ସକାଳ ୭ଟାରୁ ସଂଧ୍ୟା 5ଟା ଯାଏଁ ଚାଲିବ ମତଦାନ । କେତେକ ସ୍ଥାନରେ ସଂଧ୍ୟା ୬ଟା ଯାଏଁ ଚାଲିବ ଭୋଟିଂ । ସେପଟେ ୮୮ ଆସନରେ ୧୨୦୨ ପ୍ରାର୍ଥୀ ପ୍ରତିଦ୍ବନ୍ଦ୍ବିତା କରୁଛନ୍ତି । ଦ୍ୱିତୀୟ ପର୍ଯ୍ୟାୟରେ ମୋଟ୍ ୧୫.୮୮ କୋଟି ଭୋଟର୍ ରହିଛନ୍ତି ଯେଉଁମାନଙ୍କ ମଧ୍ୟରେ ରହିଛନ୍ତି ୮.୦୮ କୋଟି ପୁରୁଷ ଓ ୭.୮ କୋଟି ମହିଳା । ପାଖାପାଖି ୩୪ ଲକ୍ଷ ୮୦ ହଜାର ନୂଆ ଭୋଟର୍ ପ୍ରଥମ ପର୍ଯ୍ୟାୟରେ ମତଦାନ କରିବେ । ସେପଟେ ନିର୍ବାଚନକୁ ସୁରକ୍ଷିତ ଭାବେ ଓ ସୁଚାରୁରୂପେ ସମ୍ପାଦିତ କରିବା ପାଇଁ ନିର୍ବାଚନ କମିଶନଙ୍କ ପକ୍ଷରୁ ସମସ୍ତ ପ୍ରକାର ବନ୍ଦୋବସ୍ତ ମଧ୍ୟ କରାଯାଇଛି । ଲକ୍ଷେ ୬୭ ହଜାର ପୋଲିଂ ବୁଥରେ ନିର୍ବାଚନ ପରିଚାଳନା ପାଇଁ ୧୬ ଲକ୍ଷରୁ ଅଧିକ କର୍ମଚାରୀଙ୍କୁ ନିୟୋଜିତ କରାଯାଇଛି । 50 ପ୍ରତିଶତ ବୁଥରେ ୱେବକାଷ୍ଟିଂର ବ୍ୟବସ୍ଥା ହୋଇଥିବା ବେଳେ ୪ ହଜାର ୧୦୦ ବୁଥରେ କେବଳ ମହିଳାମାନଙ୍କୁ ମୁତୟନ କରାଯାଇଛି । ସେହିପରି ୬୪୦ ମତଦାନ କେନ୍ଦ୍ରରେ ଦିବ୍ୟାଙ୍ଗମାନେ ନିର୍ବାଚନ ପରିଚାଳନା କରିବେ ।
ଅଧିକ ପଢ଼ନ୍ତୁ ନିର୍ବାଚନୀ ଖବର: