ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଦିନ 11 ଟାରେ ତାଙ୍କ ରେଡିଓ କାର୍ଯ୍ୟକ୍ରମ 'ମନ କି ବାତ' ମାଧ୍ୟମରେ ଦେଶକୁ ସମ୍ବୋଧିତ କରିବେ। ଏହା ତାଙ୍କର 78 ତମ 'ମନ କି ବାତ' ହେବ । ଏହି ସମୟରେ ସେ ଦେଶରେ ଥିବା କରୋନା ରୋଗ ଏବଂ ଟୀକାକରଣର ସ୍ଥିତି ବିଷୟରେ ଆଲୋଚନା କରିବେ।
ସକାଳେ ଅଲ ଇଣ୍ଡିଆ ରେଡିଓରେ ପ୍ରସାରିତ ହେବାକୁ ଥିବା କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶ ତଥା ବିଦେଶର ଲୋକଙ୍କ ସହ ନିଜର ଭାବନା ବାଣ୍ଟିବେ। ଏହି କାର୍ଯ୍ୟକ୍ରମ ଅଲ ଇଣ୍ଡିଆ ରେଡିଓ ଏବଂ ଦୂରଦର୍ଶନ ରେ ସମଗ୍ର ନେଟୱାର୍କରେ ଏବଂ ଅଲ ଇଣ୍ଡିଆ ନ୍ୟୁଜ୍ ୱେବସାଇଟ୍ ସହିତ ଆପରେ ପ୍ରସାରିତ ହେବ ।
କନ୍ଦୁଝର: ଯାତ୍ରା ଦେଖି ଯାଇଥିବାବେଳେ ଘରୁ ଚୋରି। ଆନନ୍ଦପୁର ଥାନା ଚମର୍ଦା ଗାଁର ରମେଶ ଚନ୍ଦ୍ର ସାହୁଙ୍କ ପରିବାର ଗାଁ ରେ ଚାଲିଥିବା ଯାତ୍ରା ଦେଖିବାକୁ ଯାଇଥିବା ସମୟରେ ତାଙ୍କ ଘରୁ ନଗଦ ଟଙ୍କା ସହିତ ସୁନା ଓ ରୁପା ଅଳଙ୍କାର ଚୋରି ହୋଇଥିବା ଅଭିଯୋଗ କରିଛନ୍ତି।
ଅଭିଯୋଗ ଅନୁଯାୟୀ ରମେଶ ପଦ୍ମପୁର ଗାଁରେ ଏକ ଅଳଙ୍କାର ଦୋକାନ କରି ଜୀବନ ଜୀବିକା ଚଳାଇଥାନ୍ତି। ତେବେ ଗତକାଲି ରାତିରେ ଚୋର ମାନେ ତାଙ୍କ ଘରୁ ୯ହଜାର ଟଙ୍କା ସମେତ ୮୦ ଗ୍ରାମ ରୁପା ଓ ୧୦ ଗ୍ରାମ ର ସୁନା ଗହଣା ଚୋରି ହୋଇଯାଇଛି। ଯାତ୍ରା ଅଧାରୁ ରମେଶ ଙ୍କ ବାପା ଘରକୁ ଆସିବାରୁ ଘର ର ଚାବି ଭଙ୍ଗା ହୋଇ ଚୋରି ହୋଇଯାଇଥିବା ଦେଖିବାକୁ ପାଇଥିଲେ। ଘଟଣା ର ଲିଖିତ ଅଭିଯୋଗ ପରେ ପୋଲିସ ତଦନ୍ତ ଆରମ୍ଭ କରିଛି।
ଅଧିକ ପଢନ୍ତୁ ଓଡ଼ିଶା ଖବର
ଅର୍ଗସ ବ୍ୟୁରୋ: ହଷ୍ଟେଲରେ ଖାଇବାକୁ ମିଳୁନି, ଅସଭ୍ୟ ଭାଷାରେ ଗାଳିଗୁଲଜ କରୁଛନ୍ତି । ଏମିତି ଅଭିଯୋଗ କରି ଜଣାଇବାକୁ 15 କିମି ଚାଲି ଚାଲି ଜିଲ୍ଲାପାଳଙ୍କ ଅଫିସ୍ ଗଲେ ୧୪ ଛାତ୍ରଛାତ୍ରୀ । ରାୟଗଡା ଜିଲ୍ଲା ବଡରାଇସିଙ୍ଗ ଅଞ୍ଚଳରୁ ଆସିଛି ଏଭଳି ଅଭାବନୀୟ ଚିତ୍ର ।
ବଡ଼ରାଇସିଙ୍ଗ ଆଶ୍ରମ ସ୍କୁଲ ଆବାସିକ ବିଦ୍ୟାଳୟର 14 ଜଣ ପିଲା ଚାଲି ଚାଲି ଯାଉଥିବାର ଦେଖାଯାଇଥିଲା । ସ୍କୁଲର ପ୍ରଧାନ ଶିକ୍ଷକ ଦୀର୍ଘ ଦିନ ହେବ ହଷ୍ଟେଲରେ ରହୁଥିବା ପିଲାମାନଙ୍କୁ ଖାଇବା ପିଇବାରେ ଅବହେଳା କରୁଥିବା ଅଭିଯୋଗ କରିଛନ୍ତି ଛାତ୍ରଛାତ୍ରୀ । ଯାହାର ପ୍ରତିବାଦରେ ଆଜି ରାତି 4ଟାରୁ ଦୀର୍ଘ 15 କିମି ଚାଲି ଚାଲି ଜିଲ୍ଲାପାଳଙ୍କ ଅଫିସରେ ଅଭିଯୋଗ ଦେବା ନିମନ୍ତେ ଆସିଛନ୍ତି ପିଲା। ତେବେ ଆଶ୍ଚର୍ଯ୍ୟକର କଥା ହେଉଛି ରାତି ତମାମ ଛାତ୍ରମାନେ ହଷ୍ଟେଲ ଛାଡ଼ି ରାସ୍ତାରେ ଯାଇଥିଲେ। ବାଘ ଭୟ ଭିତରେ ରାତି ତମାମ ଜଙ୍ଗଲରେ ଚାଲିଥିଲେ ୧୪ଜଣ ଛାତ୍ର। ହଷ୍ଟେଲ ଛାଡ଼ି ୨୫ କିଲୋମିଟର ଦୂର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚିଲେ ଛାତ୍ରମାନେ।
ଉକ୍ତ ହଷ୍ଟେଲରେ 100 ଜଣ ବାଳକ ଏବଂ 140 ବାଳିକା ହଷ୍ଟେଲରେ ରହି ପାଠ ପଢ଼ୁଥିବା ନେଇ କହିଛନ୍ତି ହଷ୍ଟେଲ ଛାତ୍ରଛାତ୍ରୀ । ସମସ୍ତ ଛାତ୍ରଛାତୀ ଅନୁସୂଚିତ ଜାତି ଓ ଜନଜାତି ବର୍ଗର ଅଟନ୍ତି। ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀ ସେଠାରେ ରହୁଛନ୍ତି। ସେମାନଙ୍କ ଉପରେ ନିର୍ଯାତନା ଅସହ୍ୟ ହେବାରୁ ହଷ୍ଟେଲ ଛାଡ଼ି ଜିଲ୍ଲାପାଳଙ୍କୁ ଜଣାଇବା ପାଇଁ ଆସିଥିବା କହିଛନ୍ତି। ଜିଲ୍ଲାପାଳ ଆସିବା ପରେ ଆମେ ଆମ କଥା ଜଣାଇବୁ ବୋଲି ପ୍ରକାଶ କରିଛନ୍ତି।
ଅଧିକ ପଢ଼ନ୍ତୁ ଓଡ଼ିଶା ଖବର