ଅଧିକ ପଢ଼ନ୍ତୁ ଦେଶ ଖବର:
ଅର୍ଗସ ବ୍ୟୁରୋ: ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବେ ଆପ୍ର ସୁପ୍ରିମୋ ଅରବିନ୍ଦ କେଜ୍ରିୱାଲ । କେଜ୍ରିୱାଲ ଆଜି ଅପରାହ୍ନରେ ଉପ ରାଜ୍ୟପାଳ ସକ୍ସେନାଙ୍କୁ ଭେଟିବେ। ଏହି ସମୟରେ ସେ ସାଂପ୍ରତିକ ସ୍ଥିତି ସମ୍ପର୍କରେ ତାଙ୍କୁ ଅବଗତ କରାଇବେ ଓ ଇସ୍ତଫାପତ୍ର ପ୍ରଦାନ କରିବେ। ସେହିପରି କେଜ୍ରିୱାଲ ଖୁବଶୀଘ୍ର ନିଜର ବାସଭବନ ମଧ୍ୟ ଖାଲି କରିବେ । ସେପଟେ କିଏ ହେବ ଦିଲ୍ଲୀର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ । ଅରବିନ୍ଦ କେଜ୍ରିୱାଲ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଘୋଷଣା ପରେ ଆରମ୍ଭ ହୋଇଛି କଳ୍ପନା ଜଳ୍ପନା । ମୁଖ୍ୟମନ୍ତ୍ରୀ ରେସ୍ରେ ଅଛନ୍ତି ଅତିସୀ ମାର୍ଲେନା, ଗୋପାଳ ରାୟ, ସୌରଭ ଭରଦ୍ବାଡ ଓ କୈଳାସ ଗେହେନଟ୍ ଓ ଇମ୍ରାନ ହୁସେନଙ୍କ ଭଳି ତୁଙ୍ଗ ନେତା । ଶୁକ୍ରବାର ଜେଲରୁ ମୁକୁଳିଥିବା କେଜ୍ରିୱାଲ ରବିବାର ଦଳୀୟ ମୁଖ୍ୟାଳୟରେ ଆପ୍ କର୍ମୀମାନଙ୍କୁ ସମ୍ବୋଧନ କରିଥିଲେ। ଏହି ସମୟରେ ସେ ସମସ୍ତଙ୍କୁ ଚକିତ କରି ୪୮ ଘଣ୍ଟା ମଧ୍ୟରେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବେ ବୋଲି ଘୋଷଣା କରିଥିଲେ ।
ଅଧିକ ପଢ଼ନ୍ତୁ ଦେଶ ଖବର:
ଅର୍ଗସ ବ୍ୟୁରୋ: ପୋଲିସ ଡିଜି ଓ୍ବାଇବି ଖୁରାନିଆଙ୍କ କାର୍ଯ୍ୟକାଳ ବଢ଼ିଲା। ୧୬ ଅଗଷ୍ଟ ୨୦୨୬ ପର୍ଯ୍ୟନ୍ତ କାର୍ଯ୍ୟକାଳ ବଢ଼ାଇଲେ ରାଜ୍ୟ ସରକାର।
ସୂଚନାଯୋଗ୍ୟ ଗତ ମାସରେ ପୁଲିସ ମହାନିର୍ଦ୍ଦେଶକ ଭାବେ ୧୯୯୦ ବ୍ୟାଚର ଭାରତୀୟ ପୁଲିସ ସେବା ଅଧିକାରୀ ଯୋଗେଶ ବାହାଦୂର ଖୁରାନିଆ ଦାୟିତ୍ବ ଗ୍ରହଣ କରିଛନ୍ତି । ରାଜ୍ୟ ପୁଲିସ ମୁଖ୍ୟାଳୟରେ ସେ କାର୍ଯ୍ୟକାରୀ ପୋଲିସ ମହାନିର୍ଦ୍ଦେଶକ ଅରୁଣ ଷଡଙ୍ଗୀଙ୍କଠାରୁ ଦାୟିତ୍ବ ଗ୍ରହଣ କରିଥିଲେ।
ଅଧିକ ପଢ଼ନ୍ତୁ ଓଡ଼ିଶା ଖବର
ଅର୍ଗସ ବ୍ୟୁରୋ: ଏକ ଦଶନ୍ଧି ପରେ ଜମ୍ମୁ-କଶ୍ମୀରରେ ପ୍ରଥମ ପର୍ଯ୍ୟାୟ ବିଧାନସଭା ନିର୍ବାଚନ ଶେଷ ହୋଇଛି । ନିର୍ବାଚନ ଆୟୋଗଙ୍କ ସୂଚନା ଅନୁଯାୟୀ, ପ୍ରଥମ ପର୍ଯ୍ୟାୟରେ ୫୮ ପ୍ରତିଶତରୁ ଅଧିକ ମତଦାନ ହୋଇଛି । ଗତ ୩୫ ବର୍ଷ ମଧ୍ୟରେ ଜମ୍ମୁ-କଶ୍ମୀରରେ ଏହି ପ୍ରତିଶତ ମତଦାନ ସର୍ବାଧିକ ରହିଛି ।
ଜମ୍ମୁ-କଶ୍ମୀରର ୭ଟି ଜିଲ୍ଲା ଅନନ୍ତନାଗ, ପୁଲୱାମା, ସୋପିୟଂ, କିଶ୍ତୱାଡ଼, ରାମବନ, କୁଲଗାମ୍ ଓ ଡୋଡାରେ ମତଦାନ ହୋଇଛି । ୩୨୭୬ଟି ମତଦାନ କେନ୍ଦ୍ରରେ ମତଦାନ ହୋଇଥିଲା । ବିଧାନସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟରେ ୨୧୯ ଜଣ ପ୍ରାର୍ଥୀ ମଇଦାନକୁ ଓହ୍ଲାଇଥିବା ବେଳେ ସେମାନଙ୍କ ମଧ୍ୟରୁ ୯ ଜଣ ମହିଳା ପ୍ରାର୍ଥୀ ଥିଲେ ।
ଅନନ୍ତନାଗରେ ୫୪.୧୭ ପ୍ରତିଶତ ମତଦାନ ହୋଇଥିବାବେଳେ ଡୋଡାରେ ୬୯.୩୩ ପ୍ରତିଶତ ମତଦାନ ହୋଇଛି। ସେହିପରି କିଶ୍ତୱାଡ଼ରେ ୭୭.୨୩ ପ୍ରତିଶତ। କୁଲଗାମରେ ୬୧.୫୭ ପ୍ରତିଶତ । ପୁଲୱାମାରେ ୪୬.୦୩ ପ୍ରତିଶତ। ରାମବନରେ ୬୭.୭୧ ପ୍ରତିଶତ ଏବଂ ସୋପିୟଂରେ ୫୩.୬୪ ପ୍ରତିଶତ ମତଦାନ ହୋଇଛି।
ଅଧିକ ପଢ଼ନ୍ତୁ ଭାରତ ଖବର
ଅର୍ଗସ ବ୍ୟୁରୋ: ରାଜଧାନୀରେ ପୁଣି ବୋମାମାଡ଼ ହୋଇଛି। କ୍ୟାପିଟାଲ ଥାନା ଅଞ୍ଚଳର ଦୁଇଟି ସ୍ଥାନରେ ବୋମାମାଡ ହୋଇଛି। ୨ଜଣ ଯୁବକ ବାଇକରେ ଆସି ଦୁଇଟି ସ୍ଥାନରେ ୩ଟି ବୋମା ପକାଇ ଫେରାର୍ ହୋଇଯାଇଛନ୍ତି। ଏଥିରେ ଜଣେ ୧୫ବର୍ଷର ନାବାଳକ ଗୁରୁତର ଆହତ ହୋଇଛନ୍ତି । ଆହତ ନାବାଳକଙ୍କ ନାମ ରାହୁଲ ନାୟକ । ତାଙ୍କୁ ଉଦ୍ଧାର କରି କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।
ରାହୁଲର ଗୋଡ, ପିଠି ସହ ଏକାଧିକ ସ୍ଥାନରେ ଆଘାତ ଲାଗିଛି ବୋମାମାଡ ହୋଇଥିବା ସ୍ଥାନଗୁଡିକରେ ସିସିଟିଭି ଲାଗିଥିବାରୁ ସେଇ ଆଧାରରେ ଦୁର୍ବୃତ୍ତଙ୍କୁ ଚିହ୍ନଟ କରାଯାଉଛି । ସେମାନେ ହେଲମେଟ ସହ ମୁଖା ପିନ୍ଧିଥିବା ପ୍ରତ୍ୟକ୍ଷଦର୍ଶୀମାନେ କହିଛନ୍ତି । ପୂର୍ବଶତ୍ରୁତା କିମ୍ବା ବଟି ଆଦାୟକୁ କେନ୍ଦ୍ରକରି ବୋମାମାଡ ହୋଇଥିବା ପ୍ରାଥମିକ ଅନୁସନ୍ଧାନରୁ ଜଣାପଡ଼ିଛି।
ଅଧିକ ପଢ଼ନ୍ତୁ ଓଡ଼ିଶା ଖବର