ଏହାପରେ କଟକରେ ଅମୃତ ମହୋତ୍ସବ ଅବସରରେ ନେତାଜୀ ସୁବାଷ ଚନ୍ଦ୍ର ବୋଷଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବା ସହ ତାଙ୍କ ଜନ୍ମସ୍ଥାନ ପରିଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି । ଏହାପରେ ସେ କଟକ ଇଣ୍ଡୋର ଷ୍ଟାଡିୟମ୍ରେ ଅନୁଷ୍ଠିତ ହେବାକୁ ପ୍ରଜାତନ୍ତ୍ରର ୭୫ତମ ପ୍ରତିଷ୍ଠା ଦିବସରେ ଯୋଗଦେବେ ।
ତେବେ ବିଳମ୍ବିତ ରାତିରେ ସ୍ବତନ୍ତ୍ର ବିମାନ ଯୋଗେ ଆସି ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଥିଲେ ଶାହ । ରାଜ୍ୟ ବିଜେପି ପକ୍ଷରୁ ଶାହଙ୍କୁ ଦିଆଯାଇଥିଲା ଭବ୍ୟ ସମ୍ବର୍ଦ୍ଧନା । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି, ବିଜେପି ରାଷ୍ଟ୍ରୀୟ ଉପ ସଭାପତି ଓ ମୁଖପାତ୍ର ବୟଜନ୍ତ ପଣ୍ଡା ଏବଂ ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ ସମେତ ଉପସ୍ଥିତ ଥିଲେ ତମାମ ନେତୃବୃନ୍ଦ ।