ଗିରଫ ହେଲେ ମମତା ବାନାର୍ଜୀଙ୍କ ମନ୍ତ୍ରୀ ପାର୍ଥ ଚାଟାର୍ଜୀ । ପଶ୍ଚିମବଙ୍ଗ ବାଣିଜ୍ୟ ମନ୍ତ୍ରୀ ପାର୍ଥ ଚାଟାର୍ଜୀ ଗିରଫ ହୋଇଛନ୍ତି । ଶିକ୍ଷକ ନିଯୁକ୍ତିରେ ଦୁର୍ନୀତି ନେଇ ଚାଲିଥିଲା ଛାନଭିନ୍ । ଇଡି ରେଡ୍ ବେଳେ ମିଳିଲା ନଗଦ ୨୦ କୋଟି ଟଙ୍କା । ପଶ୍ଚିମବଙ୍ଗ ମନ୍ତ୍ରୀ ପାର୍ଥ ଚାଟାର୍ଜୀଙ୍କ ଘନିଷ୍ଠ ସହଯୋଗୀ ଅର୍ପିତା ମୁଖାର୍ଜୀଙ୍କ ଘରୁ ବିପୁଳ ପରିମାଣର ନଗଦ ଟଙ୍କା ଜବତ କରଛି ପ୍ରବର୍ତନ ନିର୍ଦ୍ଦେଶାଳୟ । ରାଜ୍ୟରେ ଶିକ୍ଷକ ନିଯୁକ୍ତି ନେଇ ବଡ଼ ଘୋଟାଲା ହୋଇଥିବା ଅଭିଯୋଗ ହୋଇଥିଲା ।
ଏହି ମାମଲାରେ ଇଡି ତଦନ୍ତ କରୁଥିବା ବେଳେ ସ୍କାନରରେ ରହିଥିଲେ ମନ୍ତ୍ରୀ ପାର୍ଥ ଚାଟାର୍ଜୀ । ମନ୍ତ୍ରୀଙ୍କ ଘନିଷ୍ଠ ସହଯୋଗୀ ଅର୍ପିତା ମୁଖାର୍ଜୀଙ୍କ ଘରେ ଚଢ଼ାଉ କରିଥିଲା ଇଡି । ଚଢ଼ାଉ ବେଳେ ନଗଦ ୨୦ କୋଟି ଟଙ୍କା ଜବତ କରାଯାଇଛି । ମନ୍ତ୍ରୀ ପାର୍ଥ ଚାଟାର୍ଜୀଙ୍କ ସହ ପଶ୍ଚିମବଙ୍ଗର ଶିକ୍ଷା ରାଷ୍ଟ୍ରମନ୍ତ୍ରୀ ପରେଶ ଅଧିକାରୀ, ବିଧାୟକ ମାନିକ ଭଟ୍ଟାଚାର୍ଯ୍ୟଙ୍କ ଅଫିସ ଓ ବାସଭବନର ମଧ୍ୟ ରେଡ୍ କରାଯାଇଛି ।