ଅର୍ଗସ ବ୍ୟୁରୋ: ଭୀଷଣ ବାତ୍ୟାର ରୂପ ନେଇଛି ସାମୁଦ୍ରିକ ଝଡ଼ ‘ଦାନା’ । ଗତ ରାତିରେ ଭୀଷଣ ବାତ୍ୟାରେ ଏହା ପରିଣତ ହୋଇଛି । ତେବେ ବାତ୍ୟା ‘ଦାନା’ ଭିତରକନିକା-ଧାମରା ମଧ୍ୟରେ ଅତିକ୍ରମ କରିପାରେ । ୨୪ ତାରିଖ ରାତିରୁ ୨୫ ସକାଳ ମଧ୍ୟରେ ଏହା ସ୍ଥଳଭାଗ ଛୁଇଁପାରେ । ଯାହାର ପ୍ରଭାବରେ ଆଜିଠାରୁ ରାଜ୍ୟର କିଛି କିଛି ସ୍ଥାନରେ ବର୍ଷା ହେଲାଣି। ଲ୍ୟାଣ୍ଡଫଲ ବେଳେ ପବନର ବେଗ ୧୦୦ରୁ ୧୨୦ କିମି ରହିପାରେ ବୋଲି ପୂର୍ବାନୁମାନ ହୋଇଛି । ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ାରେ ପବନର ବେଗ ୧୨୦ କିମି ରହିବ ବୋଲି ଆଶା କରାଯାଉଛି ।ଏହା କେନ୍ଦ୍ରୀୟ ଓ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ହୋଇଛି । ଗତ ୬ ଘଣ୍ଟାରେ ୧୫ କିମି ବେଗରେ ଗତି କରୁଛି ଏହି ବାତ୍ୟା ଦାନା ।
ଏହା ବର୍ତ୍ତମାନ ପାରାଦୀପର ଦକ୍ଷିଣପୂର୍ବକୁ ୨୮୦ କିମି ଦୂରରେ ରହିଛି ବୋଲି ସୂଚନା କରାଯାଉଛି । ଏହା ସହିତ ଧାମରାର ଦକ୍ଷିଣ ଦକ୍ଷିଣ-ପୂର୍ବର ୩୧୦ କିମି ଦୂରରେ ବାତ୍ୟା ରହିଛି । ସେହିପରି ସାଗର ଦୀପର ଦକ୍ଷିଣପୂର୍ବର ୪୨୦ କିମି ଦୂରରେ ରହିଛି ଦାନା । ତେବେ ବାତ୍ୟା 'ଦାନା'କୁ ନେଇ ସଚେତନ ରୁହନ୍ତୁ ଭଞଭୀତ ହୁଅନ୍ତୁନାହିଁ ବୋଲି ସରକାରଙ୍କ ପକ୍ଷରୁ ଆଶ୍ୱାସନା ଦିଆଯାଉଛି।
ଅଧିକ ପଢ଼ନ୍ତୁ ଓଡିଶା ଖବର: