ସେହିପରି ୨୨ କ୍ୟାରେଟ୍ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୬୭,୨୦୦ ଟଙ୍କା ରହିଛି । ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୧ଗ୍ରାମ୍ ପିଛା ୬,୬୨୦ ଟଙ୍କା ହୋଇଥିବା ବେଳେ ୮ଗ୍ରାମ ପିଛା ୫୨,୯୬୦ ଟଙ୍କା ରହିଛି ।
ଅନ୍ୟପକ୍ଷରେ ଇରାନ-ଇସ୍ରାଏଲ ଯୁଦ୍ଧ ଆଶଙ୍କାରୁ ଦର ଆହୁରି ବଢ଼ିବ ବୋଲି ବଜାର ବିଶେଷଜ୍ଞମାନେ ପ୍ରକାଶ କରିଛନ୍ତି। ଏଭଳି ସ୍ଥିତିରେ ନିବେଶକ ଉତ୍ସାହିତ ଥିବାବେଳେ ସାଧାରଣ ଗ୍ରାହକଙ୍କ ମଧ୍ୟରେ ଚାହିଦା ପ୍ରଭାବିତ ହୋଇପାରେ ବୋଲି ଆଶଙ୍କା ପ୍ରକାଶ ପାଇଛି। ସୁନା ଭଳି ରୁପା ମଧ୍ୟ ନୂଆ ରେକର୍ଡ ଯୋଡ଼ି ଚାଲିଛି। ରାଜଧାନୀ ଭୁବନେଶ୍ବରରେ କିଲୋଗ୍ରାମ ପିଛା ରୁପା ୧୦୦୦ ଟଙ୍କା ମହଙ୍ଗା ହୋଇ ୮୯,୦୦୦ ଟଙ୍କା ଛୁଇଁଛି। ଏବର୍ଷ ସୁନା ଦର ୮୦,୦୦୦ ଛୁଇଁବା ନେଇ ଆକଳନ କରିଛନ୍ତି ବଜାର ବିଷେଷଜ୍ଞ।
ଅଧିକ ପଢ଼ନ୍ତୁ ବାଣିଜ୍ୟ ଖବର