବା ହେଜବୁଲ୍ଲାର ସଦସ୍ୟଙ୍କୁ ଟାର୍ଗେଟ କରି ହୋଇଛି ଆକ୍ରମଣ। ଫଳରେ ଲେବାନନରେ ଖେଳି ଯାଇଛି ଆତଙ୍କ
ଭଦ୍ରକ: ଭଦ୍ରକ ଜିଲ୍ଲା ଧୂଷୁରୀ ଥାନା ବୟାଙ୍ଗଡିହି ପଞ୍ଚାୟତ ଗୁଡୁପୋଖରୀ ବଜାରରେ ସଂଖ୍ୟାଲଘୁ ସମ୍ପ୍ରଦାୟର ପତାକା ଉପୁଡାକୁ ନେଇ ଉତ୍ତେଜନା । ଯାହାକୁ ନେଇ ୪ ଜଣ ଆହତ ହୋଇଥିବାବଳେ ଜଣେ ଗୁରୁତର ହୋଇଛନ୍ତି । ଭଦ୍ରକ ଜିଲ୍ଲା ଚିକିତ୍ସାଳୟରେ ଭର୍ତ୍ତି ହୋଇ ଚିକିତ୍ସିତ ହେଇଥିବାବେଳେ ଜଣେ ଚିକିତ୍ସା ପାଇଁ କଟଟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ ହୋଇଥିବା ସୂଚନା ମିଳିଛି । ଘଟଣାସ୍ଥଳରେ ଚାପା ଉତ୍ତେଜନା ଲାଗି ରହିଥିବାବେଳେ ଧୂଷୁରୀ ଓ ଧାମନଗର ପୋଲିସ ପହଞ୍ଚି ବୁଝାସୁଝା କରିବା ସହ ତଦନ୍ତ ଆରମ୍ଭ ହୋଇଛି ।
ସେପଟେ ଉକ୍ତ ବଜାରରେ ଗୋଷ୍ଠୀ ସଂଘର୍ଷକୁ ନେଇ BNSS ର ୧୬୩ ଧାରା ଲାଗୁ ହୋଇଛି । ଭଦ୍ରକ ଉପଜିଲ୍ଲାପାଳ ମନୋଜ ପାତ୍ରଙ୍କ ନିର୍ଦ୍ଦେଶରେ ୧୬୩ ଧାରା ଲାଗୁ ହୋଇଛି । ୧୯ ତାରିଖ ଅପରାହ୍ନ ୨ ଟା ଠାରୁ ୨୧ ସକାଳ ୧୦ ଟା ପର୍ଯ୍ୟନ୍ତ ବଳବତ୍ତର ରହିବ କର୍ଫ୍ୟୁ । ଏହି ସମୟରେ ଗୁଡୁପୋଖରୀର ଅଞ୍ଚଳରେ ଏକତ୍ରିତ ନହେବାକୁ ନିର୍ଦ୍ଦେଶ ଦିଆଯାଇଛି ।
ଆହୁରି ପଢନ୍ତୁ ଓଡିଶା ଖବର...
ଭୁବନେଶ୍ୱର: ଟ୍ରପଲାଇନ ପ୍ରଭାବରେ ରାଜ୍ୟରେ ହାଲୁକରୁ ମଧ୍ୟମ ବର୍ଷା ଜାରି ରହିଥିବା ବେଳେ ପୁଣି ୨୨ ତାରିଖରୁ ବଢିବ ବର୍ଷାର ପରିମାଣ। ଆଗାମୀ ୨ ଦିନ ଯାଏଁ ରାଜ୍ୟରେ ବିଶେଷ କିଛି ବର୍ଷା ନାହିଁ । କିଛି କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ୨୨ ଏବଂ ୨୩ ତାରିଖରେ ବର୍ଷାର ପରିମାଣ ବଢିବାର ସମ୍ଭାବନା ରହିଛି। ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ରହିବ ସହିତ କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
୨୨ ତାରିଖ ଦିନ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଅନୁଗୁଳ, ଢେଙ୍କାନାଳ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା ଏବଂ ଖୋର୍ଦ୍ଧା ଜିଲ୍ଲାରେ । ଉପକୂଳବର୍ତ୍ତୀ ଜିଲ୍ଲାମାନଙ୍କରେ ଘଡ଼ଘଡ଼ି ବିଜୁଳି ସହ ବର୍ଷା ହେବାର ସମ୍ଭାବନା ରହିଛି। ତା ସହିତ ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ବିଜୁଳି ହେବାର ସମ୍ଭାବନା ରହିଛି। ୨୩ ତାରିଖ ଦିନ ବି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ବିଜୁଳି ହେବାର ସମ୍ଭାବନା ରହିଛି। ଉପକୂଳ ଜିଲ୍ଲା ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର ଗୋଟେ ଦୁଇଟି ଜିଲ୍ଲାମାନଙ୍କ ବର୍ଷା ହେବାର ସମ୍ଭାବନା ରହିଛି। ପ୍ରବଳ ବର୍ଷା ହେବା ଗଞ୍ଜାମ, ଗଜପତି, କନ୍ଧମାଳ, ନୟାଗଡ଼ ଏବଂ ଖୋର୍ଦ୍ଧା ଜିଲ୍ଲାରେ । ଏବେ ଯାଏଁ କିଛି ପୂର୍ବାନୁମାନ ନାହିଁ । ୨୪ ୨୫ ତାରିଖରେ ବି ବର୍ଷା ରହିବ ।
ଅଧିକ ପଢନ୍ତୁ ଓଡ଼ିଶା ଖବର