
ଅର୍ଗସ ବ୍ୟୁରୋ : ଜମ୍ମୁ କାଶ୍ମୀରର ପୁଲୱାମାରେ ସୁରକ୍ଷାବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଏନକାଉଣ୍ଟର ଜାରି ରହିଛି। ଏହି ଏନକାଉଣ୍ଟରରେ ଜଣେ ଆତଙ୍କବାଦୀ ନିପାତ ହୋଇଥିବା ବେଳେ ଜଣେ ଯବାନ ଶହୀଦ ହୋଇଛନ୍ତି। ଏବେ ସଂପୃକ୍ତ ଅଞ୍ଚଳରେ ସର୍ଚ୍ଚ ଅପରେଶନ ଜାରି ରହିଛି।
ସୂଚନାନୁଯାୟୀ, ପୁଲୱାମା ଜିଲ୍ଲାର କମରାଜିପୋରା ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚିଥିବା ଗୁଇନ୍ଦା ସୂତ୍ରରୁ ଖବର ମିଳିଥିଲା। ଏହି ସୂଚନା ମିଳିବା ପରେ ସୁରକ୍ଷାବାହିନୀ ପକ୍ଷରୁ ସମ୍ପୃକ୍ତ ଅଞ୍ଚଳକୁ ଘେରାବନ୍ଦୀ କରି ତଲାଶ ଅଭିଯାନ କରାଯାଇଥିଲା। ଏହି ସମୟରେ ଆତଙ୍କବାଦୀଙ୍କ ପକ୍ଷରୁ ପ୍ରଥମେ ଗୁଳିଚାଳନା କରାଯାଇଛି। ଫଳରେ ସେନା ଏହାର ପ୍ରତି ଜବାବ ଦେଇଛି। ଏହି ଜବାବୀ କାର୍ଯ୍ୟାନୁଷ୍ଠାନରେ ଜଣେ ଆତଙ୍କବାଦୀ ନିପାତ ହୋଇଥିବା ବେଳେ ଜଣେ ଯବାନ ଶହୀଦ ହୋଇଛନ୍ତି। ଘଟଣାସ୍ଥଳରୁ ଏକ ଏକେ-47 ରାଇଫଲ, ଗ୍ରେନେଡ ସହ ଅନ୍ୟ ଆପତ୍ତିଜନକ ସାମଗ୍ରୀ ଜବତ କରାଯାଇଛି।
