ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ ବଙ୍ଗୋପସାଗରରେ ଗଭୀର ଅବପାତ ବାତ୍ୟାରେ ପରିଣତ ହୋଇଛି। ବର୍ତ୍ତମାନ ଏହା ଘଣ୍ଟାପ୍ରତି 11କି.ମି ବେଗରେ ଉତ୍ତର-ପୂର୍ବ ଦିଗକୁ ଗତି କରି ବାଲାଂଦେଶ ମୁହାଁ ହୋଇଛି। ଆସନ୍ତାକାଲି ସକାଳେ ବାଲାଂଦେଶ ଉପକୂଳରେ ଏହି ବାତ୍ୟା ଲ୍ୟାଣ୍ଡଫଲ୍ କରିବାର ସମ୍ଭାବନା ରହିଛି। ଏହି ସମୟରେ ପବନର ବେଗ 90ରୁ 100କି.ମି ରହିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି। ପ୍ରଭାବରେ ଆଜି ଏବଂ ଆସନ୍ତକାଲି ଉପକୂଳ ଓଡିଶାର କେତେକ ଜିଲ୍ଲାରେ ଧରଣର ବର୍ଷା ହେବା ସମ୍ଭାବନା ରହିଛି। ଆଜି ପୁରୀ, ଜଗତସିଂହପୁର, କେନ୍ଦ୍ରାପଡା ଜିଲ୍ଲାରେ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଛି। ସେହିପରି ଆସନ୍ତାକାଲି ବାଲେଶ୍ବର, ଭଦ୍ରକ, କଟକ, ଜଗତସିଂହପୁର, ଯାଜପୁରରେ ବର୍ଷା ସମ୍ଭାବନା ରହିଛି। ଏହି ସମସ୍ତ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି।