ତେବେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି। ବିମାନ ବନ୍ଦରରେ ଇଜିପ୍ଟର ରାଷ୍ଟ୍ରପତି ପହଞ୍ଚିବା ପରେ ତାଙ୍କୁ ସେଠାରେ ସ୍ୱାଗତ ସମ୍ୱର୍ଦ୍ଧନା କରାଯାଇଛି।
ସାଧାରଣତନ୍ତ୍ର ଦିବସରେ ମୁଖ୍ୟ ଅତିଥି ରୂପରେ ଯୋଗ ଦେବେ ଅବଦେଲ ଫତହ ଅଲ-ସିସି

ଅର୍ଗସ ବ୍ୟୁରୋ: ଦିଲ୍ଲୀରେ ପହଁଞ୍ଚିଲେ ଇଜିପ୍ଟର ରାଷ୍ଟ୍ରପତି ଅବଦେଲ ଫତହ ଅଲ-ସିସି । ସାଧାରଣତନ୍ତ୍ର ଦିବସରେ ମୁଖ୍ୟ ଅତିଥି ରୂପରେ ଯୋଗ ଦେବାକୁ ଆସି ଦିଲ୍ଲୀ ବିମାନ ବନ୍ଦରରେ ପହଁଞ୍ଚିଛନ୍ତି ଇଜିପ୍ଟ ରାଷ୍ଟ୍ରପତି ।ତାଙ୍କର ଏହି ଯାତ୍ରାରେ ଆଗକୁ ସେ ଭାରତର ରାଷ୍ଟ୍ରପତି ,ପ୍ରଧାନମନ୍ତ୍ରୀ ଏବଂ ବୈଦେଶିକ ବ୍ୟାପାରମନ୍ତ୍ରୀଙ୍କୁ ମଧ୍ୟ ଭେଟିବାର କାର୍ଯ୍ୟକ୍ରମ ରହିଛି ।
Download Argus News App
