ବୁଧବାର ନ୍ୟାଶନାଲ ଆକାଉଣ୍ଟାବିଲିଟି ବ୍ୟୁରୋ(ଏନଏବି) ଏକ କୋର୍ଟରେ ହାଜର କରି ୮ ଦିନିଆ ରିମାଣ୍ଡରେ ନେଇଛି। ଅଲ-କାଦିର ଟ୍ରଷ୍ଟ ମାମଲାରେ ତାଙ୍କ ଜାମିନ ଉପରେ ଶୁଣାଣି ହେଉଛି। ତାଙ୍କ ପାର୍ଟି ପାକିସ୍ତାନ ତେହେରିକ-ଇ-ଇନସାଫ (ପିଟିଆଇ) ମଧ୍ୟ ଏହି ଅବସରରେ ବିଶାଳ ବିକ୍ଷେଭା ରାଲିର ଆୟୋଜନ କରିଛି।
ଅର୍ଗସ୍ ବ୍ୟୁରୋ : ତେହେରିକ-ଇ-ଇନସାଫ ବା ପିଟିଆଇର ମୁଖ୍ୟ ତଥା ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ଶୁକ୍ରବାର କଡ଼ା ସୁରକ୍ଷା ବଳୟ ଭିତରେ ଇସଲାମାବାଦ ହାଇକୋର୍ଟରେ ହାଜର କରାଯାଇଛି। ନିକଟରେ ତାଙ୍କୁ ଅତି କଦଜ୍ୟ ଢଙ୍ଗରେ ଗିରଫ କରାଯାଇଥିଲା। ଅଲ-କାଦିର ଟ୍ରଷ୍ଟ ମାମଲାରେ ମଙ୍ଗଳବାର ଇସଲାମାବାଦ ହାଇକୋର୍ଟ ପରିସରରୁ ଗିରଫ କରାଯାଇଥିଲା । ଯେଉଁଠି ସାମରିକ ଯବାନମାନେ ତାଙ୍କୁ ବଳପୂର୍ବକ ଧକ୍କା ମାରି ଗିରଫ କରିଥିଲେ ବୋଲି ଭିଡିଓ ଭାଇରାଲ ହୋଇଥିଲା।
ବୁଧବାର ନ୍ୟାଶନାଲ ଆକାଉଣ୍ଟାବିଲିଟି ବ୍ୟୁରୋ(ଏନଏବି) ଏକ କୋର୍ଟରେ ହାଜର କରି ୮ ଦିନିଆ ରିମାଣ୍ଡରେ ନେଇଛି। ଅଲ-କାଦିର ଟ୍ରଷ୍ଟ ମାମଲାରେ ତାଙ୍କ ଜାମିନ ଉପରେ ଶୁଣାଣି ହେଉଛି। ତାଙ୍କ ପାର୍ଟି ପାକିସ୍ତାନ ତେହେରିକ-ଇ-ଇନସାଫ (ପିଟିଆଇ) ମଧ୍ୟ ଏହି ଅବସରରେ ବିଶାଳ ବିକ୍ଷେଭା ରାଲିର ଆୟୋଜନ କରିଛି।
ଅର୍ଗସ ବ୍ୟୁରୋ : ଯାଜପୁରରେ ବଡ ଅଘଟଣ । ମାଲବାହୀ ଟ୍ରେନ୍ରେ କଟି ୬ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି । ଯାଜପୁର ରୋଡ୍ ଷ୍ଟେସନ୍ ଚୂନଭାଟି ପ୍ଲଟ୍ ନିକଟରେ ଘଟିଛି ଏହି ଅଭାବନୀୟ ଘଟଣା । ପ୍ରବଳ ବର୍ଷା, ପବନ ଯୋଗୁଁ ଟ୍ରେନ୍ ବଗି ତଳେ ବସିଥିଲେ ଶ୍ରମିକ ।
ଅଧିକ ପଢନ୍ତୁ ଓଡ଼ିଶା ଖବର
ଏହି ଘଟଣାରେ ଶୋକ ପିରକାଶ କରିଛନ୍ତି କେନ୍ଦ୍ରମନ୍ତ୍ରୀ । କହିଛନ୍ତି ଏହି ଅଭାବନୀୟ ଘଟଣାରେ ବ୍ୟକ୍ତିଙ୍କ ଦେହାନ୍ତ ହେବା ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି । ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛି ।
ଅର୍ଗସ ବ୍ୟୁରୋ : କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆସନ୍ତାକାଲି ଠାରୁ ଜୁନ ୧୧ ତାରିଖ ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ୯ ବର୍ଷ ପୂର୍ତ୍ତି ଅବସରରେ ଢେଙ୍କାନାଳ, ଦେବଗଡ, ସମ୍ବଲପୁର ଓ ବରଗଡ ଜିଲ୍ଲାରେ ଆୟୋଜିତ ଗରିବ କଲ୍ୟାଣ ସମାବେଶରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି ।
ଅଧିକ ପଢନ୍ତୁ ଓଡ଼ିଶା ଖବର
ଏହି ଗସ୍ତର ପ୍ରଥମ ଦିନରେ ଶ୍ରୀ ପ୍ରଧାନ ଢେଙ୍କାନାଳର କଙ୍କଡାହାଡ ଠାରେ ଆୟୋଜିତ ଗରିବ କଲ୍ୟାଣ ସମାବେଶରେ ଯୋଗଦେବେ । କାମାକ୍ଷାନଗରରେ କମ୍ୟୁନିଟି ରେଡିଓ- “ରେଡିଓ ବସୁଧା”ର ଲୋକାର୍ପଣ କାର୍ଯ୍ୟକ୍ରମରେ ଯୋଗଦେବେ । କାମାକ୍ଷାନଗରରେ ଦଳ ପକ୍ଷରୁ ଅନୁଷ୍ଠିତ ସଂଯୁକ୍ତା ମୋର୍ଚ୍ଚା ବୈଠକରେ ସାମିଲ ହେବାର କାର୍ଯ୍ୟକ୍ରମ ରହିଛି ।
ଦ୍ୱିତୀୟ ଦିନରେ ଶ୍ରୀ ପ୍ରଧାନ ଭୁବନେଶ୍ୱର ଠାରେ ଦିଲ୍ଲୀପ ଶତପଥୀ ମେମୋରିଆଲ ରାଜ୍ୟସ୍ତରୀୟ ପ୍ରଶ୍ନତ୍ତୋର ପ୍ରତିଯୋଗିତା କାର୍ଯ୍ୟକ୍ରମ ଏବଂ କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରଣାଳୟ ପକ୍ଷରୁ ଆୟୋଜିତ ଜନଜାତୀୟ ଖେଳ ମହୋତ୍ସବ- ୨୦୨୩ରେ ସାମିଲ ହେବେ । ତୃତୀୟ ଦିନରେ ଶ୍ରୀ ପ୍ରଧାନ ଦେବଗଡର ବଡବଗିଚା ଏବଂ ସମ୍ବଲପୁର ରେଙ୍ଗାଲି ବ୍ଲକରେ ଆୟୋଜିତ ପୃଥକ ପୃଥକ ଗରିବ କଲ୍ୟାଣ ସମାବେଶରେ ଯୋଗଦେବା ସହ ପୁରାତନ କାର୍ଯ୍ୟକର୍ତ୍ତାଙ୍କୁ ଭେଟିବେ ।
ଜୁନ ୧୧ ତାରିଖ ଗସ୍ତର ଶେଷ ଦିନରେ ଶ୍ରୀ ପ୍ରଧାନ ବରଗଡରେ ବିପିସିଏଲର ବାୟୋ ଇଥାନଲ ରିଫାଇନାରୀ ପରିଦର୍ଶନ କରିବା ସହ ବଲାଙ୍ଗୀର ଟାଉନ ଠାରେ ଇନଡୋର ଷ୍ଟାଡିୟମ ଉଦଘାଟନ କରିବେ । ବରଗଡ ନୃସିଂହନାଥ ପାଇକମାଲ ଠାରେ ଗରିବ କଲ୍ୟାଣ ସମାବେଶ ସହ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି ।
ଅର୍ଗସ ବ୍ୟୁରୋ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍ ବୈଠକରେ ଧାନ ସମେତ ଖରିଫ ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ(ଏମଏସପି) କ୍ୱିଣ୍ଟାଲ ପିଛା ୧୪୩ ଟଙ୍କା ବୃଦ୍ଧି କରାଯାଇଥିବାରୁ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।
ଶ୍ରୀ ପ୍ରଧାନ କହିଛନ୍ତି ଯେ ଏହି ନିଷ୍ପତି ଓଡ଼ିଶା ସମେତ ଭାରତବର୍ଷର ଚାଷୀ ଭାଇ ଭଉଣୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଆଉ ଏକ ଉପହାର । ଧାନର ସର୍ବନିମ୍ନ ସହାୟକ ମୂଲ୍ୟ(ଏମଏସପି) କ୍ୱିଣ୍ଟାଲ ପିଛା ୧୪୩ ଟଙ୍କା ବୃଦ୍ଧି କରାଯାଇଛି । ଯାହା ଫଳରେ ଧାନର ଏମଏସପି ମୂଲ୍ୟ କ୍ୱିଣ୍ଟାଲ ପିଛା ୨୧୮୩ ଟଙ୍କାରେ ପହଞ୍ଚିଛି । ୨୦୧୪-୧୫ ବର୍ଷରେ ଧାନର ଏମଏସପି କ୍ୱିଣ୍ଟାଲ ପିଛା ୧୩୬୦ ଟଙ୍କା ଥିବା ବେଳେ ୨୦୨୨-୨୩ ବର୍ଷରେ ୨୦୪୦ ଟଙ୍କା ଥିଲା । କ୍ରମାଗତ ଏମଏସପି ବୃଦ୍ଧି କରି ଚାଷୀଙ୍କୁ ସ୍ୱାବଲମ୍ବୀ କରାଯାଉଛି।
ଧାନ ସମେତ ବିଭିନ୍ନ ଖରିଫ ଫସଲର ଏମଏସପି ବୃଦ୍ଧି ନିଷ୍ପତି ଚାଷୀଙ୍କ ସମୃଦ୍ଧି ଏବଂ କଲ୍ୟାଣ ଓ ପ୍ରଧାନମନ୍ତ୍ରୀଙ୍କ ପ୍ରତିବଦ୍ଧତାକୁ ଦର୍ଶାଉଛି । କୋଟି କୋଟି ଅନ୍ନଦାତାଙ୍କୁ ଲାଭ ଦେବାକୁ ଥିବା ଏହି ଆତ୍ମନିର୍ଭର କୃଷି ଓ ଆତ୍ମନିର୍ଭର କୃଷକ ଦିଗରେ ଆଉ ଏକ ପଦକ୍ଷେପ ।
ଅଧିକ ପଢନ୍ତୁ : ଏମଏସପି ବୃଦ୍ଧି ଚାଷୀଭାଇଙ୍କୁ ଆର୍ଥିକ ସୁଦୃଢ କରିବା ସହ ଆତ୍ମନିର୍ଭର ଭାରତ ଗଠନରେ ପ୍ରମୁଖ ଭୁମିକା ଗ୍ରହଣ କରିବ
ସେହିପରି ବିଏସଏନଏଲର ନବୀକରଣ ପାଇଁ ୮୯ ହଜାର କୋଟି ଟଙ୍କାର ପ୍ୟାକେଜକୁ ଅନୁମୋଦନ ସ୍ୱାଗତଯୋଗ୍ୟ । ଏହି ଅର୍ଥର ବ୍ୟବହାର ବିଏସଏନଏଲର ୪ଜି ଓ ୫ଜି ସେବା ବୃଦ୍ଧି କରିବା ପାଇଁ ବ୍ୟୟବରାଦ କରାଯିବ । ଏହା ଦ୍ୱାରା ସମଗ୍ର ଭାରତବର୍ଷରେ ଇଣ୍ଟରନେଟର ବ୍ୟାପକ ବ୍ୟବହାର ବଢିବ ଏବଂ ନୂଆ ସୁଯୋଗ ଓ ସମ୍ଭାବନା ତିଆରି ହେବ । ସେହିପରି ହୁଡା ସିଟି ସେଣ୍ଟରରୁ ସାଇବର ସିଟି ପର୍ଯ୍ୟନ୍ତ ମେଟ୍ରୋ ସଂଯୋଗ ଗେମ୍ ଚେଞ୍ଜର ହେବ ବୋଲି ଶ୍ରୀ ପ୍ରଧାନ ଟ୍ୱିଟ୍ କରିଛନ୍ତି