ଲଗାତର ୫ମ ଥର ଭାବେ ପୁଟିନ ଋଷର ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଛନ୍ତି । ୮୮ ପ୍ରତିଶତ ଭୋଟ୍ ପାଇ ନିର୍ବାଚନରେ ରେକର୍ଡ ବିଜୟ ସହ ପୁଟିନ ଇତିହାସ ରଚିଛନ୍ତି । ଏଥର ନିର୍ବାଚନରେ ବିଜୟୀ ହେବା ପରେ ପୁଟିନ ଋଷିଆର ସବୁଠୁ ଅଧିକ ସମୟ ଧରି ଶାସନରେ ରହିବା ତାଲିକା ଜୋସେଫ ଷ୍ଟାଲିନଙ୍କୁ ପଛରେ ପକାଇଦେଇଛନ୍ତି ।
ଅଧିକ ପଢନ୍ତୁ ବିଦେଶ ଖବର
୭୧ବର୍ଷ ବୟସ୍କ ପୁଟିନ ପଞ୍ଚମ ଥର ଲାଗି ରାଷ୍ଟ୍ରପତି ହୋଇଛନ୍ତି । ପୁଟିନଙ୍କ ଅଧିକାଂଶ ସମାଲୋଚକ ଓ ବିରୋଧୀ ଜେଲରେ ଅଛନ୍ତି କିମ୍ବା ନିର୍ବାସନରେ ଅଛନ୍ତି । ତାଙ୍କର ସବୁଠାରୁ ବଡ ବିରୋଧୀ କୁହାଯାଉଥିବା ଆଲେକ୍ସି ନାଭାଲନିଙ୍କ ମୃତ୍ୟୁ ଗତ ଫେବୃଆରୀରେ ହୋଇଛି । ଭାରତ, ଥାଇଲାଣ୍ଡ, ଅଷ୍ଟ୍ରେଲିଆ ଆଦି ରାଷ୍ଟ୍ରରେ ବାସ କରୁଥିବା ଋଷ ନାଗରିକମାନେ ବି ଦେଇଥିଲେ ଭୋଟ। ପୁଟିନ ହୋଇଛନ୍ତି ଋଷର ୨୦୦ ବର୍ଷର ଇତିହାସରେ ସର୍ବାଧିକ କାଳ ରହିଥିବା ରାଷ୍ଟ୍ରପତି ବିଜୟ ପରେ ଆଗାମୀ ୬ ବର୍ଷ ଅର୍ଥାତ୍ ୨୦୩୦ ପର୍ଯ୍ୟନ୍ତ ଦେଶର ରାଷ୍ଟ୍ରପତି ପଦରେ ରହିବେ ।