ଗତକାଲି ବଲିଉଡର ବରିଷ୍ଠ ଅଭିନେତା ଅମିତାଭ ବଚ୍ଚନ କରୋନା ପଜିଟିଭ୍ ଚିହ୍ନଟ ହେବା ପରେପରେ ତାଙ୍କ ପୁଅ ତଥା ଅଭିନେତା ଅଭିଷେକ ବଚ୍ଚନ ମଧ୍ୟ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ ।
ବାପା ଓ ପୁଅ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ସେମାନଙ୍କୁ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ଜଣାପଡ଼ିଛି । ଘରର ଦୁଇ ଜଣ ପଜିଟିଭ୍ ଆସିବା ପରେ ଅନ୍ୟ ସଦସ୍ୟମାନଙ୍କର ମଧ୍ୟ କରୋନା ଟେଷ୍ଟ କରାଯାଇଥିଲା । ତେବେ ପ୍ରାଥମିକ ରିପୋର୍ଟ ନେଗେଟିଭ୍ ଆସିଥିବା ବେଳେ ଦ୍ୱିତୀୟ ରିପୋର୍ଟ ଆସିବା ପରେ ଐାଶ୍ୱର୍ଯ୍ୟା ରାୟ ବଚ୍ଚନ ଓ ଝିଅ ଆରାଧ୍ୟା କରୋନା ପଜିଟିଭ୍ ଥିବା ଜଣାପଡ଼ିଛି ।