ବିଭାଗ କହିଛି ଯେ, ଅସ୍ଥାୟୀ ନିଯୁକ୍ତି ସହ ଜଡିତ କେନ୍ଦ୍ରୀୟ ସିଭିଲ ସର୍ଭିସ ନିୟମ ଉଲ୍ଲଂଘନ କରିଥିବାରୁ ତାଙ୍କ ବିରୁଦ୍ଧରେ ଏହି କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ପ୍ରକାଶ ଥାଉ କି, ବିଭବ କୁମାର ୨୦୦୭ ମସିହାରେ ଏକ ପୁଲିସ କେସରେ ସମ୍ମୁଖୀନ ହୋଇଥିଲେ। ସେତେବେଳେ ସେ ଜଣେ ସରକାରୀ କର୍ମଚାରୀଙ୍କୁ ଆକ୍ରମଣ କରିଥିବା ଅଭିଯୋଗ ହୋଇଥିଲା। କେଜ୍ରିୱାଲଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତି ସମୟରେ ତାଙ୍କ ବିରୁଦ୍ଧରେ ଥିବା ମାମଲା ବାବଦରେ ସୂଚନା ଦିଆଯାଇନଥିଲା। ଏହା ନିୟମର ଉଲ୍ଲଙ୍ଘନ ବୋଲି ଭିଜିଲାନ୍ସ କହିଛି।
ଅଧିକ ପଢନ୍ତୁ ଭାରତ ଖବର