ଅର୍ଗସ ବ୍ୟୁରୋ:ଦୀର୍ଘ ୧୦ ବର୍ଷ ପରେଭୋଟ୍ ଦେଉଛି ଜମ୍ମୁ କାଶ୍ମୀର। ପ୍ରଥମ ପର୍ଯ୍ୟାୟରେ ୨୪ଟି ବିଧାନସଭା ଆସନରେ ଚାଲିଛି ଭୋଟିଂ। ଭାଗ୍ୟ ନିର୍ଦ୍ଦାରଣ କରିବେ ୨୩ ଲକ୍ଷ ଭୋଟର। ୨୯୨ ପ୍ରାର୍ଥୀଙ୍କରହେଉଛି ଭାଗ୍ୟ ପରୀକ୍ଷା,ଏଥିରେ କେବଳ ୯୦ ଜଣ ସ୍ବାଧୀନ ପ୍ରାର୍ଥୀ ରହିଛନ୍ତି । ଭୋଟ୍ ଗ୍ରହଣ ହେବାକୁ ଥିବା ୨୪ଟି ଆସନ ମଧ୍ୟରୁ ୮ଟି ଆସନ ଜମ୍ମୁ ଅଞ୍ଚଳର ୩ଟି ଜିଲ୍ଲାରେ ଥିବାବେଳେ ୧୬ଟି ଆସନ କଶ୍ମୀରର ୪ଟି ଜିଲ୍ଲାରେ ଅବସ୍ଥିତ। ପ୍ରଥମ ପର୍ଯ୍ୟାୟରେ ମୋଟ୍ ୨୩,୨୭,୫୮୦ ଜଣ ଭୋଟର ଅଛନ୍ତି। ସେମାନଙ୍କ ମଧ୍ୟରେ ୧୧,୭୬,୪୬୨ ପୁରୁଷ,୧୧,୫୧,୦୫୮ ଜଣ ମହିଳା ଭୋଟର ଏବଂ ୬୦ ଜଣ ତୃତୀୟ ଲିଙ୍ଗୀ ଭୋଟର ରହିଛନ୍ତି । ନିର୍ବାଚନ କମିସନ୍ ଭୋଟ୍ ଗ୍ରହଣ ପାଇଁ ୩୨୭୬ ବୁଥ୍ ବ୍ୟବସ୍ଥା କରିଛନ୍ତି। ଅକ୍ଟୋବର ୪ ତାରିଖରେ ପ୍ରକାଶ ପାଇବ ରେଜଲ୍ଟ
ଭଦ୍ରକ: ଭଦ୍ରକ ଜିଲ୍ଲା ଧୂଷୁରୀ ଥାନା ବୟାଙ୍ଗଡିହି ପଞ୍ଚାୟତ ଗୁଡୁପୋଖରୀ ବଜାରରେ ସଂଖ୍ୟାଲଘୁ ସମ୍ପ୍ରଦାୟର ପତାକା ଉପୁଡାକୁ ନେଇ ଉତ୍ତେଜନା । ଯାହାକୁ ନେଇ ୪ ଜଣ ଆହତ ହୋଇଥିବାବଳେ ଜଣେ ଗୁରୁତର ହୋଇଛନ୍ତି । ଭଦ୍ରକ ଜିଲ୍ଲା ଚିକିତ୍ସାଳୟରେ ଭର୍ତ୍ତି ହୋଇ ଚିକିତ୍ସିତ ହେଇଥିବାବେଳେ ଜଣେ ଚିକିତ୍ସା ପାଇଁ କଟଟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ ହୋଇଥିବା ସୂଚନା ମିଳିଛି । ଘଟଣାସ୍ଥଳରେ ଚାପା ଉତ୍ତେଜନା ଲାଗି ରହିଥିବାବେଳେ ଧୂଷୁରୀ ଓ ଧାମନଗର ପୋଲିସ ପହଞ୍ଚି ବୁଝାସୁଝା କରିବା ସହ ତଦନ୍ତ ଆରମ୍ଭ ହୋଇଛି ।
ସେପଟେ ଉକ୍ତ ବଜାରରେ ଗୋଷ୍ଠୀ ସଂଘର୍ଷକୁ ନେଇ BNSS ର ୧୬୩ ଧାରା ଲାଗୁ ହୋଇଛି । ଭଦ୍ରକ ଉପଜିଲ୍ଲାପାଳ ମନୋଜ ପାତ୍ରଙ୍କ ନିର୍ଦ୍ଦେଶରେ ୧୬୩ ଧାରା ଲାଗୁ ହୋଇଛି । ୧୯ ତାରିଖ ଅପରାହ୍ନ ୨ ଟା ଠାରୁ ୨୧ ସକାଳ ୧୦ ଟା ପର୍ଯ୍ୟନ୍ତ ବଳବତ୍ତର ରହିବ କର୍ଫ୍ୟୁ । ଏହି ସମୟରେ ଗୁଡୁପୋଖରୀର ଅଞ୍ଚଳରେ ଏକତ୍ରିତ ନହେବାକୁ ନିର୍ଦ୍ଦେଶ ଦିଆଯାଇଛି ।
ଆହୁରି ପଢନ୍ତୁ ଓଡିଶା ଖବର...
ଭୁବନେଶ୍ୱର: ଟ୍ରପଲାଇନ ପ୍ରଭାବରେ ରାଜ୍ୟରେ ହାଲୁକରୁ ମଧ୍ୟମ ବର୍ଷା ଜାରି ରହିଥିବା ବେଳେ ପୁଣି ୨୨ ତାରିଖରୁ ବଢିବ ବର୍ଷାର ପରିମାଣ। ଆଗାମୀ ୨ ଦିନ ଯାଏଁ ରାଜ୍ୟରେ ବିଶେଷ କିଛି ବର୍ଷା ନାହିଁ । କିଛି କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ୨୨ ଏବଂ ୨୩ ତାରିଖରେ ବର୍ଷାର ପରିମାଣ ବଢିବାର ସମ୍ଭାବନା ରହିଛି। ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ରହିବ ସହିତ କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
୨୨ ତାରିଖ ଦିନ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଅନୁଗୁଳ, ଢେଙ୍କାନାଳ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା ଏବଂ ଖୋର୍ଦ୍ଧା ଜିଲ୍ଲାରେ । ଉପକୂଳବର୍ତ୍ତୀ ଜିଲ୍ଲାମାନଙ୍କରେ ଘଡ଼ଘଡ଼ି ବିଜୁଳି ସହ ବର୍ଷା ହେବାର ସମ୍ଭାବନା ରହିଛି। ତା ସହିତ ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ବିଜୁଳି ହେବାର ସମ୍ଭାବନା ରହିଛି। ୨୩ ତାରିଖ ଦିନ ବି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ବିଜୁଳି ହେବାର ସମ୍ଭାବନା ରହିଛି। ଉପକୂଳ ଜିଲ୍ଲା ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର ଗୋଟେ ଦୁଇଟି ଜିଲ୍ଲାମାନଙ୍କ ବର୍ଷା ହେବାର ସମ୍ଭାବନା ରହିଛି। ପ୍ରବଳ ବର୍ଷା ହେବା ଗଞ୍ଜାମ, ଗଜପତି, କନ୍ଧମାଳ, ନୟାଗଡ଼ ଏବଂ ଖୋର୍ଦ୍ଧା ଜିଲ୍ଲାରେ । ଏବେ ଯାଏଁ କିଛି ପୂର୍ବାନୁମାନ ନାହିଁ । ୨୪ ୨୫ ତାରିଖରେ ବି ବର୍ଷା ରହିବ ।
ଅଧିକ ପଢନ୍ତୁ ଓଡ଼ିଶା ଖବର