ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 11 ଜଣ ପିଲାଙ୍କୁ ଚଳିତ ବର୍ଷର ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ ପୁରସ୍କାର ପ୍ରଦାନ କରିଛନ୍ତି । ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଆୟୋଜିତ ଏକ କାର୍ଯ୍ୟକ୍ରମ 11 ଅସାଧାରଣ ପିଲାଙ୍କୁ ଏହି ପୁରସ୍କାର ପ୍ରଦାନ କରିଛନ୍ତି ରାଷ୍ଟ୍ରପତି । କାର୍ଯ୍ୟକ୍ରମରେ କେନ୍ଦ୍ର ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ସ୍ମୃତି ଇରାନୀ ଏବଂ ରାଷ୍ଟ୍ରମନ୍ତ୍ରୀ ମୁଞ୍ଜପାରା ମହେନ୍ଦ୍ରଭାଇ ଉପସ୍ଥିତ ଥିଲେ । ଓଡିଶାରୁ ପାଇଲେ ସମ୍ଭବ ମିଶ୍ର। କେନ୍ଦ୍ର ମହିଳା ଓ ଶିଶୁ ବିକାଶ ମନ୍ତ୍ରଣାଳୟ ପକ୍ଷରୁ କଳା ଓ ସଂସ୍କୃତି ବର୍ଗରେ ଓଡିଶାର ସମ୍ଭବ ମିଶ୍ର ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ ପୁରସ୍କାର-2023 ପାଇଛନ୍ତି । ପୁରସ୍କୃତ 11ଜଣଙ୍କ ମଧ୍ୟରେ ସମ୍ଭବ ଅନ୍ୟତମ ।
ପୁରସ୍କାର ସହ ମେଡାଲ, ମାନପତ୍ର ଓ 1 ଲକ୍ଷ ଟଙ୍କା ରାଷ୍ଟ୍ରପତିଙ୍କଠୁ ଗ୍ରହଣ କରିଛନ୍ତି ।ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇଁ ରାଷ୍ଟ୍ରପତି 11 ଜଣ ଛାତ୍ରଛାତ୍ରୀଙ୍କୁ ରାଷ୍ଟ୍ରୀୟ ବାଲ ପୁରସ୍କାର ପ୍ରଦାନ କରିଛନ୍ତି । ସେବା, କ୍ରୀଡା, କଳା, ସଂସ୍କୃତି ଏବଂ ସାହାସିକତା ଭଳି 4ଟି ବର୍ଗରେ ଉଲ୍ଲେଖନୀୟ ପ୍ରଦର୍ଶନ କରିଥିବା 11 ଜଣଙ୍କୁ ମେଡାଲ, ମାନପତ୍ର ସହ 1 ଲକ୍ଷ ଟଙ୍କା ପୁରସ୍କାର ପ୍ରଦାନ କରିଛନ୍ତି ରାଷ୍ଟ୍ରପତି । ଏହି ପୁରସ୍କାର ପାଇଥିବା ପିଲାଙ୍କ ମଧ୍ୟରେ 6 ଜଣ ପୁଅ ରହିଥିବା ବେଳେ 5 ଜଣ ଝିଅ ରହିଛନ୍ତି । କଳା ଏବଂ ସଂସ୍କୃତି ବର୍ଗରେ ୪ଜଣ, ସାହାସିକତା ପାଇଁ ଜଣେ, ନବସୃଜନ ପାଇଁ 2ଜଣ, ସାମାଜିକ ସେବା ପାଇଁ ଜଣେ ଏବଂ କ୍ରୀଡା ପାଇଁ ୩ ଜଣଙ୍କୁ ପୁରସ୍କାର ମିଳିଛି ।
ଭାରତ ଖବର ଆହୁରି ପଢ଼ନ୍ତୁ ।