ପାଟନା: ପୁଣି ବିହାରରେ ବଜ୍ରପାତ ନେଇଛି ଜୀବନ । ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତରେ ଯାଇଛି 17ରୁ ଅଧିକ ଲୋକଙ୍କ ଜୀବନ । କିନ୍ତୁ ବିଶେଷ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ 20ରୁ ଅଧିକ ଜୀବନ ନେଲାଣି ବଜ୍ରପାତ । ପୋଲିସର କହିବା ଅନୁଯାୟୀ କେବଳ ଦୁହ୍ଲିନ ବଜାରରେ 5 ଜଣଙ୍କ ଜୀବନ ନେଇଛି ବଜ୍ରପାତ ।
ଜଣେ ବରିଷ୍ଠ ଅଧିକାରୀଙ୍କ ଅନୁସାରେ, 5 ଜଣ ପାଟନାରେ, ପୂର୍ବ ଚମ୍ପାରଣରୁ 4 ଜଣ, ସମସ୍ତିପୁର ଓ କଟିହାରରୁ 3 ଜଣ ଲେଖାଁଏ ଏବଂ ଶିବହାରରୁ 2 ଜଣ ବଜ୍ରପାତରେ ପ୍ରାଣ ହରାଇଛନ୍ତି । ଏହାସହ 48 ଘଣ୍ଟା ମଧ୍ୟରେ ବିହାରରେ ପ୍ରବଳ ବର୍ଷା ସାଙ୍ଗକୁ ବଜ୍ରପାତ ନେଇ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ ।
ଗତ ମଙ୍ଗଳବାର ବିହାରର ବିଭିନ୍ନ ଜିଲ୍ଲାରେ ବଜ୍ରପାତ ନେଇଥିଲା 11 ଜଣଙ୍କ ଜୀବନ । ସେହିଭଳି ଜୁନ 26ରେ ବିହାରର ବିଭିନ୍ନ ସ୍ଥାନରେ ପାଖାପାଖି 96 ଜଣ ବଜ୍ରପାତରେ ପ୍ରାଣ ହରାଇଥିଲେ ।
ଅର୍ଗସ ବ୍ୟୁରୋ : ନୟାଗଡ଼ ଜିଲ୍ଲା ଚାନ୍ଦପୁର ଥାନା ଅଧୀନସ୍ଥ ଓସ୍ତପଡା ଗ୍ରାମ କାଜୁ ଜଙ୍ଗଲରେ ଚାଲିଥିଲା ଜୁଆ ଆଡ୍ଡା । ବିଶେଷ ସୂତ୍ରରୁ ଖବର ପାଇ ଚାନ୍ଦପୁର ପୋଲିସ ଚଢ଼ାଉ କରି ୩ ଜଣ ଜୁଆଡିଙ୍କୁ ଗିରଫ କରିବା ସହିତ ଜୁଆ ଖେଳରେ ବ୍ୟବହୃତ ସାମଗ୍ରୀ ଜବତ କରିଛି । ଘୁଡୁଘୁଡ଼ିଆ ପାଲି- ଗୋଟି, ୬ ଟି ମୋଟର ସାଇକେଲ, ୩ ଟି ମୋବାଇଲ ଏବଂ ନଗଦ ୩୫ ହଜାର ୬୭୦ ଟଙ୍କା ଜବତ କରିଛି ଚାନ୍ଦପୁର ପୋଲିସ ।
ଅଧିକ ପଢନ୍ତୁ ଓଡ଼ିଶା ଖବର
ଗିରଫ ଅଭିଯୁକ୍ତ ମାନେ ହେଲେ ଖୋର୍ଦ୍ଧା ଅଞ୍ଚଳର ପଲାହାଟ ଗ୍ରାମର ଉଚ୍ଚବ ପ୍ରଧାନ, ଭୁଷଣ୍ଡପୁର ଗ୍ରାମ ଉରୁମୁଖି ସାହିର ବ୍ରଜ ବେହେରା ଓ ନୟାଗଡ଼ ଜିଲ୍ଲା ଚାନ୍ଦପୁର ଥାନା ଅଧିନସ୍ଥ କନ୍ଧନୟାଗଡ଼ ଗ୍ରାମର ଗଣେଶ ବେହେରା । ଅଭିଯୁକ୍ତ ମାନଙ୍କୁ କୋର୍ଟ ଚାଲାଣ କରାଯାଇଛି ବୋଲି ଚାନ୍ଦପୁର ଥାନା ଅଧିକାରୀ ଜଗଦୀଶ କର ସୂଚନା ଦେଇଛନ୍ତି
ଅର୍ଗସ ବ୍ୟୁରୋ : ମାହାଙ୍ଗା ଡବଲ ମର୍ଡର ମାମଲାରେ କୋର୍ଟଙ୍କ ନିର୍ଦେଶରେ ଦଫା ୩୦୨ ଲାଗିବା ପରେ ହତାସ ହୋଇପଡ଼ିଛନ୍ତି ପ୍ରତାପ ଜେନା । କୋର୍ଟଙ୍କ ନିର୍ଦ୍ଦେଶ ପଛରେ ରାଜନୈତିକ ଚକ୍ରାନ୍ତ ଥିବା କହିଛନ୍ତି ବିଜେଡିର ପାୱାରଫୁଲ ପ୍ରତାପ । ସେ ନିର୍ଦ୍ଦୋଶ ତାଙ୍କୁ ଚକ୍ରାନ୍ତ କରି ଫସାଯାଇଥିବା ସଫେଇ ଦେଇଛନ୍ତି ପ୍ରତାପ ଜେନା ।
ଅଧିକ ପଢନ୍ତୁ : ବିଜେଡି ବିଧାୟକ ପ୍ରତାପ ଜେନାଙ୍କ ବିରୋଧରେ ବଡ଼ ପ୍ରମାଣ
ମାହାଙ୍ଗା ଡବଲ ମର୍ଡର ମାମଲାରେ ବିଧାୟକ ପ୍ରତାପ ଜେନାଙ୍କ ନାଁରେ ଲାଗିଛି 302, 120 ବି ଓ 506 । ଦଫା ୩୦୨ ଲାଗିବା ପରେ ଗିରଫ ନେଇ ପ୍ରତାପଙ୍କ ମନରେ ପଶିଛି କି ଛନକା ? ସେଥିପାଇଁ ହତାସ ହୋଇ ଦେଇଛନ୍ତି କି ଏପରି ବୟାନ ?