ମୋଦି ସରକାରଙ୍କ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ପାଇଁ ରାଷ୍ଟ୍ରପତି ଭବନରେ ଶପଥ ସମାରୋହ ଜାରି ରହିଛି। ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଦ୍ୱାରା ମନ୍ତ୍ରୀମାନଙ୍କୁ ଶପଥ ପାଠ କରାଯାଉଛି। ଏହି ଅବସରରେ ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହ ମନ୍ତ୍ରୀ ଅମିତ୍ ଶାହ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣ ଉପସ୍ଥିତ ଅଛନ୍ତି।
ପ୍ରଥମେ ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ନାରାୟଣ ରାଣେ ଶପଥ ନେଇଥିଲେ। ଏହା ପରେ ଆସାମର ପୂର୍ବତନ ମୁଖ୍ୟମନ୍ତ୍ରୀ ସର୍ବାନନ୍ଦ ସୋନୋୱାଲ, ବୀରେନ୍ଦ୍ର କୁମାର, ଜ୍ୟୋତିରାଦିତ୍ୟ ସିନ୍ଧିଆ, ରାମଚନ୍ଦ୍ର ପ୍ରସାଦ ସିଂହ ଓ ଓଡ଼ିଶାର ଅଶ୍ୱିନ୍ ବୈଷ୍ଣବ ଶପଥ ପାଠ କରିଛନ୍ତି।