ନାରୀଶକ୍ତି ବନ୍ଦନ ବିଧେୟକ କାର୍ଯ୍ୟକାରୀ ହେଲେ ଲୋକସଭା ସମେତ ସବୁ ରାଜ୍ୟ ବିଧାନସଭାରେ ମହିଳାଙ୍କ ପାଇଁ 33 ପ୍ରତିଶତ ଆସନ ସଂରକ୍ଷିତ ରହିବ । ଅର୍ଥାତ ଲୋକସଭାରେ 543 ଆସନ ଆସନ ମଧ୍ୟରୁ 181ଟି ଆସନ ମହିଳାଙ୍କ ପାଇଁ ସଂରକ୍ଷିତ ରହିବ । ସେହିପରି ଓଡ଼ିଶା ବିଧାନସଭାର 147 ଆସନ ମଧ୍ୟରୁ 49ଟି ଆସନ ରିଜର୍ଭ ରହିବ ମହିଳାଙ୍କ ପାଇଁ । ତେବେ ରାଜ୍ୟସଭା କିମ୍ବା ବିଧାନ ପରିଷଦ କ୍ଷେତ୍ରରେ ଏହା ଲାଗୁ ହେବ ନାହିଁ । ସେହିପରି ଏସସି ଏସଟି ମହିଳାଙ୍କ ପାଇଁ ବିଲରେ ଅଲଗା ସଂରକ୍ଷଣ ବ୍ୟବସ୍ଥା ନାହିଁ । ବର୍ତ୍ତମାନ ଏସସି ଏସଟି ବର୍ଗଙ୍କ ପାଇଁ ଥିବା ସଂରକ୍ଷିତ ଆସନ ମଧ୍ୟରୁ 33 ପ୍ରତିଶତ ସେହି ବର୍ଗର ମହିଳାଙ୍କ ପାଇଁ ସଂରକ୍ଷିତ ରହିବ ।
ଅଧିକ ପଢ଼ନ୍ତୁ ଦେଶ ଖବର: