ଏହି ଏମଓୟୁ ଦ୍ୱାରା ଉତ୍ତରପ୍ରଦେଶର ବାରଣାସୀ ଠାରେ ସ୍କିଲ ଇଣ୍ଡିଆ ଇଂଟରନ୍ୟାସନାଲ ସେଂଟରକୁ ବିକଶିତ କରାଯିବ । ବିଦେଶରେ ରୋଜଗାର ପାଇଁ ଇଚ୍ଛୁକ ଥିବା ଦେଶର ଯୁବବର୍ଗଙ୍କ ଲଜିଷ୍ଟିକ୍, ବନ୍ଦର ପରିଚାଳନା ଓ ସମତୁଲ୍ୟ କ୍ଷେତ୍ରରେ ଦକ୍ଷତା ବିକାଶ ପାଇଁ ପ୍ରଶିକ୍ଷଣ ଦିଆଯିବ । ଏଠାରେ ଅନ୍ତରାଷ୍ଟ୍ରୀୟ ସ୍ତରର ଦକ୍ଷତା ପ୍ରଦାନ କରିବା ସହ ବିଶ୍ୱ ବଜାର ପାଇଁ ଛାତ୍ରଛାତ୍ରୀଙ୍କୁ ପ୍ରସ୍ତୁତ କରାଯିବା ନେଇ ଏହି ବଝାମଣା ପତ୍ର ସ୍ୱାକ୍ଷରିତ ହୋଇଯାଇଛି ।
କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ କହିଛନ୍ତି ଯେ ଉପସାଗରୀୟ ଦେଶ ଓ ବିଶ୍ୱର ଅନ୍ୟ ଦେଶ ଗୁଡ଼ିକ ସହ ଭାରତ ଏକ ସହଯୋଗୀ ରାଷ୍ଟ୍ର ହୋଇପାରିଛି । ସରକାର ଦେଶର ଯୁବକଙ୍କ ଆକାଂକ୍ଷାକୁ ପୂରଣ କରିବା ଦିଗରେ କାର୍ଯ୍ୟ କରୁଛନ୍ତି ଏବଂ ଭବିଷ୍ୟତ କାର୍ଯ୍ୟ ପାଇଁ ମଧ୍ୟ ପ୍ରସ୍ତୁତ କରୁଛି । ସରକାର ଦକ୍ଷ ଓ ନିର୍ଭରଯୋଗ୍ୟ ମାନବସମ୍ବଳ ପ୍ରସ୍ତୁତ କରୁଛନ୍ତି । ଦକ୍ଷ ମାନବ ସମ୍ବଳ ପ୍ରସ୍ତୁତ ଦ୍ୱାରା ଦେଶ ଓ ବିଶ୍ୱ ଅର୍ଥନୀତି ଗତିଶୀଳ ହେବ । ଭାରତ ଏବଂ ୟୁଏଇ ମଧ୍ୟରେ ଦୃଢ଼ ସମ୍ପର୍କ ରହିଛି ଏବଂ ଆଜିର ଏହି ଏମଓୟୁ ଅନ୍ୟ ଏକ ସଫଳ ଭାଗିଦାରୀ ହେବ, ଯାହା ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ମଜଭୂତ୍ କରିବ ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତି ।
ଏହି ଏମଓୟୁ ସ୍ୱାକ୍ଷରିତ ପରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନଙ୍କ ଅଧ୍ୟକ୍ଷତାରେ ୟୁଏଇର ଉଦ୍ୟମିତା, କ୍ଷୁଦ୍ର ଏବଂ ମଧ୍ୟମ ଉଦ୍ୟୋଗ ମନ୍ତ୍ରୀ ଡ଼. ଅହିମ୍ମଦ ବେଲହଲ ଅଲଫାଲାସୀ ଓ ୟୁଏଇର ପ୍ରତନିଧି ମଣ୍ଡଳିଙ୍କ ସହ ସହ ଦ୍ୱିପାକ୍ଷିକ ଆଲୋଚନା ବୈଠକ ଅନୁଷ୍ଠିତ ହୋଇଥିଲା । ଦକ୍ଷତା ବିକାଶ ଏବଂ ଉଦ୍ୟମିତା କ୍ଷେତ୍ରରେ ଭାରତ ଓ ୟୁଏଇର ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ସୁଦୃଢ଼ କରିବା ସହ ଭାରତ-ୟୁଏଇ ସଇପିଏକୁ ଆହୁରି ଶିଖରକୁ ନେବା ଦିଗରେ ବୈଠକରେ ଆଲୋଚନା ହୋଇଥିଲା ।
ଉଲ୍ଲେଖନୀୟ ଯେ, ଏନଏସଡ଼ିସି ଇଂଟରନ୍ୟାସନାଲର ନିର୍ଦ୍ଦେଶକ ଭେଦମଣି ତ୍ରିପାଠୀ ଓ ଡ଼ିପି ୱାର୍ଲଡର ସଭାପତି ତଥା ଏଚପିପିଏଲର ନିର୍ଦ୍ଦେଶକ ମହମ୍ମଦ ଅଲ୍ ମୁଲେମଙ୍କ ମଧ୍ୟରେ ଏମଓୟୁକୁ ପାରସ୍ପରିକ ହସ୍ତାନ୍ତର କରିଥିଲେ । ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ଶିକ୍ଷା ରାଷ୍ଟ୍ର ମନ୍ତ୍ରୀ ରାଜୀବ ଚନ୍ଦ୍ରଶେଖର, ୟୁଏଇ ମନ୍ତ୍ରୀ ଡ଼. ଅହିମ୍ମଦ ବେଲହଲ ଅଲଫାଲାସୀ ପ୍ରମୁଖ ଉପସ୍ଥିତ ଥିଲେ ।
ଆହୁରି ଅଧିକ ଭାରତର ଅନ୍ଯାନ୍ଯ ଖବର ପଢନ୍ତୁ…