ମଙ୍କିପକ୍ସ ଆକ୍ରାନ୍ତଙ୍କ ଯତ୍ନ ନେଉଥିବା ବ୍ୟକ୍ତି ପିପିଇ କିଟ୍ ପିନ୍ଧିବେ। ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତି ଲକ୍ଷଣ ନଥିଲେ ବି ବ୍ଲଡ, ସେଲ ଓ ଟିସୁ ଦାନ କରିପାରିବେନି। ସଂକ୍ରମିତ ରୋଗୀଙ୍କ ସଂସ୍ପର୍ଶରେ ଆସୁଥିବା ବ୍ୟକ୍ତି ବାରମ୍ବାର ହାତ ଧୋଇବା ସହ ସାନିଟାଇଜର ବ୍ୟବହାର କରିବେ ।
ସୂଚନା ଅନୁଯାୟୀ ଦେଶରେ ଏଯାବତ ୪ଟି ମଙ୍କିପକ୍ସ ମାମଲା ଚିହ୍ନଟ ହୋଇଛି । ବିଶ୍ୱବ୍ୟାପୀ ୧୬ ହଜାର ମଙ୍କିପକ୍ସ ମାମଲା ଚିହ୍ନଟ ହେବା ପରେ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଏହାକୁ ବୈଶ୍ୱିକ ସ୍ୱାସ୍ଥ୍ୟ ସଙ୍କଟ ଘୋଷଣା କରିଛନ୍ତି । ତେବେ ଭାରତରେ ୪ଟି ମଙ୍କିପକ୍ସ ମାମଲା ଚିହ୍ନଟ ହେବାରୁ ସରକାର ଏହାର ନିୟନ୍ତ୍ରଣ ପାଇଁ ପଦକ୍ଷେପ ଗ୍ରହଣ କରିଛନ୍ତି ।