ସେହିଭଳି ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ବିଶ୍ବଭୂଷଣ ହରିଚନ୍ଦନ ମଧ୍ୟ ଯୋଗ ଦେବେ । ସୁପ୍ରିମକୋର୍ଟ ପୂର୍ବତନ ପ୍ରଧାନ ବିଚାରପତି ଜଷ୍ଟିସ ଦୀପକ ମିଶ୍ର ମଧ୍ୟ ଯୋଗ ଦେବେ । ଆସନ୍ତା ଅଗଷ୍ଟ ୮ ଓ ୯ ତାରିଖ ଏହି କାର୍ଯ୍ୟକ୍ରମ ହେବ । ଅମୃତ ମହୋସବ ଭାବେ ଏହି କାର୍ଯ୍ୟକ୍ରମ ଆୟୋଜନ କରାଯିବ । କଟକ ଲୋକସଭା ସାଂସଦ ଭର୍ତ୍ତୃହରି ମହତାବ ଏନେଇ ଘୋଷଣା କରିଛନ୍ତି ।
ଦୈନିକ ଖବର କାଗଜ ପ୍ରଜାତନ୍ତ୍ରର ୭୫ ବର୍ଷ ପୂରଣ ଅବସରରେ ଯୋଗ ଦେବେ କେନ୍ଦ୍ର ଗୃହମନ୍ତ୍ରୀ

ଅର୍ଗସ ବ୍ୟୁରୋ : ଅଗଷ୍ଟ 8 ତାରିଖରେ ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । ଦୈନିକ ଖବର କାଗଜ ପ୍ରଜାତନ୍ତ୍ରର ୭୫ ବର୍ଷ ପୂରଣ ଅବସରରେ ଆୟଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଯୋଗ ଦେବେ । ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ସାହିତ୍ୟିକ ପ୍ରତିଭା ରାୟ ମଧ୍ୟ ଯୋଗ ଦେବେ।
Download Argus News App
