ଅର୍ଗସ ବ୍ୟୁରୋ: ଜମ୍ମୁ କଶ୍ମୀରରେ ସ୍ୱାଭାବିକ ହେଉଛି ପରିସ୍ଥିତି । 370 ଉଚ୍ଛେଦ ଏବଂ ପ୍ରଦେଶକୁ ପୁନର୍ଗଠନ ପରେ ସଠାରେ ପରିସ୍ଥିତି ଉଦ୍ବେଗଜନକ ହୋଇଥିଲା । ବର୍ତ୍ତମାନ କିନ୍ତୁ ପରିସ୍ଥିତି ସ୍ୱାଭାବିକ ହେଉଛି ବୋଲି ରାଜ୍ୟପାଳ ସତ୍ୟପାଳ ମଲିକ କହିଛନ୍ତି । ସଚିବାଳୟ ଏବଂ ଅନ୍ୟ ସରକାରୀ କାର୍ଯ୍ୟାଳୟ କାର୍ଯ୍ୟକ୍ଷମ ହୋଇଛି । ମିଳିଥିବା ଖବର ଅନୁସାରେ ରାଜ୍ୟ ପ୍ରଶାସନ ଆସନ୍ତା ସୋମବାର ଠାରୁ ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ ଏବଂ ସ୍କୁଲ ଗୁଡିକୁ ଖୋଲିବା ପାଇଁ ନିର୍ଦ୍ଦେଶ ଜାରି କରିଛନ୍ତି ।
ଜମ୍ମୁ କଶ୍ମୀରର ରାଜ୍ୟପାଳ ସତ୍ୟପଳ ମଲ୍ଲିକ ସଚିବାଳୟ ଏବଂ ସରକାରୀ କାର୍ଯ୍ୟାଳୟ ଗୁଡିକରେ କାମ ଆରମ୍ଭ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଏହାଛଡା ପ୍ରତିବନ୍ଧକ ଗୁଡିକୁ କୋହଳ କରିବା ନେଇ ବର୍ତ୍ତମାନ ସୁଦ୍ଧା କୌଣସି ସରକାରୀ ନିର୍ଦ୍ଦେଶ ହୋଇ ନାହିଁ । ଧାରା ୩୭୦ ଉଚ୍ଛେଦ ପରେ ଘାଟିରେ ଅପ୍ରିତିକର ପରିସ୍ଥିତିକୁ ଏଡେଇବା ପାଇଁ ରାଜ୍ୟରେ ଟେଲିକମ ସେବା, ସ୍କୁଲ ଏବଂ କଲେଜ ବନ୍ଦ ରହିଥିଲା । ତେବେ 19ଅଗଷ୍ଟରୁ ଜମ୍ମୁ କାଶ୍ମୀରରେ ସ୍କୁଲ୍ ଖୋଲିବା ନେଇ ଘୋଷଣା କରାଯାଇଛି ।
ଅର୍ଗସ ବ୍ୟୁରୋ: ରସାୟନ ବିଜ୍ଞାନ ପାଇଁ ନୋବେଲ ପୁରସ୍କାର ଘୋଷଣା ହୋଇଛି । 3 ରସାୟନ ବିଜ୍ଞାନୀ ପାଇବେ ନୋବେଲ ପୁରସ୍କାର । ମୌଙ୍ଗି ଜି.ବାୱେଣ୍ଡି, ଲୁଇସ୍ ଇ.ବ୍ରୁସ୍ ଙ୍କୁ ମିଳିଛି ନୋବେଲ ପୁରସ୍କାର । ଆଲେକ୍ସି ଏଲ୍ . ଏକିମୋଭ୍ ପାଇବେ ନୋବେଲ ପୁରସ୍କାର ।
ପୂର୍ବରୁ ଗତ 2 ତାରିଖରେ ମେଡିସିନ ଓ 3 ତାରିଖରେ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର ଘୋଷଣା କରାଯାଇଛି ।
ପଦାର୍ଥ ବିଜ୍ଞାନ ପାଇଁ ଚଳିତ ବର୍ଷ ତିନି ଜଣ ପଦାର୍ଥ ବିଜ୍ଞାନୀ ମିଳିତ ଭାବେ ପାଇବେ ନୋବେଲ୍ ପୁରସ୍କାର-୨୦୨୩। ପିଏରେ ଅଗୋସ୍ତିନି, ଫେରେନ୍ସ କ୍ରାଉଜ ଏବଂ ଆନେ ଏଲ’ହୁଇଲିଅର ପଦାର୍ଥ ବିଜ୍ଞାନ ପାଇଁ ପାଇବେ ସମ୍ମାନଜନକ ନୋବେଲ୍ । ଏହି ତିନି ଜଣ ନୋବେଲ ବିଜେତା ମାନବଜାତିକୁ ପରମାଣୁ ଏବଂ ଅଣୁଗୁଡ଼ିକ ମଧ୍ୟରେ ଇଲେକ୍ଟ୍ରୋନ୍ ଡାଇନାମିକ୍ସକୁ ଅନୁସନ୍ଧାନ କରିବା ପାଇଁ ନୂତନ ସାଧନ ଦେଇଛନ୍ତି ।
ଆହୁରି ପଢନ୍ତୁ ଭାରତ ଖବର...
ଦେଶରେ ହ୍ରାସ ପାଇଛି ବେକାରୀ ସମସ୍ୟା . ପୂର୍ବ ରିପୋର୍ଟ ଅନୁଯାୟୀ ମାତ୍ର ବର୍ଷକରେ ଭାରତରେ ବେଶ ହ୍ରାସ ପାଇଛି ବେକାରୀ ସମସ୍ୟା. ସିଏମଆଇଇ ବା ସେଣ୍ଟର ଫର୍ ମନିଟରିଂ ଇଣ୍ଡିଆନ୍ ଇକୋନୋମିରେ ଦିଆଯାଇଥିବା ତଥ୍ୟରୁ ଏହା ଜଣାପଡିଛି. ଗତ ଅଗଷ୍ଟରେ ଏହା ୮.୧୦ % ଥିଲା , ଯାହା ସେପ୍ଟେମ୍ବରରେ ୭.୦୯ %କୁ ଖସି ଆସିଛି . ତେବେ ଯଦି ଦେଖାଯାଏ ତେବେ ଉଭୟ ସହରାଞ୍ଚଳ ଏବଂ ଗ୍ରାମାଞ୍ଚଳ ଉଭୟ କ୍ଷେତ୍ରରେ ବେକାରୀ ସମସ୍ୟା ହ୍ରାସ ପାଇଛି. ଦୁର୍ବଳ ମୌସୁମୀ ବର୍ଷା ସତ୍ତ୍ବେ ଗ୍ରାମୀଣ କ୍ଷେତ୍ରରେ ବେକାରୀ ହାର କମ୍ ହୋଇଛି.
ତେବେ ସହରାଞ୍ଚଳରେ ଅଗଷ୍ଟରେ ୧୦.୦୯ % ତୁଳନାରେ ସେପ୍ଟେମ୍ବରରେ ୮.୯୪ % କୁ ଖସି ଆସିଛି. ଅନ୍ୟପକ୍ଷରେ ଗ୍ରାମୀଣ ବେକାରୀ ହାର ୭.୧୧% ରୁ ଖସି ୬.୨୦ % ହ୍ରାସ ପାଇଛି. ଭାରତରେ ପାର୍ବଣ ରତୁ ପୂର୍ବରୁ ସହରୀ ବେକାରୀ ହାରରେ ହ୍ରାସ ଦେଖିବାକୁ ମିଳିଛି.
ଅଧିକ ପଢନ୍ତୁ ଭାରତ ଖବର
ତେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ରମୋଦିଙ୍କ ନିଯୁକ୍ତି ଅଭିଯାନ ଜରିଆରେ ଦେଶର ବେକାରୀ ହାରରେ ହ୍ରାସ ଘଟିଥିବା ସିଏମଆଇଇ ଏହାର ରିପୋର୍ଟରେ ଉଲ୍ଲେଖ କରିଛି. ଗତମାସ ପ୍ରଧାନମନ୍ତ୍ରୀ ସ୍ବତନ୍ତ୍ର ନିଯୁକ୍ତି ଅଭିଯାନ ରୋଜଗାର ମେଳା ଅନ୍ତର୍ଗତ ୫୧,୦୦୦ ଲୋକଙ୍କୁ ନିସୁକ୍ତିପତ୍ର ବାଣ୍ଟିଥିଲେ. ଏହା ପୂର୍ବରୁ ମଧ୍ୟ ପ୍ରଧାନମନ୍ତ୍ରୀ ରୋଜଗାର ମେଳା ଅନ୍ତର୍ଗତ ହଜାର ହଜାର ଯୁବକଯୁବତୀ ନିଯୁକ୍ତିପତ୍ର ବାଣ୍ଟିଛନ୍ତି. ତେବେ ଭାରତରେ ପାର୍ବଣ ଋତୁ ପୁର୍ବରୁ ସହରୀ ବେକାରୀ ସମସ୍ୟା ହ୍ରାସ ପାଇଥିବା ଦେଖିବାକୁ ମିଳିଛି.
ଅର୍ଗସ ବ୍ୟୁରୋ: ବଲିଉଡ ଅଭିନେତା ରଣବୀର କପୁରଙ୍କ ପାଇଁ ବଢିଲା ଅଡୁଆ । ରଣବୀର କପୁରଙ୍କୁ ଇଡିର ସମନ । ବେଟିଂ ଆପ୍ ସ୍କାମ୍ ମାମଲାରେ ଆସନ୍ତା 6ରେ ହାଜର ପାଇଁ ସମନ ଜାରି କଲା ଇଡି ।
ଏହି ମାମଲାରେ ଅନ୍ୟ 15 ଜଣ ସେଲିବ୍ରିଟି ମଧ୍ୟ ଇଡି ନଜରରେ ଅଛନ୍ତି । ଅନଲାଇନ୍ ବେଟିଂ ପ୍ଲାଟଫର୍ମ ପାଇଁ ରଣବୀର କପୁର ଏକ ସୋସିଆଲ୍ ମିଡିଆ ଇନଫ୍ଲୁଏନସର ଭାବରେ କାମ କରୁଥିଲେ । ଏହି ଆପ୍ ର ପ୍ରମୋସନ ପାଇଁ ମଧ୍ୟ ପାଉଣା ନେଉଥିଲେ।
ଆହୁରି ପଢନ୍ତୁ ମନୋରଞ୍ଜନ ଖବର...