କରାଇକେଲା: ଭାରତ ସୀମାରେ ଆତଙ୍କବାଦୀ ହିଂସା ସୃଷ୍ଟି କରିବାକୁ ପ୍ରୟାସ କରୁଥିବା ବେଳେ ଦେଶ ଭିତରେ ନକ୍ସଲଙ୍କ ଉତ୍ପାତ ବଢ଼ିବାରେ ଲାଗିଛି । ଏବେ ସାରା ବିଶ୍ୱ ସମେତ ଭାରତ ଅଦୃଶ୍ୟ ଶତ୍ରୁ କରୋନା ସହ ଲଢ଼େଇ କରୁଥିବା ବେଳେ ମାନବିକତା ଭୁଲି ନକ୍ସଲ ଦେଶ ଭିତରେ ଅଶାନ୍ତି ସୃଷ୍ଟି କରିବାକୁ ପଛାଉନାହାନ୍ତି ।
ଏପରିକି କରୋନା ଯୋଦ୍ଧା ଭାବେ କାର୍ଯ୍ୟ ନିର୍ବାହ କରୁଥିବା ପୋଲିସ କର୍ମୀମାନେ ମଧ୍ୟ ଦେଶ ଭିତରର ଶତ୍ରୁ ଭାବେ ଉଭା ହୋଇଥିବା ନକ୍ସଲଙ୍କ ମୁକାବିଲାରେ ନିଜ ପ୍ରାଣ ହରାଉଛନ୍ତି । ପଶ୍ଚିମ ସିଂହଭୂମ ଜିଲ୍ଲାର କରାଇକେଲା ପୋଲିସ ଷ୍ଟେସନ ଅଞ୍ଚଳର ଜୋନୋ ଗ୍ରାମରେ ସୁରକ୍ଷାବାହିନୀ ଏବଂ ନକ୍ସଲମାନଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି | ଯେଉଁଥିରେ ୨ଜଣ ପୋଲିସ କର୍ମଚାରୀ ସହିଦ ହୋଇଛନ୍ତି |
ଜିଲ୍ଲା ପୋଲିସ ଏବଂ ସିଆରପିଏଫର ମିଳିତ ଟିମ୍ ସର୍ଚ୍ଚ ଅପରେସନ ସମୟରେ ଗ୍ରାମବାସୀଙ୍କୁ ପଚରାଉଚରା ବେଳେ ଏହି ଏନକାଉଣ୍ଟର ହୋଇଥିଲା। ଏହି ସମୟରେ ନକ୍ସଲମାନେ ପୋଲିସ ଏବଂ ସିଆରପିଏଫ ଯବାନଙ୍କ ଉପରକୁ ଗୁଳି ଚଳାଇଥିଲେ। ଏହାର ଜବାବରେ ସୁରକ୍ଷା ବାହିନୀ ମଧ୍ୟ ଗୁଳି ଚଳାଇଥିଲେ ମଧ୍ୟ ନକ୍ସଲମାନେ ଖସି ପଳାଇ ଯାଇଥିଲେ । ଏହି ସମୟରେ ନକ୍ସଲଙ୍କ ଗୁଳିରେ ଲାଖୀନ୍ଦ୍ର ମଣ୍ଡଳ ଏବଂ ସୁନ୍ଦର ସ୍ୱରୂପ ମାହାତୋ ସହିଦ ହୋଇଛନ୍ତି ।
ଅର୍ଗସ ବ୍ୟୁରୋ: ମଦ ବ୍ୟବସାୟୀଙ୍କ ଘରେ ଆଇଟି ରେଡ କରିବା ପ୍ରସଙ୍ଗରେ ବିଜେଡି ଉପରେ ବର୍ଷିଛନ୍ତି ବିଜେପି ଉପସଭାନେତ୍ରୀ ଲେଖାଶ୍ରୀ ସାମନ୍ତସିଂହାର।
ବିଜେଡ଼ି ନେତା ଏବଂ ରାଜ୍ୟ ସରକାରଙ୍କ ସଂପୃକ୍ତି ନେଇ ସାଂଘାତିକ ଅଭିଯୋଗ ଆଣିଲା ବିଜେପି । ସେ କହିଛନ୍ତି ଯେ, ମନ୍ତ୍ରୀ ନିରଞ୍ଜନ ପୂଜାରୀ, ପ୍ରଦୀପ ଅମାତ, ଟୁକୁନି ସାହୁ ଏବଂ ବିଜେଡ଼ି ନେତା ଯୋଗେଶ ସିଂଙ୍କ ଭଳି ନେତା ସଂପୃକ୍ତ ଅଛନ୍ତି ବୋଲି ବିଜେପିର ଅଭିଯୋଗ । କଂଗ୍ରେସର ଝାଡ଼ଖଣ୍ଡ ସାଂସଦ ହେଉଛନ୍ତି ମାଲିକ । କିନ୍ତୁ ବିଜେଡ଼ି ହେଉଛି ମ୍ୟାନେଜର । ଭିଜିଲାନ୍ସ, କ୍ରାଇମ ବ୍ରାଞ୍ଚ, ଅବକାରୀ ବିଭାଗ, ଇଓଡବ୍ଲ୍ୟୁ କଣ କରୁଥିଲେ ? ଏହି ମଦ ବ୍ୟବସାୟୀ ହିଁ ନିର୍ବାଚନ ସମୟରେ ବିଜେଡିର ମଦ ଏବଂ ଟଙ୍କାର ସୋର୍ସ ।
ବାରମ୍ବାର ଗୋଟିଏ କମ୍ପାନୀକୁ ଟେଣ୍ଡର ନେଇ ମଧ୍ୟ ପ୍ରଶ୍ନ ଉଠାଇଛି ବିଜେପି । ମୁଖ୍ୟମନ୍ତ୍ରୀ ତାଙ୍କ ନେତା ଏବଂ ମନ୍ତ୍ରୀଙ୍କ ସଂପୃକ୍ତି ନେଇ ସ୍ପଷ୍ଟ କରନ୍ତୁ । ମୋଦିଙ୍କ ଗ୍ୟାରେଣ୍ଟି ଯୋଗୁଁ ଏତେ ବଡ ରେଡ ସମ୍ଭବ ହୋଇଛି । ପୂର୍ବରୁ କଂଗ୍ରେସ ଶାସନରେ କେତେ ଟଙ୍କା ଆତ୍ମସାତ ହେଇଥିଲା କେହି ଜାଣି ପାରୁନଥିଲେ । ମୋଦି ଗ୍ୟାରେଣ୍ଟି ଦେଇଛନ୍ତି, ଯେଉଁଠି ଦୁର୍ନୀତି ହେବ ସେ ଟଙ୍କା ଧାରା ପଡ଼ିବ ଏବଂ ଲୋକଙ୍କ ପାଖକୁ ଫେରିବ ।
ଆଇଟି ରେଡ ନେଇ ବିଜେପିର ଅଭିଯୋଗ ଉପରେ ବିଜେଡ଼ି ପ୍ରତିକ୍ରିୟା ରଖିଛି। ବିଜେଡି ବିଧାୟକ ମନ୍ତ୍ରୀଙ୍କ କିଛି ସଂପୃକ୍ତି ନାହିଁ। ମୁଖ୍ୟମନ୍ତ୍ରୀ କହିଛନ୍ତି ଆଇନ ତା ବାଟରେ ଯିବ। ଯିଏ ସଂପୃକ୍ତ ଥିବ କାର୍ଯାନୁଷ୍ଠାନ ହେବ। ଯେ କୌଣସି ଦଳରେ ଯିଏ ଥିବ କାର୍ଯାନୁଷ୍ଠାନ ହେବ। ସଠିକ୍ ଅନୁସନ୍ଧାନ ଚାଲିଛି। ଆଇଟି ତଦନ୍ତ କରୁଛି ସତ୍ୟାସତ୍ୟ ସାମ୍ନାକୁ ଆସିବ। ବିରୋଧି ତାଙ୍କ କଥା କହିବେ। ବିଜେଡିରେ କିନ୍ତୁ କେହି ସଂପୃକ୍ତ ନାହାନ୍ତି। କିନ୍ତୁ ଓଡିଶା ଭଳି ରାଜ୍ୟରେ ଏତେ ଟଙ୍କା ନଗଦ କ୍ୟାସ ବାହାରିବା ଦେଖି ଆଶ୍ଚର୍ଯ୍ୟ ଲାଗୁଛି ବୋଲି ବିଜେଡି ବିଧାୟକ ସତ୍ୟନାରାୟଣ ପ୍ରଧରନ କହିଛନ୍ତି। ଏହାସହ ଆହୁରି କହିଛନ୍ତି ଯେ, ମହୁଆ ମୋଇତ୍ରଙ୍କ ଘଟଣାରେ ପିନାକୀ ମିଶ୍ରଙ୍କର କୌଣସି ସମ୍ପର୍କ ନାହିଁ। ବିଜେପି ଅଭିଯୋଗର କୌଣସି ବାସ୍ତବତା ନାହିଁ।
ଅଧିକ ପଢ଼ନ୍ତୁ ଓଡିଶା ଖବର: