ଶ୍ରୀ ପ୍ରଧାନ ଟ୍ୱିଟ୍ କରିଛନ୍ତି ଯେ ସିବିଏସଇ ରେକର୍ଡସଂଖ୍ୟକ ପାସ ହାର ହାସଲ କରିବା ଖୁସିର ବିଷୟ । ଛାତ୍ରଛାତ୍ରୀଙ୍କ ସଫଳତା ପାଇଁ ଶିକ୍ଷକ, ଶିକ୍ଷୟିତ୍ରୀ ଏବଂ ଅଭିଭାବକଙ୍କ ପରିଶ୍ରମ ପ୍ରଶଂସନୀୟ । କୃତି ଛାତ୍ରଛାତ୍ରୀଙ୍କୁ ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ଶ୍ରୀ ପ୍ରଧାନ ଶୁଭେଚ୍ଛା ଜଣାଇଛନ୍ତି ।
ସୂଚନାଯୋଗ୍ୟ, କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ ସିବିଏସଇର ଦ୍ୱାଦଶ ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇଥିବା ବେଳେ ଚଳିତବର୍ଷ ପାସ୍ ହାର ରହିଛି ୯୯.୩୭ । କରୋନା ମହାମାରୀ ପରିପ୍ରେକ୍ଷୀରେ ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ଧ୍ୟାନରେ ରଖି ପରୀକ୍ଷା ବାତିଲ କରାଯିବା ପରେ ବିକଳ୍ପ ପଦ୍ଧତିରେ ନିର୍ଦ୍ଧାରିତ ମୂଲ୍ୟାଙ୍କନ ନୀତି ଆଧାରରେ ପରୀକ୍ଷା ଫଳାଫଳ ପ୍ରକାଶ ପାଇଛି ।