ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଜଷ୍ଟିସି ଏନଭି ରମନ୍ନା ପଦ ଓ ଗୋପାନୀୟତାର ଶପଥ ପାଠ କରାଇଛନ୍ତି। ଦିନ ଠିକ୍ ୧୦.୧୩ରେ ଦ୍ରୌପଦୀ ମୁର୍ମୁ ଶପଥ ନେବା ପରେ ଓଡ଼ିଶା ଓ ଦେଶ ଇତିହାସରେ ନୂଆ ଅଧ୍ୟାୟ ଯୋଡ଼ି ହୋଇ ଯାଇଛି। ସେ ପ୍ରଥମ ଆଦିବାସୀ ମହିଳା ଓ ପ୍ରଥମ ଓଡ଼ିଆ ଭାବେ ରାଷ୍ଟ୍ରପତି ପଦ ଅଳଙ୍କୃତ କରିଛନ୍ତି। ଦ୍ରୌପଦୀ ମୁର୍ମୁଙ୍କ ପାଇଁ ଆଜି ସଂସଦର ସେଣ୍ଟ୍ରାଲ ହଲରେ ଭବ୍ୟ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା।
ପ୍ରଥମ ଥର ଲାଗି ଜଣେ ଆଦିବାସୀ ମହିଳା ଭାବେ ଦ୍ରୌପଦୀ ମୁର୍ମୁ ଦେଶର ରାଷ୍ଟ୍ରପତି ହୋଇଛନ୍ତି। ଏହାସହ ଆଜିଠୁ ଭାରତର ଗଣତାନ୍ତ୍ରିକ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ି ହୋଇଛି।। ଶପଥ ସମାରୋହରେ ଉତ୍ସବରେ ବିଦାୟୀ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ଉପରାଷ୍ଟ୍ରପତି ଭେଙ୍କେୟା ନାଇଡ଼ୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସମସ୍ତ ରାଜ୍ୟସଭା ଓ ଲୋକସଭା ସାଂସଦ ଏବଂ ଅନ୍ୟ ବହୁ ମାନ୍ୟଗଣ୍ୟ ଅତିଥି ଯୋଗ ଦେଇଥିଲେ।