ଅଧିକ ପଢନ୍ତୁ : ଚନ୍ଦ୍ରର ଦକ୍ଷିଣ ମେରୁରେ ପୁଣି ଥରେ ହେବାକୁ ଯାଉଛି ସକାଳ
ସୂର୍ଯ୍ୟଙ୍କଠାରୁ ଶକ୍ତି ଆହରଣ କରି ପୁଣି ବିକ୍ରମ ଓ ପ୍ରଜ୍ଞାନ ସକ୍ରିୟ ହେବେ ବୋଲି ଆଶା କରାଯାଉଛି । ଯଦି କୌଣସି କାରଣରୁ ଏହା ସମ୍ଭବ ନ ହୁଏ, ତେବେ ବିକ୍ରମ ଓ ପ୍ରଜ୍ଞାନ ସବୁଦିନ ପାଇଁ ଚନ୍ଦ୍ରପୃଷ୍ଠରେ ଭାରତର ‘ମହାକାଶ ଦୂତ’ ଭାବେ ପଡିରହିବେ ବୋଲି ଇସ୍ରୋ ପକ୍ଷରୁ କୁହାଯାଇଛି । ଅଗଷ୍ଟ ୨୩ ସନ୍ଧ୍ୟାରେ ଚନ୍ଦ୍ରଯାନ-୩ ସଫଳତାର ସହ ଚନ୍ଦ୍ରର ଦକ୍ଷିଣ ମେରୁରେ ଅବତରଣ କରି ଇତିହାସ ରଚିଥିଲା । ଅବତରଣର କିଛି ଘଣ୍ଟା ପରେ ବିକ୍ରମରୁ ଅଲଗା ହୋଇ ପ୍ରଜ୍ଞାନ ଚନ୍ଦ୍ରପୃଷ୍ଠରେ ବିଚରଣ କରିବା ସହ ଇସ୍ରୋକୁ ବିଭିନ୍ନ ପ୍ରକାର ତଥ୍ୟ ଓ ଫଟୋ ପଠାଇଥିଲା ।
ଉଭୟ ଲ୍ୟାଣ୍ଡର ଓ ରୋଭର ସୂର୍ଯ୍ୟଙ୍କ କିରଣରୁ ଶକ୍ତି ସଂଗ୍ରହ କରି କାର୍ଯ୍ୟ ସମ୍ପାଦନ କରୁଥିଲେ । ତେବେ ଚନ୍ଦ୍ରରେ ରାତି ହେବା ଫଳରେ ସେପ୍ଟେମ୍ବର ୪ରେ ଉଭୟ ବିକ୍ରମ ଓ ପ୍ରଜ୍ଞାନକୁ ଇସ୍ରୋ ପକ୍ଷରୁ ସ୍ଲିପ୍ ମୋଡ୍ରେ ରଖାଯାଇଥିଲା । ଏହି ୧୪ ଦିନ ଚନ୍ଦ୍ରର ଦକ୍ଷିଣ ମେରୁରେ ତାପମାତ୍ରା ମାଇନସ୍ ୨୫୦ ଡିଗ୍ରୀ ଥିବା ବେଳେ ବିକ୍ରମ ଓ ପ୍ରଜ୍ଞାନ ପୁନଃ କାର୍ଯ୍ୟ କରିବା ଏତେଟା ସହଜ ନୁହେଁ । ତେବେ ଯଦି ଇସ୍ରୋ ଲ୍ୟାଣ୍ଡର ଓ ରୋଭରକୁ ସକ୍ରିୟ କରିବାରେ ସଫଳ ହୁଏ ତେବେ ଏହା ଭାରତ ପାଇଁ ବଡ଼ ସଫଳତା ହେବ ।