ଶ୍ରୀନଗର: ଗତ କିଛି ଦିନ ଧରି ଅଶାନ୍ତ ହୋଇପଡିଛି କାଶ୍ମୀର । କିଛି ଦିନ ତଳେ ପହଁଚିଥିବା ୩୫ ହଜାର ଅତିରିକ୍ତ ସୁରକ୍ଷାବଳ ଜମ୍ମୁ-କାଶ୍ମୀରକୁ ନିଜ ସୁରକ୍ଷା ଛାଉଁଣୀରେ ଘୋଡାଇ ରଖିଛନ୍ତି । ରାଜ୍ୟର ଠାଏଁ ଠାଏଁ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି । ରାଜ୍ୟ ଭିତରକୁ ଆସୁଥିବା ଏବଂ ଯାଉଥିବା ପ୍ରତିଟି ଲୋକ ଏବଂ ଗାଡିକୁ ତିନ୍ନତିନ୍ନ କରି ଚେକ୍ କରାଯାଉଛି । ଶ୍ରୀନଗର ଏବେ ସୁରକ୍ଷା ଛାଉଣୀରେ ରହିଛି । ପାଦେ ପାଦେ ହାତରେ ବନ୍ଧୁକ ଧରି ସୁରକ୍ଷା ଦାୟିତ୍ୱରେ ଥିବା ଯବାନମାନଙ୍କୁ ଦେଖାଯାଉଛି । ଡଲ୍ ର ଗଳି ଏବେ ଶୂନଶାନ୍ ହୋଇପଡିଛି ।
ତେବେ ଧାରା ୧୪୪ ଅନୁଯାୟୀ ଶ୍ରୀନଗର ଜିଲ୍ଲାରେ ୨୦୧୯ ଅଗଷ୍ଟ ୫ ତାରିଖ ରାତି ୧୨ଟାରୁ ସରକାର କଟକଣା ଜାରି କରିଛନ୍ତି ଯାହା ପରବର୍ତ୍ତୀ ଆଦେଶ ଯାଏଁ ବଳବତ୍ତର ରହିବ।
ଆଦେଶ ଅନୁସାରେ, ସର୍ବସାଧାରଣ ଚଳାଚଳ କରିପାରିବେ ନାହିଁ। ସବୁ ଶିକ୍ଷାନୁଷ୍ଠାନ ବନ୍ଦ ରହିବ। ଏହି ଆଦେଶ ଲାଗୁ ହୋଇଥିବା ସମୟରେ ସର୍ବସାଧାରଣ ସଭା ଏବଂ ପଟୁଆର ସମ୍ପୂର୍ଣ୍ଣ ନିଷିଦ୍ଧ। ଆବଶ୍ୟକ ସେବା ଯୋଗାଉ ଥିବା କର୍ମଚାରୀଙ୍କ ଚଳପ୍ରଚଳ ପାଇଁ ପରିଚୟ ପତ୍ରକୁ ପାସ୍ ରୂପେ ବ୍ୟବହାର କରାଯିବ। କଂଗ୍ରେସ ନେତା ଉସ୍ମାନ ମଜିଦ ଏବଂ ଭାରତୀୟ ମାର୍କସିଷ୍ଟ୍ କମ୍ୟୁନିଷ୍ଟ୍ ପାର୍ଟିର ବିଧାୟକ ଏମ୍ଓ୍ଵାଇ ତାରିଗାମିଙ୍କୁ ଗିରଫ କରାଯାଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ଓମାର ଅବ୍ଦୁଲ୍ଲା ଏବଂ ମେହେବୁବା ମୁଫ୍ତିଙ୍କୁ ଗୃହବନ୍ଦୀ ରଖାଯାଇଛି ବୋଲି ପୁଲିସ ସୂତ୍ରରୁ ପ୍ରକାଶ।
ବିଭିନ୍ନ ଅଞ୍ଚଳରେ ବହୁସଂଖ୍ୟକ ସ୍ଥାନୀୟ ପୁଲିସ ଏବଂ ପାରାମିଲିଟାରି ଫୋର୍ସଙ୍କୁ ମୁତୟନ କରାଯାଇଛି। ବଡ଼ି ଭୋର୍ରୁ ପୁଲିସ ଡାକବାଜି ଯନ୍ତ୍ର ଯୋଗେ ସତର୍କ ସୂଚନା ଘୋଷଣା କରି ଚାଲିଛନ୍ତି। ସୋମବାର ଦିନ ଉପତ୍ୟକାରେ ଥିବା ସମସ୍ତ ବିଶ୍ୱବିଦ୍ୟାଳୟର ପାଠପଢ଼ା ଏବଂ ପରୀକ୍ଷା ବାତିଲ କରାଯାଇଛି।
ଅର୍ଗସ ବ୍ୟୁରୋ : ମିଜୋରାମରେ ବଦଳିଲା ସରକାର । ପରାସ୍ତ ହେଲେ ଖୋଦ ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀ । ମଜୋରାମ ବିଧାନସଭା ନିର୍ବାଚନ ପାଇଁ ମତ ଗଣନା ସରିଛି । ଏବଂ ଏହାସହ ଗାଦିଚ୍ୟୁତ ହୋଇଛି ଏମଏନଏଫ୍ । ୪୦ ଆସନ ବିଶିଷ୍ଟ ବିଧାନସଭାର ୨୭ ଟି ଆସନ କବ୍ଜା କରିଛି ଜୋରାମ ପିପୁଲ୍ସ ମୁଭମେଣ୍ଟ । ସବୁଠାରୁ ବଡ଼ କଥା କ୍ଷମତାରେ ଥିବା ଏମଏନଏଫ ୧୧ ଜଣ ମନ୍ତ୍ରୀଙ୍କୁ ଟିକେଟ ମିଳିଥିଲା । ଏମାନଙ୍କ ମଧ୍ୟରୁ ୯ ଜଣ ପରାସ୍ତ ହୋଇଛନ୍ତି । ଏମଏନଏଫକୁ କେବଳ ୧୦ଟି ଆସନ ମିଳିଛି । \
ଅଧିକ ପଢନ୍ତୁ ଭାରତ ଖବର
ରାଜ୍ୟର ମୁଖ୍ୟମନ୍ତ୍ରୀ ତଥା ଏମଏନଏଫର ମୁଖିଆ ଜୋରମଥାଂଗା ନିଜ ସିଟ ମଧ୍ୟ ବଞ୍ଚାଇ ପାରି ନାହାନ୍ତି । ଆଇଜୋଲ ଆସନରୁ ZPMର ଲାଲଥାନସାଂଗାଙ୍କ ଠାରୁ ୨,୧୦୧ ଭୋଟରେ ପରାସ୍ତ ହୋଇଛନ୍ତି ଜୋରାମଥାଂଗା । ଲାଲଥାନସାଂଗାଙ୍କୁ ୧୦,୭୨୭ ଖଣ୍ଡ ଭୋଟ ମିଳିଥିବା ବେଳେ ଜୋରାମଥାଂଗାଙ୍କୁ ୮୬୨୬ ଖଣ୍ଡ ଭୋଟ ମିଳିଛି । ରାଜ୍ୟର ଉପମୁଖ୍ୟମନ୍ତ୍ରୀ ମଧ୍ୟ ପରାଜିତ ହୋଇଛନ୍ତି ।
ସେହିପରି ରାଜ୍ୟର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ୧୩୫ ଖଣ୍ଡ ଭୋଟରେ ପରାସ୍ତ ହୋଇଛନ୍ତି । ରାଜ୍ୟରେ ବିଜେପିକୁ ୨ଟି ଏବଂ କଂଗ୍ରେସକୁ ଗୋଟିଏ ଆସନ ମିଳିଛି । ତେବେ ZPM କ୍ଷମତା ଦଖଲ କରିଥିବାରୁ ଲାଲଦୁହୋମା ମୁଖ୍ୟମନ୍ତ୍ରୀ ହେବେ । ସେ ସେରଚ୍ଚିପ ଆସନରୁ ବିଜୀ ହୋଇଛନ୍ତି । ଲାଲଦୁହୋମା ୨୯୮୨ ଖଣ୍ଡ ଭୋଟରେ ଏମଏନଏଫ ପ୍ରାର୍ଥୀଙ୍କୁ ହରାଇଛନ୍ତି । ଲାଲଦୁହୋମା ବିଜୟ ପରେ କହିଛନ୍ତି, ମୁଁ ଆଦୌ ଆଶ୍ଚର୍ଯ୍ୟ ନୁହେଁ । ଏଠାରେ ଏହା ହିଁ ରେଜଲ୍ଟ ହେବାର ଥିଲା । ଏବେ ଲୋକଙ୍କ ସ୍ୱପ୍ନକୁ ପୂରଣ କରାଯିବ ।
ଅର୍ଗସ ବ୍ୟୁରୋ : ରାତି ପାହିଲେ ପଢୁଆଁ ଅଷ୍ଟମୀ । ପଢୁଆଁ ହେବେ ମହାପ୍ରଭୁ । ଏଥିପାଇଁ ଭକ୍ତିମୟ ପରିବେଶରେ ପୁରି ଉଠିଛି ଶ୍ରୀକ୍ଷେତ୍ର । ନିଆଳି ମାଧବାନନ୍ଦ ମନ୍ଦିରରୁ ଆସିଛି ମହାପ୍ରଭୁଙ୍କ ପାଇଁ ପ୍ରଥମାଷ୍ଟମୀ ଭାର । ମାର୍ଗଶୀର ମାସ କୂଷ୍ଣ ପକ୍ଷ ଅଷ୍ଟମୀ ତିଥିରେ କାଳିଆ ଦିଅଁ ହେବେ ପୋଢୁଆଁ । ମହାପ୍ରଭୁ ପିନ୍ଧିବେ ନୂଆ ବସ୍ତ୍ର, ଲାଗି ହେବ ସୂତନ୍ତ୍ର ଭୋଗ । ଯାହା ଶ୍ରୀମନ୍ଦିର ପ୍ରଶାସନକୁ ହସ୍ତାନ୍ତର କରାଯାଇଛି ।
ଯାହାକୁ ନେଇ ପୁରୀ ଶ୍ରୀକ୍ଷେତ୍ରରେ ଏକ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଛି । ତେବେ ଶ୍ରୀମନ୍ଦିର ସତ୍ୟଲିପି ଓ ଇତିହାସରେ ମହାପ୍ରଭୁଙ୍କର ସେଭଳି କିଛି ମାମୁଁ ଘର ନଥିବା କୁହାଯାଉଥିଲେ ମଧ୍ୟ ଶ୍ରଦ୍ଧା ଓ ବିଶ୍ୱାସର ସହିତ ଗତ କିଛିବର୍ଷ ହେଲା ପ୍ରଥମାଅଷ୍ଟମୀ ଭାର ଆସୁଅଛି । ନିଆଳି ମାଧବନନ୍ଦ ଜୀଉ ମନ୍ଦିର ପକ୍ଷରୁ ଶ୍ରୀ ଜଗନ୍ନାଥଙ୍କୁ ମାମୁଁ ଘର ବୋଲି ଦାବୀ କରାଯାଇଛି ।
ଅଧିକ ପଢନ୍ତୁ ଓଡ଼ିଶା ଖବର
ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନିଆଳି ମାଧବ ମନ୍ଦିରରରୁ ଆସିଥିବା ପଢୁଆଁ ବସ୍ତ୍ର ଓ ଭାରକୁ ଦାନ ହିସାବରେ ଗ୍ରହଣ କରାଯାଇଛି । ପ୍ରାଚୀ ନଦୀ ତଟରେ ଥିବା ନିଆଳି ମାଧବ ମନ୍ଦିରରୁ ଭଜନ ଜଣାଣ ଓ ସଂକୀର୍ତ୍ତନ ମାଧ୍ୟମରେ ବିଶାଳ ପଦଯାତ୍ରା ଗୁଣ୍ଡିଚା ମନ୍ଦିର ନିକଟରେ ପହଞ୍ଚବି ପରେ ବଡଦାଣ୍ଡ ଦେଇ ଶ୍ରୀ ମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ପହଞ୍ଚିଥିଲା ।
ଶ୍ରୀ ଜଗନ୍ନାଥଙ୍କ ମାମୁଁ ଘରକୁ ନେଇ ପ୍ରତିବର୍ଷ ଏହି ଭାର ଯୋଗୁଁ ବିଭିନ୍ନ ସମୟରେ ବିବାଦ ଉପୁଜୁଥିବା ବେଳେ, ପ୍ରକୃତ ତଥ୍ୟ ଉନ୍ମୋଚନ ପାଇଁ ଶ୍ରୀ ମନ୍ଦିର ପ୍ରଶାସନ ପକ୍ଷରୁ ପଦକ୍ଷେପ ଗ୍ରହଣ କରିବାକୁ ଦାବୀ ହୋଇଛି । ସେପଟେ ଏହି ବିଷୟରେ ଶ୍ରୀମନ୍ଦିର ପ୍ରଶାସନ ପାଖରେ କୌଣସି ତଥ୍ୟ ନଥିବାବେଳେ ଏହାକୁ ବିଶ୍ଳେଷଣ କରାଯାଇ ଯାହାକିଛି ନିଷ୍ପତ୍ତି ନିଆଯିବ ବୋଲି କହିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ଗୋଟିଏ ପଟେ ଅସ୍ଥା ଓ ବିଶ୍ୱାସ, ଅନ୍ୟପଟେ ପରମ୍ପରା ଓ ଶାସ୍ତ୍ରୀୟ ମତରେ ଛନ୍ଦୀ ହୋଇଛି ମହାପ୍ରଭୁଙ୍କ ପଢୁଆଁ ଅଷ୍ଟମୀ ଭାର ।