ଏହାସହ ସେ ଏହା ମଧ୍ୟ କହିଛନ୍ତି, ସମସ୍ତଙ୍କୁ ଉତ୍ତମ ସ୍ୱାସ୍ଥ୍ୟସେବା ପ୍ରଦାନ କରିବା ପାଇଁ ଦେଶର ପ୍ରତ୍ୟେକ ଜିଲ୍ଲାରେ ଗୋଟିଏ ମେଡ଼ିକାଲ କଲେଜ ସ୍ଥାପନା ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜୀଙ୍କ କଳ୍ପନା ରହିଛି । ପ୍ରଧାନମନ୍ତ୍ରୀଙ୍କ ନେତୃତ୍ୱରେ ତାଳଚେର ଠାରେ ଭାରତ ସରକାରଙ୍କ ଏମସିଏଲ ଦ୍ୱାରା ୪୯୨ କୋଟି ଟଙ୍କା ବ୍ୟୟରେ ଏହି ମେଡ଼ିକାଲ କଲେଜ ପ୍ରତିଷ୍ଠା କରାଯାଉଛି ।
ଆଶା କରୁଛି, ଓଡ଼ିଶା ସରକାର ଓ ଏମସିଏଲ ସମନ୍ୱୟ ରକ୍ଷା କରି ଯଥାଶୀଘ୍ର ମେଡ଼ିକାଲକୁ କାର୍ଯ୍ୟକ୍ଷମ କରିବେ।ଏହା ଦ୍ୱାରା ଅନୁଗୋଳ ସମେତ ଢ଼େଙ୍କାନାଳ, ଦେବଗଡ,କେନ୍ଦୁଝର,ସୁବର୍ଣ୍ଣପୁର,ବୌଦ୍ଧ ଓ ନୟାଗଡ ଜିଲ୍ଲାର ପ୍ରାୟ ୭୦ଲକ୍ଷ ଲୋକମାନେ ଉତ୍ତମ ସ୍ୱାସ୍ଥ୍ୟ ସୁବିଧା ପାଇବା ସହ ରାଜ୍ୟର ଛାତ୍ରଛାତ୍ରୀମାନେ ମେଡ଼ିକାଲ ପଢ଼ିବାର ସୁଯୋଗ ପାଇପାରିବେ।
ଆଶା କରୁଛି,ଓଡ଼ିଶା ସରକାର ଓ ଏମସିଏଲ ସମନ୍ୱୟ ରକ୍ଷା କରି ଯଥାଶୀଘ୍ର ମେଡ଼ିକାଲକୁ କାର୍ଯ୍ୟକ୍ଷମ କରିବେ।ଏହା ଦ୍ୱାରା ଅନୁଗୋଳ ସମେତ ଢ଼େଙ୍କାନାଳ, ଦେବଗଡ,କେନ୍ଦୁଝର,ସୁବର୍ଣ୍ଣପୁର,ବୌଦ୍ଧ ଓ ନୟାଗଡ ଜିଲ୍ଲାର ପ୍ରାୟ ୭୦ଲକ୍ଷ ଲୋକମାନେ ଉତ୍ତମ ସ୍ୱାସ୍ଥ୍ୟ ସୁବିଧା ପାଇବା ସହ ରାଜ୍ୟର ଛାତ୍ରଛାତ୍ରୀମାନେ ମେଡ଼ିକାଲ ପଢ଼ିବାର ସୁଯୋଗ ପାଇପାରିବେ। — Dharmendra Pradhan (@dpradhanbjp) May 12, 2022