ଅର୍ଗସ ବ୍ୟୁରୋ: ପ୍ରଧାନମନ୍ତ୍ରୀଙ୍କ ଦୁଇ ଦିନିଆ ବ୍ରାଜିଲ ଗସ୍ତ କାର୍ଯ୍ୟକ୍ରମ । ୧୯ତମ ଜି-୨୦ ସମ୍ମିଳନୀରେ ହେବେ ସାମିଲ । ଗତ ବର୍ଷ ଭାରତ ସଫଳତାର ସହ ଅଧ୍ୟକ୍ଷତା କରିବା କରି ଜି-୨୦କୁ ଜନସାଧାରଣଙ୍କ ଜି-୨୦ ଭାବେ ଶୀର୍ଷକୁ ନେଇଥିଲା ଏବଂ ଗ୍ଲୋବାଲ ସାଉଥର ଅଗ୍ରାଧିକାରକୁ କାର୍ଯ୍ୟସୂଚୀରେ ସାମିଲ କରିପାରିଥିଲା । ଚଳିତ ବର୍ଷ ବ୍ରାଜିଲ ଏହି ପରମ୍ପରାକୁ ଆଗକୁ ନେବ । ‘ଗୋଟିଏ ପୃଥିବୀ, ଗୋଟିଏ ପରିବାର, ଗୋଟିଏ ଭବିଷ୍ୟତ’ ଦୃଷ୍ଟିକୋଣ ଅନୁଯାୟୀ ଫଳପ୍ରଦ ଆଲୋଚନାକୁ ଅପେକ୍ଷା କରି ରହିଛି ବୋଲି କହିଥିଲେ ମୋଦି । ଅନ୍ୟାନ୍ୟ ନେତାମାନଙ୍କ ସହ ଦ୍ବପାକ୍ଷିକ ସହଯୋଗ ସମ୍ପର୍କରେ ଭାବ ବିନିମୟ କରିବେ ମୋଦି ।