ଅର୍ଗସ ବ୍ୟୁରୋ : କେନ୍ଦ୍ର ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଦିଆ ଯାଇଥିବା ତଥ୍ୟ ଅନୁସାରେ ବର୍ତ୍ତମାନ ଦେଶରେ ମୋଟ 10 ଲକ୍ଷ 94 ହଜାର 374 ଲୋକ ସଂକ୍ରମଣରୁ ଉଦ୍ଧାର ହୋଇଛନ୍ତି। ଗତ 24 ଘଣ୍ଟା ମଧ୍ୟରେ 36 ହଜାର 569 ଜଣ ପୁନରୁଦ୍ଧାର ହୋଇଥିବା ସୂଚନା ମିଳିଛି। ଏହା ସହିତ ପୁନରୁଦ୍ଧାର ହାର 64.52 ପ୍ରତିଶତରେ ପଂହଁଚିଛି। କରୋନା ଭାଇରସ୍ କାରଣରୁ ମୃତ୍ୟୁ ହାର ଦେଶରେ 2.15 ପ୍ରତିଶତକୁ ହ୍ରାସ ପାଇଛି।
ସେହିପରି ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ କହିଛି ଯେ ଦେଶରେ କୋଭିଡ -19 ରେ ଗୋଟିଏ ଦିନରେ ସର୍ବାଧିକ 57 ହଜାର 118ଟି ନୂଆ ମାମଲା ରିପୋର୍ଟ ହୋଇଛି। ଯାହା ସଂକ୍ରମଣ ସଂଖ୍ୟାକୁ 16 ଲକ୍ଷ 95 ହଜାର 988କୁ ବୃଦ୍ଧି କରିଛି। ବର୍ତ୍ତମାନ ସୁଦ୍ଧା ମୋଟ ସକ୍ରିୟ କରୋନା ମାମଲା ହେଉଛି ପାଞ୍ଚ ଲକ୍ଷ 65 ହଜାର 103। ଗୋଟିଏ ଦିନରେ ସାରା ଦେଶରେ 764 ଜଣ ମୃତ୍ୟୁବରଣ କରିଛନ୍ତି ଯାହା ଏବେ ମୃତ୍ୟୁ ସଂଖ୍ୟାକୁ 36 ହଜାର 511କୁ ବୃଦ୍ଧି କରିଛି।
ଇଣ୍ଡିଆନ୍ କାଉନସିଲ୍ ଅଫ୍ ମେଡିକାଲ ରିସର୍ଚ୍ଚ ପକ୍ଷରୁ କୁହାଯାଇଛି ଯେ ବିଭିନ୍ନ ଲାବୋରେଟୋରୀ ଦ୍ୱାରା 24 ଘଣ୍ଟା ମଧ୍ୟରେ ମୋଟ ପାଞ୍ଚ ଲକ୍ଷ 25 ହଜାର 689 ଟି କରୋନା ସଂକ୍ରମଣ ନମୁନା ପରୀକ୍ଷା କରାଯାଇଥିଲା। ବର୍ତ୍ତମାନ ପର୍ଯ୍ୟନ୍ତ ଦେଶରେ ଏକ କୋଟି 93 ଲକ୍ଷ 58 ହଜାର 659 ପରୀକ୍ଷା କରାଯାଇଛି। ସମଗ୍ର ଭାରତରେ ଏକ ହଜାର 339 ଲାବୋରେଟୋରୀ ଟେଷ୍ଟ କରୁଛନ୍ତି ଯେଉଁଥିରେ 911 ସରକାରୀ ଲାବୋରେଟୋରୀ ଏବଂ 428 ବେସରକାରୀ ଲାବୋରେଟୋରୀ ଚେନ୍ ସହିତ କୋଭିଡ-19 ପାଇଁ ପରୀକ୍ଷା କରୁଛି।
ଅର୍ଗସ ବ୍ୟୁରୋ: ଜାଭେଲିନରେ ଭାରତର ଦମଦାର ପ୍ରଦର୍ଶନ । ପୁଣି ସ୍ବର୍ଣ୍ଣ ଜିତିଲେ ନୀରଜ ଚୋପ୍ରା । ଚତୁର୍ଥ ଥ୍ରୋରେ 88.88 ମିଟର ଫିଙ୍ଗି ସ୍ବର୍ଣ୍ଣ ପଦକ ହାସଲ କଲେ ନୀରଜ । କିଶୋର ଜିତିଲେ ରୌପ୍ୟ ପଦକ । କିଶୋର ଜେନାଙ୍କ ବ୍ୟକ୍ତିଗତ ଶ୍ରେଷ୍ଠ ପ୍ରଦର୍ଶନ । ଚତୁର୍ଥ ଥ୍ରୋରେ 87.54 ମିଟର ଫିଙ୍ଗିଲେ କିଶୋର । ଓଡ଼ିଶା ପାଇଁ ଗୌରବର ମୁହୂର୍ତ୍ତ । ଏହାସହ ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ହାସଲ କରିଛନ୍ତି କିଶୋର ଜେନା ।
Historic GOLD & SILVER for India 🔥🔥🔥
Neeraj Chopra wins Gold & Kishore Jena wins Silver medal in Javelin Throw.
Neeraj with SB: 88.88m
Kishore with PB: 87.54m (Also qualifies for Paris Olympics. #AGwithIAS | #IndiaAtAsianGames #AsianGames2022 pic.twitter.com/CRxQN9ZxL0 — India_AllSports (@India_AllSports) October 4, 2023
ଆହୁରି ପଢନ୍ତୁ ଖେଳ ଖବର...
କଟକ : ଡ୍ରାଇଭର ଙ୍କୁ ମାଡ଼ ମାରି ୧ଲକ୍ଷ ୨୦ ହଜାର ଜରିମାନା ଗଣିଲେ ବାଲିଘାଟ ମାଲିକ। ସୋମବାର ଦିନ ନୂଆପାଟଣା ଗ୍ରାମର ଡ଼୍ରାଇଭର ପିତାମ୍ବର ନାୟକଙ୍କୁ ବିନା କାରଣ ରେ ବ୍ରହ୍ମପୁରା ବାଲିଘାଟ ନିକଟରେ ମାଡ଼ ହୋଇଥିଲା। ଡ୍ରାଇଭର ବ୍ରହ୍ମପୁରା ବାଲିଘାଟକୁ ବାଲି ଆଣିବା ପାଇଁ ଯାଇଥିବା ବେଳେ ଆକ୍ରମଣର ଶିକାର ହୋଇଥିଲେ। ଏହାର ପ୍ରତିବାଦରେ ମଙ୍ଗଳବାର ବ୍ରହ୍ମପୁରା ବାଲିଘାଟ ନିକଟରେ ନରସିଂହପୁର ଡ୍ରାଇଭର ମହାସଂଘ ପକ୍ଷରୁ ଶହେରୁ ଉର୍ଦ୍ଧ୍ବ ଡ୍ରାଇଭର ବାଲିଘାଟ କୁ ବନ୍ଦ କରି ରଖିଥିଲେ।
ଅଧିକ ପଢନ୍ତୁ ଓଡିଶା ଖବର
ଆଜି ନିଜିଗଡ଼ ସ୍ଥିତ ଡ୍ରାଇଭର ସଙ୍ଘ ମୁଖ୍ୟ କାର୍ଯ୍ୟାଳୟରେ ବାଲିଘାଟ ପରିଚାଳକ, ମାଲିକ ଓ ଆହତ ଡ୍ରାଇଭରଙ୍କ ସହ ନରସିଂହପୁର ଡ୍ରାଇଭର ମହାସଙ୍ଘ ର ସଭାପତି, ଉପସଭାପତି ଙ୍କ ସମେତ ପଚାଶରୁ ଉର୍ଦ୍ଧ୍ବ ଡ୍ରାଇଭର ଏକଜୁଟ ହୋଇ ବାଲିଘାଟ ଉପରେ ୧ଲକ୍ଷ ୨୦ ହଜାର ଟଙ୍କାର ଜୋରିମାନା ଆଦାୟ ସହ ଭବିଷ୍ୟତରେ କୌଣସି ଡ୍ରାଇଭରଙ୍କୁ ଆକ୍ରମଣ ନ କରିବାକୁ ଉପଦେଶ ଦେଇଛନ୍ତି।
ଭୁବନେଶ୍ୱର: ଭଣ୍ଡ ତ୍ରିକାଳ ଦର୍ଷୀ ବାବା ଓ ମାତାଙ୍କ କଳା କାରନାମା । ଘର ଭାଙ୍ଗିଲେ ସମ୍ପତ୍ତି ଲୁଟିନେଲେ । ମହିଳାଙ୍କ ଅଭିଯୋଗ ପରେ କାର୍ଯ୍ୟାନୁଷ୍ଠାନ ନେଲା ପୋଲିସ । ପୂର୍ବରୁ ସ୍ୱାମୀକୁ ଗିରଫ କରିଥିଲା ଏବେ ସ୍ତ୍ରୀକୁ ଗିରଫ କରି କୋର୍ଟ ଚାଲାଣ କଲା ପୋଲିସ ।
ଅଭିଯୋଗ ଅନୁସାରେ ଘରର ସମସ୍ୟା ଦୂର ପାଇଁ ନିଜକୁ ମାତା ବୋଲାଉଥିବା ରିନି ନାମକ ଜଣେ ମହିଳାଙ୍କୁ ଭେଟିଥିଲେ ଅଭିଯୋଗକାରୀ । ବିଭିନ୍ନ କଥା କହି ଅଭିଯୋଗକାରୀ ମହିଳାଙ୍କ ମନରେ ବିଶ୍ୱାସ ଜନ୍ମାଇଥିଲେ ମାତା ରିନି । ଏପରିକି ପୂଜା କଲେ ସମସ୍ୟାର ସମାଧାନ ହେବ ତାହାର ବାଟ ବତାଇ 5 ଲକ୍ଷ ଟଙ୍କା ନେଇ ଯାଇଥିଲେ ।
ପରେ ମହିଳାଙ୍କୁ କିଛି ସୁଫଳ ନମିଳିବାରୁ ଠକେଇ ନେଇ ବଡଗଡ ଥାନାରେ ଅଭିଯୋଗ କରିଥିଲେ । ପୋଲିସ ରିନି ସାହୁଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ଏବେ ଖୋଜା ଚାଲିଛି ପବନରେ ହୁକୁମ ଦେଉଥିବା ବାବା କେଉଁଠି ।
ଆହୁରି ପଢନ୍ତୁ ଅପରାଧ ଖବର...