ଗତ ଶୁକ୍ରବାର ଦିନ ବିସ୍ଫୋରଣ ଘଟି ୧୦ ଜଣ ଆହତ ହୋଇଥିବା ଅଭିଯୁକ୍ତଙ୍କୁ ଖୋଜିବା ପାଇଁ ପୁଲିସ୍ ୭-୮ଟି ଟିମ ଗଠନ କରିଥିଲା । ସିସିଟିଭି ଯାଞ୍ଚ୍ କରିବାରୁ ପୋଲିସ୍ ଶନିବାର ଦିନ ଦେଖିବାକୁ ପାଇଥିଲା ଯେ ବ୍ୟକ୍ତି ଜଣକ ଏକ ଧରା ସାର୍ଟ ପିନ୍ଧି କାନ୍ଧରେ ବ୍ୟାଗ୍ ପକାଇ ଓ ମୁଣ୍ଡରେ ଟୋପି ପିନ୍ଧି କ୍ୟାଫେ ଆଡକୁ ଯାଉଥିଲେ ।
ଅଧିକ ପଢନ୍ତୁ : ରାମେଶ୍ୱରମ କାଫେରେ ବିସ୍ଫୋରଣ ଘଟଣା: ଇଡଲି ଖାଇବାକୁ ଆସି ବୋମା ରଖିଦେଇ ଗଲେ ଯୁବକ
ବେଙ୍ଗାଲୁରୁର ରମେଶ୍ୱରମ୍ କାଫେରେ ଟାଇମର୍ ବ୍ୟବହାର କରି ଆଇଡି ବୋମା ଖଞ୍ଜା ଯାଇଥିଲା । ବୋମାଟି ବିସ୍ଫୋରଣ ଘଟିବାରୁ ସେଠାରେ ଥିବା ୧୦ ଜଣ ଆହତ ହୋଇଥିଲେ । ଏହି ସମୟରେ, ନ୍ୟାସନାଲ ସିକ୍ୟୁରିଟି ଗାର୍ଡ (ଏନଏସଜି) ଦଳ ଏହାର ଯାଞ୍ଚ ପାଇଁ ଶନିବାର ସକାଳେ ବିସ୍ଫୋରଣସ୍ଥଳରେ ପହଞ୍ଚିଥିଲେ ।