ଅର୍ଗସ ବ୍ୟୁରୋ:ବିହାରରେ ପୁଣି ମଦ ମୃତ୍ୟୁ। ବିଷାକ୍ତ ମଦ ପିଇ ୨୦ ଜଣଙ୍କ ଜୀବନ ଯାଇଛି,ଅନେକଙ୍କୁ ମଧ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମୃତ୍ୟୁ ସଂଖ୍ୟା ବଢିବାର ଆଶଙ୍କା ମଧ୍ୟ ରହିଛି । ସିୱାନ ଓ ସାରନ ଜିଲ୍ଲାରେ ବିଷାକ୍ତ ମଦ ପିଇ ଲୋକଙ୍କ ମୃତ୍ୟୁ ହୋଇଛି
ଅର୍ଗସ ବ୍ୟୁରୋ: ମାଓ ପ୍ରବଣ ଅଞ୍ଚଳରେ ଗଞ୍ଜେଇ ଚାଷ କଲେ ନିଆଯିବ ଦୃଢ କାର୍ଯ୍ୟାନୁଷ୍ଠନ। ଗଞ୍ଜେଇ ଚାଷ ଉପରେ ଅଙ୍କୁଶ ଲଗାଇ ମାଓବାଦୀଙ୍କ ଆୟ ଉପରେ ଲାଗିବ କଟକଣା। ଗଞ୍ଜେଇ ଚାଷ ବନ୍ଦ ହେଲେ ମାଓବାଦୀଙ୍କ ଆୟ ବି ହ୍ରାସ ପାଇବ। ଓଡିଶା DGP ଭାବେ ଦାୟିତ୍ଵ ଗ୍ରହଣ ପରେ ପ୍ରଥମ ଥର ପାଇଁ ଦୁଇ ଦିନିଆ କନ୍ଧମାଳ ଗସ୍ତ କରିବା ଅବସରରେ DGP ୱାଇ ବି ଖୁରାନିଆ ଏପରି କହିଛନ୍ତି।
ଡିଜିପିଙ୍କ ସହିତ ଆଇଜି ଅପରେସନ ଜୟ ନାରାୟଣ ପଙ୍କଜ, ଏସ ଆଇ ଡବ୍ଲ୍ୟୁ ଡିଆଇଜି କନୱର ବିଶାଲ ସିଂ, ଦକ୍ଷିଣାଞ୍ଚଳ ରେଞ୍ଜ୍ ଡିଆଇଜି ସାର୍ଥକ ଷଡଙ୍ଗୀ, ବୌଦ୍ଧ, ବଲାଙ୍ଗୀର ଏବଂ କନ୍ଧମାଳ ଏସପି ହରିଶ ବିଶି ଜିଲ୍ଲାର ମାଓ ପ୍ରବଣ ଅଞ୍ଚଳ ଓ କ୍ୟାମ୍ପ ଗସ୍ତ କରିଥିଲେ।
ଅଧିକ ପଢ଼ନ୍ତୁ ଓଡ଼ିଶା ଖବର
ଅର୍ଗସ ବ୍ୟୁରୋ: ଗଞ୍ଜାମରେ ଅଶାନ୍ତ ସମୁଦ୍ର। ଉଚ୍ଚ ଜୁଆର ମାଡ଼ରେ ଭାଙ୍ଗିଲା ମତ୍ସ୍ୟଜୀବୀଙ୍କ ଆଶ୍ରୟସ୍ଥଳ। ଗଞ୍ଜାମ ଜିଲ୍ଲା ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି। ବର୍ତ୍ତମାନ ଗ୍ରାମଠାରୁ ମାତ୍ର ୫୦ମିଟର ଦୂରରେ ରହିଛି ସମୁଦ୍ର।
ପୂର୍ଣ୍ଣିମା ଯୋଗୁଁ ସମୁଦ୍ର ଅଶାନ୍ତ ରହିବା ସହ ଉଚ୍ଚ ଜୁଆର ମାଡି ଆସିବାରୁ କେ. ଆର୍ଯ୍ୟପଲ୍ଲୀ ସମୁଦ୍ର ନିକଟରେ ମଷ୍ୟଜୀବୀଙ୍କ ପାଇଁ ନିର୍ମିତ ଏକ ଆଶ୍ରୟସ୍ଥଳ ଭାଙ୍ଗି ସମୁଦ୍ରରେ ଲୀନ ହୋଇଯାଇଛି। ଏପରିକି ସମୁଦ୍ର ନିକଟରେ ଥିବା ରାସ୍ତ ଧୋଇ ହୋଇଯିବା ସହ ସେଠାରେ ଥିବା ଛୋଟ ଛୋଟ ମନ୍ଦିର ମଧ୍ୟ ଜୁଆର ମାଡ଼ରେ ଭାଙ୍ଗି ନଷ୍ଟ ହୋଇଯାଇଛି।
ଅଧିକ ପଢ଼ନ୍ତୁ ଓଡ଼ିଶା ଖବର
ଅର୍ଗସ ବ୍ୟୁରୋ: ବାଲେଶ୍ବର ଜିଲ୍ଲା ଜଳେଶ୍ଵର ବ୍ଲକ ରାଇବଣିଆ ଅଞ୍ଚଳରେ ୭୦ ଟିକିଆ ଝାଡ଼ଖଣ୍ଡି ହାତି ପଲର ଉପଦ୍ରବ। ଲୋକେ ଭୟଭୀତ ଅଛନ୍ତି। ସୂଚନା ଅନୁଯାୟୀ ଗତକାଲି ରାତିରେ ରାଇବଣିଆର ଲୁହାପଡା ଜଙ୍ଗଲରୁ ୫୫ଟି ହାତୀ ନିକଟସ୍ଥ କେନ୍ଦୁଖୁଣ୍ଟା ଗ୍ରାମ ସହିତ ଆଖପାଖ ଗ୍ରାମର ଚାଷ ଜମିରେ ପଶି ଫସଲ ନଷ୍ଟ କରିଛନ୍ତି,ଖବର ପାଇ ବନ ବିଭାଗର କର୍ମଚାରୀମାନେ ପହଞ୍ଚି ହାତୀ ମାନଙ୍କୁ ପଶ୍ଚିମବଙ୍ଗ ଆଡ଼କୁ ଘଉଡାଇଛନ୍ତି।
ତେବେ କିଛି ମାସ ହେବ ଝାଡ଼ଖଣ୍ଡ ଏବଂ ଶିମିଳିପାଳ ଅଞ୍ଚଳରୁ ପାଖାପାଖି ୭୦ ଟି ହାତୀ ରାଇବଣିଆ ଏବଂ ପଶ୍ଚିମବଙ୍ଗ ସିମାନ୍ତ ଅଞ୍ଚଳରେ ଡେରା ପକାଇଛନ୍ତି, ହାତୀ ମାନେ ଦିନ ତମାମ ଜଙ୍ଗଲରେ ରହୁଥିବା ବେଳେ ରାତିରେ ଜଙ୍ଗଲରୁ ବାହାରି ଗାଁ ରେ ପଶି ଉପଦ୍ରବ କରୁଛନ୍ତି, ଅନେକ ସମୟରେ ଲୋକଙ୍କୁ ଆକ୍ରମଣ କରି ଜୀବନ ନେଉଛନ୍ତି,ଏହା ଘର ଭାଙ୍ଗିବା ସହିତ ବାଡି ବଗିଚା ଏବଂ ଚାଷ ଜମିରେ ପଶି ଫସଲ ନଷ୍ଟ କରୁଥିବା ଅଭିଯୋଗ ହେଉଛି।
ଅଧିକ ପଢ଼ନ୍ତୁ ଓଡ଼ିଶା ଖବର