ଦଳ ପାଇଁ ଆହୁରି ଜୋରଦାର କାର୍ଯ୍ୟ କରିବାକୁ ମନ୍ତ୍ର ଦେଇପାରନ୍ତି ପିଏମ୍ ମୋଦି। 224 ସଦସ୍ୟ ବିଶିଷ୍ଟ କର୍ଣ୍ଣାଟକ ବିଧାନସଭା ନିର୍ବାଚନ ମେ 10 ରେ ଅନୁଷ୍ଠିତ ହେବ ଏବଂ ମେ 13ରେ ଫଳାଫଳ ଘୋଷଣା କରାଯିବ।
ଅର୍ଗସ ବ୍ୟୁରୋ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି କର୍ଣ୍ଣାଟକର 50 ହଜାର ବିଜେପି କର୍ମୀଙ୍କ ସହ ଭର୍ଚ୍ୟୁଆଲ ମୋଡରେ ବୈଠକ କରିବେ। ଏହି ବୈଠକରେ 58,112 ବୁଥରୁ କର୍ମୀମାନେ ଯୋଡ଼ିହେବେ। ଏନେଇ ଗଣମାଧ୍ୟକୁ ସୂଚନା ଦେଲେ କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ମନ୍ତ୍ରୀ ଶୋଭା କରନ୍ଦଲାଜେ। ସେ କହିଛନ୍ତି ଯେ କର୍ଣ୍ଣାଟକରେ ‘ଡବଲ୍-ଇଞ୍ଜିନ୍’ ସରକାର କ୍ଷମତାକୁ ଫେରିବା ପାଇଁ ପ୍ରଧାନମନ୍ତ୍ରୀ ଲକ୍ଷ ଲକ୍ଷ ଦଳୀୟ କର୍ମୀଙ୍କ ସହ ଯୋଗଦେବେ।
ଦଳ ପାଇଁ ଆହୁରି ଜୋରଦାର କାର୍ଯ୍ୟ କରିବାକୁ ମନ୍ତ୍ର ଦେଇପାରନ୍ତି ପିଏମ୍ ମୋଦି। 224 ସଦସ୍ୟ ବିଶିଷ୍ଟ କର୍ଣ୍ଣାଟକ ବିଧାନସଭା ନିର୍ବାଚନ ମେ 10 ରେ ଅନୁଷ୍ଠିତ ହେବ ଏବଂ ମେ 13ରେ ଫଳାଫଳ ଘୋଷଣା କରାଯିବ।
ଅର୍ଗସ ବ୍ୟୁରୋ : ନୟାଗଡ଼ ଜିଲ୍ଲା ଚାନ୍ଦପୁର ଥାନା ଅଧୀନସ୍ଥ ଓସ୍ତପଡା ଗ୍ରାମ କାଜୁ ଜଙ୍ଗଲରେ ଚାଲିଥିଲା ଜୁଆ ଆଡ୍ଡା । ବିଶେଷ ସୂତ୍ରରୁ ଖବର ପାଇ ଚାନ୍ଦପୁର ପୋଲିସ ଚଢ଼ାଉ କରି ୩ ଜଣ ଜୁଆଡିଙ୍କୁ ଗିରଫ କରିବା ସହିତ ଜୁଆ ଖେଳରେ ବ୍ୟବହୃତ ସାମଗ୍ରୀ ଜବତ କରିଛି । ଘୁଡୁଘୁଡ଼ିଆ ପାଲି- ଗୋଟି, ୬ ଟି ମୋଟର ସାଇକେଲ, ୩ ଟି ମୋବାଇଲ ଏବଂ ନଗଦ ୩୫ ହଜାର ୬୭୦ ଟଙ୍କା ଜବତ କରିଛି ଚାନ୍ଦପୁର ପୋଲିସ ।
ଅଧିକ ପଢନ୍ତୁ ଓଡ଼ିଶା ଖବର
ଗିରଫ ଅଭିଯୁକ୍ତ ମାନେ ହେଲେ ଖୋର୍ଦ୍ଧା ଅଞ୍ଚଳର ପଲାହାଟ ଗ୍ରାମର ଉଚ୍ଚବ ପ୍ରଧାନ, ଭୁଷଣ୍ଡପୁର ଗ୍ରାମ ଉରୁମୁଖି ସାହିର ବ୍ରଜ ବେହେରା ଓ ନୟାଗଡ଼ ଜିଲ୍ଲା ଚାନ୍ଦପୁର ଥାନା ଅଧିନସ୍ଥ କନ୍ଧନୟାଗଡ଼ ଗ୍ରାମର ଗଣେଶ ବେହେରା । ଅଭିଯୁକ୍ତ ମାନଙ୍କୁ କୋର୍ଟ ଚାଲାଣ କରାଯାଇଛି ବୋଲି ଚାନ୍ଦପୁର ଥାନା ଅଧିକାରୀ ଜଗଦୀଶ କର ସୂଚନା ଦେଇଛନ୍ତି
ଅର୍ଗସ ବ୍ୟୁରୋ : ମାହାଙ୍ଗା ଡବଲ ମର୍ଡର ମାମଲାରେ କୋର୍ଟଙ୍କ ନିର୍ଦେଶରେ ଦଫା ୩୦୨ ଲାଗିବା ପରେ ହତାସ ହୋଇପଡ଼ିଛନ୍ତି ପ୍ରତାପ ଜେନା । କୋର୍ଟଙ୍କ ନିର୍ଦ୍ଦେଶ ପଛରେ ରାଜନୈତିକ ଚକ୍ରାନ୍ତ ଥିବା କହିଛନ୍ତି ବିଜେଡିର ପାୱାରଫୁଲ ପ୍ରତାପ । ସେ ନିର୍ଦ୍ଦୋଶ ତାଙ୍କୁ ଚକ୍ରାନ୍ତ କରି ଫସାଯାଇଥିବା ସଫେଇ ଦେଇଛନ୍ତି ପ୍ରତାପ ଜେନା ।
ଅଧିକ ପଢନ୍ତୁ : ବିଜେଡି ବିଧାୟକ ପ୍ରତାପ ଜେନାଙ୍କ ବିରୋଧରେ ବଡ଼ ପ୍ରମାଣ
ମାହାଙ୍ଗା ଡବଲ ମର୍ଡର ମାମଲାରେ ବିଧାୟକ ପ୍ରତାପ ଜେନାଙ୍କ ନାଁରେ ଲାଗିଛି 302, 120 ବି ଓ 506 । ଦଫା ୩୦୨ ଲାଗିବା ପରେ ଗିରଫ ନେଇ ପ୍ରତାପଙ୍କ ମନରେ ପଶିଛି କି ଛନକା ? ସେଥିପାଇଁ ହତାସ ହୋଇ ଦେଇଛନ୍ତି କି ଏପରି ବୟାନ ?