ପୂର୍ବରୁ ଏନେଇ ସତ୍ୟପାଠ ଦାଖଲ କରିଛନ୍ତି କେନ୍ଦ୍ର ସରକାର । ପୁନଃ ପରୀକ୍ଷା ନହେବା ନେଇ ସତ୍ୟପାଠରେ ଉଲ୍ଲେଖ କରିଛନ୍ତି କେନ୍ଦ୍ର ସରକାର । ନିଟ୍-ୟୁଜି ପରୀକ୍ଷାର ତଥ୍ୟ ଅନୁଧ୍ୟାନ ପରେ ସରକାର ଆଇଆଇଟି ମାଡ୍ରାସର ଏକ ରିପୋର୍ଟକୁ ନିଜ ସତ୍ୟପାଠରେ ଯୋଡ଼ିଛନ୍ତି । ଯେଉଁଥିରେ କୁହାଯାଇଛି ଯେ “ସାମୂହିକ ଅନିୟମିତତାର କୌଣସି ସଙ୍କେତ ନାହିଁ “।
ସରକାର କହିଛନ୍ତି ଯେ ତଥ୍ୟ ବିଶ୍ଳେଷଣରେ କୌଣସି ବଡ଼ ଧରଣର ଅନିୟମିତତା ହୋଇଥିବାର ସଂକେତ ମିଳିନାହିଁ । ତେଣୁ ନିଟ୍ ୟୁଜି ପୁନଃ ପରୀକ୍ଷାକୁ ସରକାର ସମର୍ଥନ କରୁନାହାନ୍ତି ବୋଲି କୁହାଯାଉଛି । ଜୁଲାଇ ତୃତୀୟ ସପ୍ତାହରୁ ନିଟ୍ କାଉନସେଲିଂ ଆରମ୍ଭ ହେବ । ଏହି ମାମଲାରେ ଏନଟିଏ ସୁପ୍ରିମକୋର୍ଟରେ ସତ୍ୟପାଠ ଦାଖଲ କରିଛି ।