ଅର୍ଗସ ବ୍ୟୁରୋ : ଆସନ୍ତାକାଲି ସମସ୍ତ ରାଜ୍ୟ ପରିବେଶ ମନ୍ତ୍ରୀ ସମ୍ମିଳନୀକୁ ଉଦ୍ଘାଟନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । କେନ୍ଦ୍ର ଓ ରାଜ୍ୟ ମଧ୍ୟରେ ପରିବେଶ ନୀତି ନିର୍ଦ୍ଧାରଣ କ୍ଷେତ୍ରରେ ସୁସମନ୍ବୟ ରକ୍ଷା ଉଦ୍ଦେଶ୍ୟରେ ଏହି ସମ୍ମିଳନୀ କରାଯାଉଛି । ପରିବେଶ ପାଇଁ ଜୀବନଶୈଳୀ, ଜଳବାୟୁ ପରିବର୍ତ୍ତନ, ପ୍ଲାଷ୍ଟିକ ବର୍ଜ୍ୟ ପରିଚାଳନା, ବନ୍ୟଜନ୍ତୁ ଓ ଜଙ୍ଗଲ ପରିଚାଳନା ନେଇ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମଧ୍ୟରେ ଅଧିକ ସମନ୍ବୟ ରକ୍ଷା ଦିଗରେ ସମ୍ମିଳନୀରେ ଗୁରୁତ୍ବ ଦିଆଯିବ ।
ଅନୁର୍ବର ଜମିର ପୁନରୁଦ୍ଧାର ଓ ବନ୍ୟପ୍ରାଣୀ ସଂରକ୍ଷଣ ଉପରେ ସ୍ବତନ୍ତ୍ର ଧ୍ୟାନ ଦେଇ ଜଙ୍ଗଲ ସୀମା ବୃଦ୍ଧି ନେଇ ମଧ୍ୟ ସମ୍ମିଳନୀରେ ଗୁରୁତ୍ବଆରୋପ କରାଯିବ। ୨୩ ଓ ୨୪ ସେପ୍ଟେମ୍ବରରେ ଆୟୋଜିତ ହେବାକୁ ଥିବା ଏହି ଦୁଇଦିନିଆ ସମ୍ମିଳନୀରେ ଛଅଟି ଅଧିବେଶନ ରହିଛି । ଉଦ୍ଘାଟନ ଅବସରରେ ଦେଶବାସୀଙ୍କୁ ଉଦ୍ବୋଧନ ଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।
ଭାରତ ଖବର ଆହୁରି ପଢ଼ନ୍ତୁ ।