ସୂଚନା ଅନୁସାରେ, ପୋଲର ୫୦, ୫୧ ଓ ୫୨ଟି ସ୍ତମ୍ଭର ଘାଟି ଭୁଶୁଡ଼ି ପଡ଼ିଛି । ଏହି ଘଟଣାରେ ଅନେକ ଲୋକ ଆହତ ହୋଇଥିବା ସୂଚନା ମିଳିଛି । ଏହି ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୮ ଜଣ ଆହତ ହୋଇଥିବା କୁହାଯାଉଛି । ବ୍ରିଜ ତଳେ ୨୦ରୁ ଅଧିକ ଲୋକ ଫସି ରହିଥିବା ସ୍ଥାନୀୟ ଲୋକେ କହିଛନ୍ତି । ସୁପୌଲର ବକୌରରୁ ମଧୁବନୀର ଭେଜା ଘାଟ ମଧ୍ୟରେ ନିର୍ମାଣ ହେଉଛି ଭାରତର ସବୁଠାରୁ ଲମ୍ବା ସଡ଼କ ସେତୁ ।
ଅଧିକ ପଢନ୍ତୁ ଭାରତ ଖବର
ଘଟଣାସ୍ଥଳରେ ଜିଲ୍ଲା ମାଜିଷ୍ଟ୍ରେଟ କୌଶଲ କୁମାର ପହଞ୍ଚିଛନ୍ତି । ଅନ୍ୟ ବରିଷ୍ଠ ଅଧିକାରୀ ମଧ୍ୟ ଯାଇ ଘଟଣାର ତଦନ୍ତ କରୁଛନ୍ତି । ତେବେ ଉଦ୍ଧାରାକରୀ ଟିମ୍ ଉଦ୍ଧାର କାର୍ଯ୍ୟ ଚଳାଇଛନ୍ତି । ୨୦୨୩ ଅଗଷ୍ଟ ସୁଦ୍ଧା ଏହି ସେତୁ ନିର୍ମାଣ କାର୍ଯ୍ୟ ଶେଷ ହେବାର ଥିଲା । ମାତ୍ର କାମ ନରସରିବାରୁ ୨୦୨୪ ଶେଷ ସୁଦ୍ଧା ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଥିଲା ।