୪ ତାରିଖ ସକାଳେ ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ର ଉପକୂଳରେ ପହଞ୍ଚିବ ବୋଲି ପୂର୍ବାନୁମାନ କରାଯାଇଛି । ଅନ୍ୟପଟେ ଡିସେମ୍ବର ୫ ରେ କିଛି ଜାଗାରେ ପ୍ରବଳ ବର୍ଷା ହେବ । ଉପକୂଳରେ ପହଞ୍ଚିଲେ ବି ତୁରନ୍ତ ଉପକୂଳ ଅତିକ୍ରମ କରିବ ନାହିଁ ବାତ୍ୟା । ବରଂ ବାତ୍ୟା ଉପକୂଳରେ ଉତ୍ତର-ଉତ୍ତରପୂର୍ବ ଦିଗକୁ ଗତି କରିବ । ବାତ୍ୟାର ପ୍ରଭାବ ଉପକୂଳ ଓଡ଼ିଶାରେ ଅଧିକ ରହିବ ବୋଲି ଅନୁମାନ କରାଯାଉଛି।
ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ହେବ । ଓଡିଶାରେ 9 ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଗଞ୍ଜାମ, ଗଜପତି, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡା,ବାଲେଶ୍ୱର,କଟକ, ଖୋର୍ଦ୍ଧା ଆଦି ଜିଲ୍ଲାରେ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଆସନ୍ତା ୨ତାରିଖ ବେଳକୁ ସମୁଦ୍ର ଅଶାନ୍ତ ରହିବାକୁ ଥିବା ବେଳେ ମତ୍ସଜୀବୀ ମାନଙ୍କୁ ସମୁଦ୍ର ଭିତରକୁ ନଯିବାକୁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି ।