ଅର୍ଗସ ପାଳିଲା ଅନ୍ତର୍ଜାତୀୟ ମହିଳା ଦିବସ ..
ଅର୍ଗସ ବ୍ୟୁରୋ: ଆଜି ନୀତି ଆୟୋଗର ଷଷ୍ଠ ପରିଚାଳନା ପରିଷଦ ବୈଠକ । ଭିଡିଓ କନଫରେନ୍ସିଂ ଜରିଆରେ ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ମିଟିଂ । ବୈଠକରେ କୃଷି, ଭିତ୍ତିଭୂମି, ଉତ୍ପାଦନ, ମାନବ ସମ୍ବଳ ବିକାଶ, ସ୍ୱାସ୍ଥ୍ୟ ଆଦି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା ହେବ । ବୈଠକରେ ପ୍ରଧାନମନ୍ତ୍ରୀଙ୍କ ସମେତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ମୁଖ୍ୟମନ୍ତ୍ରୀମାନେ ମଧ୍ୟ ଉପସ୍ଥିତ ରହିବେ ।
ଜମ୍ମୁକଶ୍ମୀରରୁ ଲଦାଖ ଅଲଗା ହେବା ପରେ ପ୍ରଥମ ଥର ନୀତି ଆୟୋଗର ବୈଠକରେ ଯୋଡ଼ିହେବ । ଚଳିତ ଥର ବୈଠକରେ ଅନ୍ୟ କେନ୍ଦ୍ର ଶାସିତ ଅଞ୍ଚଳର ପ୍ରଶାସନିକ ମୁଖ୍ୟଙ୍କୁ ମଧ୍ୟ ନିମନ୍ତ୍ରଣ କରାଯାଇଛି । ବୈଠକରେ ପରିଚାଳନା ପରିଷଦର ପୂର୍ବତନ ଅଧିକାରୀ, ସଦସ୍ୟ, କେନ୍ଦ୍ର ମନ୍ତ୍ରୀଗଣ, ଉପାଧ୍ୟକ୍ଷ, ନୀତି ଆୟୋଗର ସଦସ୍ୟ ତଥା ସିଇଓ ଏବଂ ଭାରତ ସରକାରଙ୍କ ଅନ୍ୟ ବରିଷ୍ଠ ଅଧିକାରୀମାନେ ମଧ୍ୟ ଯୋଗଦେବେ ।