ତେବେ ଦୁର୍ଘଟଣା ଖବରପାଇ ଘଟଣାସ୍ଥଳରେ ତୁରନ୍ତ ଦୁଇଟି ଆମ୍ବୁଲାନ୍ସ ପହଞ୍ଚିଥିଲା । ସମସ୍ତ ଗୁରୁତରଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରିଥିଲା । ସେଠାରେ ୧୦ ଜଣଙ୍କୁ ମୃତ୍ୟୁ ଘୋଷଣା କରିଥିଲେ ଡାକ୍ତର ଓ ଅନ୍ୟ ଜଣେ ଗୁରୁତର ଥିବା କହିଥିଲେ । ତେବେ ମୃତ ୧୦ ଜଣଙ୍କ ମଧ୍ୟରୁ ୮ ଜଣ ଘଟଣାସ୍ଥଳରେ ହିଁ ପ୍ରାଣ ହରାଇଥିଲେ । ଅନ୍ୟ ଦୁଇ ଜଣ ମେଡିକାଲ ଯିବା ରାସ୍ତାରେ ଜୀବନ ହାରିଥିଲେ।
ଏହି ଦୁର୍ଘଟଣା ପରେ ଘଟଣାସ୍ଥଳରେ ପ୍ରବଳ ଭିଡ଼ ଜମା ହୋଇଥିଲା । ରାସ୍ତାରେ ଟ୍ରାଫିକ୍ ଜାମ୍ ହୋଇଥିଲା । ଅନ୍ୟପଟେ ଶବଗୁଡ଼ିକୁ ପୋଲିସ ବ୍ୟବଚ୍ଛେଦ ପାଇଁ ପଠାଇଥିବା ବେଳେ ଘଟଣାର ତଦନ୍ତ ଆରମ୍ଭ କରିଛି।
ଅଧିକ ପଢ଼ନ୍ତୁ ଭାରତ ଖବର