ଶ୍ରୀ ପ୍ରଧାନ ଟ୍ୱିଟ୍ କରି କହିଛନ୍ତି ଯେ ବରୁଣେଇ ଠାରେ ଓଡ଼ିଶାର ବୀରତ୍ୱ, ସ୍ୱାଭିମାନ ଓ ସଂଗ୍ରାମର ପ୍ରତୀକ ପାଇକ ବିଦ୍ରୋହ ସ୍ମାରକୀ ନିର୍ମାଣ ପାଇଁ ଭାରତ ସରକାରଙ୍କ ସଂସ୍କୃତି ବିଭାଗ ଓ ଇଣ୍ଡିଆନ ଅଏଲ ଫାଉଣ୍ଡେସନ ସହଯୋଗ ପ୍ରଦାନ କରୁଛନ୍ତି । 2017-18 ମସିହାରେ ଭାରତର ତତ୍କାଳୀନ ଅର୍ଥମନ୍ତ୍ରୀ ସ୍ୱର୍ଗତ ଅରୁଣ ଜେଟଲୀ ପାଇକ ବିଦ୍ରୋହର 200 ବର୍ଷ ପୂର୍ତ୍ତି ପାଳନ ପାଇଁ କେନ୍ଦ୍ର ବଜେଟରେ ଅର୍ଥ ବରାଦ କରିବା ସହ ଓଡ଼ିଆ ଜାତିର ବୀରତ୍ୱକୁ ରାଷ୍ଟ୍ରୀୟ-ଅନ୍ତରାଷ୍ଟ୍ରୀୟ ସ୍ୱୀକୃତି ପ୍ରଦାନ କରିଥିଲେ ।
ପାଇକ ସ୍ମାରକୀ ନିର୍ମାଣ ପାଇଁ ରାଜ୍ୟ ସରକାର 9.685 ଏକର ପରିମିତ ଜମି ଭାରତ ସରକାରଙ୍କ ସଂସ୍କୃତି ବିଭାଗକୁକ ପ୍ରଦାନ କରିବା ପାଇଁ କ୍ୟାବିନେଟ୍ ମଞ୍ଜୁରୀ ଦେଇଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଧନ୍ୟବାଦ ଜଣାଉଛି । ନିକଟରେ ମୁଁ ପାଇକ ବିଦ୍ରୋହ ସ୍ମାରକୀ ସ୍ଥଳ ପରିଦର୍ଶନ କରିବା ସହ ସ୍ଥାନୀୟ ପ୍ରଶାସନିକ ଅଧିକାରୀଙ୍କ ସାଙ୍ଗରେ ଆଲୋଚନା କରିଥିଲି । ଓଡ଼ିଆ ଜାତିର ଅଦମ୍ୟ ସାହସ, ବୀରତ୍ୱର ପ୍ରତୀକ ହୋଇ ପାଇକ ସ୍ମାରକୀ ସର୍ବଦା ଯୁବପିଢ଼ିଙ୍କୁ ପ୍ରେରଣା ଯୋଗାଇବ ବୋଲି କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଟ୍ୱିଟ୍ କରିଛନ୍ତି ।
ଭାରତ ଖବର ଆହୁରି ପଢ଼ନ୍ତୁ ।