ଇମ୍ଫାଲରେ ମୁଖ୍ୟମନ୍ତ୍ରୀଙ୍କ ସଚିବାଳୟରେ ହିଂସା ପ୍ରସଙ୍ଗରେ ବିସ୍ତୃତ ଆଲୋଚନା ହୋଇଥିଲା । ଶାହ ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ମଧ୍ୟ ଏକ ସର୍ବଦଳୀୟ ବୈଠକ କରିବା ସହ ବିଭିନ୍ତ ଅନୁଷ୍ଠାନର ପ୍ରତିନିଧିଙ୍କୁ ଭେଟିଛନ୍ତି । ମୁଖ୍ୟମନ୍ତ୍ରୀ, ଗୁଇନ୍ଦା ଏବଂ ସୁରକ୍ଷା ଅଧିକାରୀଙ୍କ ସହ ଆଲୋଚନା ପରେ ଶାହ କହିଛନ୍ତି ଯେ ଶାନ୍ତି ଫେରିବା ପ୍ରକ୍ରିୟା ତ୍ବରାନ୍ବିତ କରିବାକୁ ଅନେକ ପଦକ୍ଷେପ ଗ୍ରହଣ କରାଯାଇଛି ।
ଅଧିକ ପଢନ୍ତୁ ଭାରତ ଖବର
ଏହାରି ଭିତରେ ଉଭୟ କେନ୍ଦ୍ର ଏବଂ ମଣିପୁର ସରକାର ରାଜ୍ୟରେ ହିଂସା ଯୋଗୁଁ ଜୀବନ ହରାଇଥିବା ଲୋକଙ୍କ ପରିବାର ସଦସ୍ୟଙ୍କ ପାଇଁ ୧୦ ଲକ୍ଷ ଟଙ୍କା ଲେଖାଏଁ କ୍ଷତିପୂରଣ ଘୋଷଣା କରିଛନ୍ତି। ମୃତକଙ୍କ ପରିବାରରୁ ଜଣଙ୍କୁ ସରକାରୀ ଚାକିରି ମିଳିବ ବୋଲି ଘୋଷଣା କରାଯାଇଛି।