ନୂଆଦିଲ୍ଲୀ/ ଭୁବନେଶ୍ବର: ଲକଡାଉନ ସମୟରେ ଦେଶବାସୀଙ୍କୁ ଭୟଭୀତ ହେବାର ଆବଶ୍ୟକତା ନାହିଁ। କାରଣ ଦେଶରେ ପର୍ଯ୍ୟାପ୍ତ ପରିମାଣର ଲୋକଙ୍କ ପାଇଁ ଆବଶ୍ୟକୀୟ ସାମଗ୍ରୀ ଗଚ୍ଛିତ ହୋଇ ରହିଛି। ଲୋକଙ୍କ ପାଇଁ ଖାଦ୍ୟ ସାମଗ୍ରୀ, ଔଷଧ ଏବଂ ଦୈନିକ ଜୀବନଯାପନ ପାଇଁ ଆବଶ୍ୟକ ସାମଗ୍ରୀର ଦେଶରେ ପର୍ଯ୍ୟାପ୍ତ ପରିମାଣର ଭଣ୍ଡାର ଅଛି। ତେବେ ଏଥିପାଇଁ କାହାକୁ ଭୟଭୀତ ହେବାର ଆବଶ୍ଯକତା ନାହିଁ ବୋଲି କହିଛନ୍ତି କେନ୍ଦ୍ରୀୟ ଗୃହମନ୍ତ୍ରୀ ଅମିତ ଶାହ। ଏହା ସହ ଗୃହମନ୍ତ୍ରୀ କହିଲେ ନିଜ ଘର ଆଖପାଖ ଅଞ୍ଚଳରେ ଥିବା ଗରୀବ ଲୋକଙ୍କୁ ସହାୟତା ପ୍ରଦାନ କରନ୍ତୁ।
କରୋନା ମହାମାରୀ ସହିତ ମୁକାବିଲା କରିବା ପାଇଁ ଆଜି ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମେ 3 ପର୍ଯ୍ୟନ୍ତ ଦେଶକୁ ଲକଡାଉନ କରିବା ପାଇଁ ଘୋଷଣା କରିଛନ୍ତି। ତେବେ ଏହି ସମୟରେ କୌଣସି ଲୋକ ଅସୁବିଧାର ସମ୍ମୁଖୀନ ନହୁଅନ୍ତୁ ସେଥିପ୍ରତି ଅଧିକ ଧ୍ୟାନ ଦେଇଛନ୍ତି କେନ୍ଦ୍ର ସରକାର।
କଟକ: କାଲି ପ୍ରଥମାଷ୍ଟମୀ, ଘରେ ଘରେ ଏଣ୍ଡୁରୀ ପିଠାର ମହକ ସାଙ୍ଗକୁ ଦେଖିବାକୁ ମିଳିବ ଓଡିଆ ସଂସ୍କୃତିର ଝଲକ । ଜ୍ୟେଷ୍ଠ ସନ୍ତାନଙ୍କ ସୁଖ ସମୃଦ୍ଧି ଦୀର୍ଘ ଜୀବନ ପାଇଁ ପ୍ରତ୍ୟେକ ଓଡିଆ ଘରେ ପାଳନ ହୋଇଥାଏ ପ୍ରଥମାଷ୍ଟମୀ । ତେବେ ଏଥିପାଇଁ ମଧ୍ୟ ସ୍ବତନ୍ତ୍ର ନୀତିକାନ୍ତୀ ହେବାର କାର୍ଯ୍ୟକ୍ରମ ରହିଛି । ମାମୁ ଘରୁ ଶ୍ରୀଜଗନ୍ନାଥଙ୍କ ପାଖକୁ ଯିବ ପଢ଼ୁଆଁ ଭାର । ପୋଢୁଆଁ ହେବେ ମହାବାହୁ । ନିଆଳି ମାଧବଙ୍କ ପୀଠରୁ ପଢୁଆଁ ସାମଗ୍ରୀ ଶ୍ରୀମନ୍ଦିରରେ ପହଞ୍ଚିବା ପରେ ଶ୍ରୀଜିଉଙ୍କ ଅଙ୍ଗରେ ନୂଆ ଲୁଗା ସହ ଖଦି ଓ ଛେଦା ପ୍ରସାଦ ଲାଗି ହେବ।
ଆଜି ଏହି ଭାର ନେଇ ଶ୍ରୀମନ୍ଦିରରେ ପହଞ୍ଚିବେ ହଜାର ହଜାର ସଂଖ୍ୟାରେ ଭକ୍ତ । ଶୋଭାଯାତ୍ରାରେ ଭୋଇ ସେବକ, ମହୁରିଆ, ପାଇକ ଆଖଡ଼ା, ରମତାଳି, ସଙ୍କୀର୍ତ୍ତନ ଦଳ, ବେହେରା ସେବକମାନେ କାର୍ଯ୍ୟସୂଚୀ ଅନୁସାରେ ଯାତ୍ରା କରିବେ । ପାଟ, ଫଳ ମୂଳ, ଅରୁଆ ଚାଉଳ, ବିରି, ନଡ଼ିଆ, ଘିଅ, ମହୁ ଆଦି ବିଭିନ୍ନ ପ୍ରକାର ଦ୍ରବ୍ୟ ନେଇ ନିଆଳି ପ୍ରାଚୀ କ୍ଷେତ୍ରରୁ ହଜାର ହଜାର ଭକ୍ତ ଶ୍ରୀକ୍ଷେତ୍ର ଅଭିମୁଖେ ଯାତ୍ରା କରିବେ ।
ଅଧିକ ପଢନ୍ତୁ ଓଡ଼ିଶା ଖବର
ନୂଆଦିଲ୍ଲୀ: 4 ରାଜ୍ୟରେ ନିର୍ବାଚନ ଫଳ ଘୋଷଣା ସରିଥିବା ବେଳେ ଆଜି ଆସିବ ମିଜୋରାମର ଫଳ। ୪୦ସିଟ୍ ପାଇଁ ଆଜି ହେବ ଭୋଟ ଗଣତି । ତେବେ ମିଜୋ ନ୍ୟାସନାଲ ଫ୍ରଣ୍ଟ ଓ ଜାରାମ୍ ପିପୁଲ୍ସ ମୁଭମେଣ୍ଟ ମଧ୍ୟରେ ହେବ କଡ଼ା ଟକ୍କର ।
ଏନେଇ ବୁଥ୍ ବାହୁଡ଼ା ମତରୁ ସ୍ଫଷ୍ଟ ହୋଇଛି । ପୂର୍ବରୁ ନିର୍ବାଚନ କମିଶନ ଡିସେମ୍ବର ୩ରେ ଅନ୍ୟ 4 ରାଜ୍ୟ ସହ ମିଜୋରାମ ଭୋଟ ଗଣତି ସହ ଫଳାଫଳ ପ୍ରକାଶ ପାଇବ ବୋଲି ଘୋଷଣା କରିଥିଲେ । କିନ୍ତୁ ଭୋଟ ଗଣତି ଦିନ ରବିବାର ହୋଇଥିବାରୁ ମିଜୋରାମ ଏନଜିଓ ସଂଯୋଜକ କମିଟି ଦିନକ ପରେ ଭୋଟ ଗଣତି କରିବାକୁ କହିଥିଲେ । ଖ୍ରୀଷ୍ଟିଆନ ସଂପ୍ରଦାୟର ଲୋକେ ଇଷ୍ଟର ପାଳନ କରୁଥିବାରୁ ନିର୍ବାଚନ କମିସନ ମିଜୋରାମ ନିର୍ବାଚନ ଫଳ ଘୋଷଣା ତାରିଖ 3 ବଦଳରେ 4କୁ ଘୁଞ୍ଚାଇ ଦେଇଥିଲେ ।
ଅଧିକ ପଢନ୍ତୁ ଭାରତ ଖବର