ନୂଆଦିଲ୍ଲୀ : ଦିଲ୍ଲୀରେ ହୋଇଥିବା ନିର୍ଭୟା କାଣ୍ଡରେ 4 ଅଭିଯୁକ୍ତଙ୍କ ମଧ୍ୟରୁ ଜଣେ ଅଭିଯୁକ୍ତ ଅକ୍ଷୟ ଠାକୁରର ରିଭ୍ୟୁ ପିଟିସନ୍ର ଶୁଣାଣି ସୁପ୍ରମକୋର୍ଟରେ ଆରମ୍ଭ ହେେଇଛି । ପ୍ରଧାନ ବିଚାରପତି ଏସ.ଏ ବୋବଡେ ଏହି ମାମଲାର ଶୁଣାଣି ପାଇଁ ଗଠିତ ହୋଇଥିବା ଖଣ୍ଡପୀଠରୁ ନିଜକୁ ପ୍ରତ୍ୟାହାର କରିନେଇଛନ୍ତି । ଏହାପରେ ଜଷ୍ଟିସ୍ ଭାନୁମତିଙ୍କ ଅଧ୍ୟକ୍ଷତା ଖଣ୍ଡପୀଠରେ ଆଜି ଏହି ମାମଲାର ଶୁଣାଣି ଚାଲିଛି । ବେଞ୍ଚର ଅନ୍ୟ ସଦସ୍ୟ ଜଷ୍ଟିସ୍ ଅଶୋକ ଭୂଷଣ ଓ ଜଷ୍ଟିସ୍ ବୋକନ୍ନା ଏଥିରେ ସାମିଲ ଅଛନ୍ତି । ଫାଶୀ ଦଣ୍ଡ ପାଇଥିବା 4 ଅଭିଯୁକ୍ତଙ୍କ ମଧ୍ୟରୁ ଜଣେ ଅଭିଯୁକ୍ତ ଅକ୍ଷୟ ସର୍ବୋଚ୍ଚ ଅଦାଲତରେ କ୍ଷମା ପିଟିସନ୍ ଦାଖିଲା କରିଥିଲା ।
ସୂଚନାନୁଯାୟୀ,ଏହି ଶୁଣାଣି ଗତକାଲି ହେବାକୁ ଥିଲେ ମଧ୍ୟ ପ୍ରଧାନ ବିଚାରପତି ଜଷ୍ଟିସ ଏସ.ଏ. ବୋବଡ଼େ ଏଥିପାଇଁ ଗଠିତ ବେଞ୍ଚରୁ ନିଜକୁ ପ୍ରତ୍ୟାହାର କରିବା ପରେ ଏକ ନୂଆ ବେଞ୍ଚ ଗଠନ କରାଯାଇଥିଲା ଓ ଶୁଣାଣି ବୁଧବାରକୁ ଘୁଞ୍ଚିଥିଲା । ପ୍ରଧାନ ବିଚାରପତିଙ୍କ ପୁତୁରା ପୂର୍ବରୁ ଏହି ମାମଲାରେ ନିର୍ଭୟାର ପକ୍ଷ ରଖିଥିବାରୁ ମାମଲାର ନିରପେକ୍ଷତା ପାଇଁ ପ୍ରଧାନ ବିଚାରପତି ନିଜକୁ ଏହି ବେଞ୍ଚରୁ ପ୍ରତ୍ୟାହାର କରିନେଇଥିଲେ । ମାମଲାର ଶୁଣାଣି ପାଇଁ ଆଜି ଏକ ତିନିଜଣିଆ ବେଞ୍ଚ ଗଠନ କରାଯାଇଛି । ଏହି ବେଞ୍ଚ୍ରେ ଶୁଣାଣି ଚାଲିଛି ।
ଅର୍ଗସ ବ୍ୟୁରୋ: ରାସ୍ତାକଡ଼ରେ ଛିଡା ହୋଇଥିବା ହାଇୱାକୁ ଧକ୍କା ଦେଲା କାର୍ । ଜଣଙ୍କ ମୃତ୍ୟୁ ହୋଇଥିବାବେଳେ 4 ଜଣ ଗୁରୁତର ହୋଇଛନ୍ତି । ଭଦ୍ରକ ଜିଲ୍ଲା 16 ନଂ ଜାତୀୟ ରାଜପଥ ଭଦ୍ରକ ଗ୍ରାମାଞ୍ଚଳ ଥାନା ଗେଲପୁର ଛକ ନିକଟରେ ଘଟିଛି ଏହି ଦୁର୍ଘଟଣା । ଭଦ୍ରକ ପୁରୁଣା ବଜାର ଅଞ୍ଚଳର କିଛି ଯୁବକ ଦୋବଲ ଅଞ୍ଚଳକୁ ଯାଉଥିବାବେଳେ ଅଘଟଣ ଘଟିଥିଲା ।
ଦୁର୍ଘଟଣାରେ 5 ଜଣ ଗୁରୁତର ହୋଇଥିବା ବେଳେ ସମସ୍ତଙ୍କୁ ବିଳମ୍ବିତ ରାତିରେ ଭଦ୍ରକ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ପରେ ଦୁଇ ଜଣଙ୍କର ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ କଟକ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ସେଥିମଧ୍ୟରୁ ଅଧା ରାସ୍ତାରେ ଜଣଙ୍କର ମୃତ୍ୟୁ ହୋଇଥିଲା ।
ଅଧିକ ପଢ଼ନ୍ତୁ ଓଡିଶା ଖବର:
ଅର୍ଗସ ବ୍ୟୁରୋ: ଦୁଇ ଟ୍ରକ ମୁହାଁମୁହିଁ ଧକ୍କା। ଜଣେ ମୃତ ଜଣେ ଗୁରୁତର। ଜମନକିରା ଥାନା ୫୩ନଂ ଜାତୀୟ ରାଜପଥ ଚିମିମହୁଲରେ ମର୍ମନ୍ତୁଦ ସଡକ ଦୁର୍ଘଟଣା। ସିମେଣ୍ଟ ବୋଝେଇ ଟ୍ରକ ଓ କଣ୍ଟେନର ମଧ୍ୟରେ ମଧ୍ୟରେ ମୁହାମୁହିଁ ଧକ୍କା । କଣ୍ଟେନର ଗାଡିର ଡ୍ରାଇଭରଙ୍କ ମୃତ୍ୟୁ ହୋଇଥିବା ବେଳେ ସିମେଣ୍ଟ ବୋଝେଇ ଟ୍ରକ ଡ୍ରାଇଭରକୁ ଗୁରୁତର ଅବସ୍ଥାରେ ବୁର୍ଲା ଡାକ୍ତର ଖାନାକୁ ସ୍ଥାନାନ୍ତର କରାଯାଇଛି।
ଅଧିକ ପଢ଼ନ୍ତୁ ଓଡିଶା ଖବର:
ନୟାଗଡ: ନୟାଗଡ ଜିଲ୍ଲା ରଣପୁର ଅଂଚଳରେ ଦିନକୁ ଦିନ ନିଶା କାରବାର ବଢୁଥିବା ବେଳେ ଏବେ ଆକ୍ସନ ମୋଡ଼୍ ରେ ରଣପୁର ଅବକାରୀ ବିଭାଗ । ବିଶେଷ ସୂତ୍ରରୁ ଖବର ପାଇ ରଣପୁର ଅବକାରୀ ଥାନା ଓଏସଆଇ ସୁବାଷ ସେଠୀଙ୍କ ନେତୃତ୍ୱରେ ଏକ ଟିମ୍ ରଣପୁର ବ୍ଲକର ନର୍ସିଙ୍ଗପୁର ଓ ଅମ୍ବାଝରରେ ଚଢ଼ାଉ କରିଥିଲା । ବିପୁଳ ପରିମାଣରେ ମଦ ତିଆରି ସାମଗ୍ରୀ , 135 ଲିଟର ଦେଶୀ ମଦ ଓ ଗୋଟିଏ ବାଇକ ଜବତ କରିବା ସହ 3 ଜଣଙ୍କୁ ଗିରଫ କରିଛି ଅବକାରୀ ପୋଲିସ ।
ଅଭିଯୁକ୍ତମାନେ ହେଲେ ଆମ୍ବାଝର ଗ୍ରାମର ଶରତ ଶ୍ରୀଚନ୍ଦନ ଓ ରାକେଶ ଶ୍ରୀଚନ୍ଦନ, ନର୍ସିଙ୍ଗପୁର ଗ୍ରାମର ଚିତ୍ତରଞ୍ଜନ ସାହୁ । ତେବେ ଜବତ ମଦ ଓ ମଦ ତିଆରି ସାମଗ୍ରୀର ଆନୁମାନିକ ମୂଲ୍ୟ ଏକ ଲକ୍ଷ ଟଙ୍କାରୁ ଅଧିକ ହେବ ବୋଲି ଅବକାରୀ ଥାନା ପକ୍ଷରୁ ସୂଚନା ଦିଆଯାଇଛି ।
ଆହୁରି ପଢନ୍ତୁ ଅପରାଧ ଖବର...